ଯୁବ ଭୋଟର ସଚେତନତା କାର୍ଯ୍ୟକ୍ରମ
ହିଞ୍ଜିଳିକାଟୁ, (ଶେଷଦେବ ସାହୁ):ହିଞ୍ଜିଳିକାଟୁ ବ୍ଳକ ଗଣ୍ଡଳା ସ୍ଥିତ ବେଳେଶ୍ୱର ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଯୁବ ଭୋଟର ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ନୂତନ ଭୋଟର ମାନଙ୍କ ପଞ୍ଜିକରଣ ତଥା ଗଣତାନ୍ତ୍ରିକ ପ୍ରକ୍ରିୟାରେ ସକ୍ରିୟ ଅଂଶ ଗ୍ରହଣ କରିବା ପାଇଁ ଯୁବ ଭୋଟର ସଚେତନତା କାର୍ଯ୍ୟକ୍ରମ ହାତକୁ ନିଆଯାଇଛି । ବିଦ୍ୟାଳୟ ଅଧ୍ୟକ୍ଷା ଡଃ. ଅମିତା ପଣ୍ଡାଙ୍କ ତତ୍ତ୍ୱାବଧାନରେ ଆୟୋଜିତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଗୋଷ୍ଠୀ ଉନ୍ନୟନ ଅଧିକାରୀ ସୁବ୍ରତ କୁମାର ଜେନା, ମୁଖ୍ୟବକ୍ତା ଭାବେ ଏବିଡିଓ ଅରୁଣ କୁମାର ପ୍ରଧାନ ଓ ସମ୍ମାନିତ ଅତିଥି ଭାବେ ପ୍ରଶାନ୍ତ କୁମାର ସାହୁ ମଞ୍ଚାସିନ ଥିଲେ । ଶତ ପ୍ରତିଶତ ନୂତନ ଭୋଟରଦାତା ମାନଙ୍କୁ ସାମିଲ କରିବା ପାଇଁ ବୈଠକରେ ନିଷ୍ପତ୍ତି ଗ୍ରହଣ କରାଯାଇଥିଲା । ଭୋଟର ତାଲିକାରେ ସ୍ୱତନ୍ତ୍ର ସଂକ୍ଷିପ୍ତ ସଂଶୋଧନ, ୧୮ ବର୍ଷ ବୟସ୍କ ଯୁବକ ମାନଙ୍କ ନାମ ଭୋଟର ତାଲିକାରେ ନାମ ସଂଯୋଗୀକରଣ, ଘରେ ରହି ଅନଲାଇନ ମାଧ୍ୟମରେ ନୂତନ ନାମ ପଞ୍ଜିକରଣ ଓ ସଂଶୋଧନ କିଭଳି କରିପାରିବେ ସେ ନେଇ ତାଲିମ ପ୍ରଦାନ କରାଯାଇଥିଲା । କାଳୁ ଚରଣ ନାୟକ ଅତିଥି ପରିଚୟ ପ୍ରଦାନ କରିଥିବା ବେଳେ ମାନସ ରଞ୍ଜନ ପଟ୍ଟନାୟକ ଧନ୍ୟ ବାଦ ଅର୍ପଣ କରିଥିଲେ । ବିଦ୍ୟାଳୟର ସମସ୍ତ ଅଧ୍ୟାପକ, ଅଧ୍ୟାପିକା ଓ କର୍ମଚାରୀ ବୃନ୍ଦ ପରିଚାଳନାରେ ସହଯୋଗ କରିଥିଲେ ।


