କଳାହାଣ୍ଡି ଜିଲ୍ଲାରେ ମିଶନ ଶକ୍ତି ସ୍କୁଟର ଯୋଜନା ର ଶୁଭାରମ୍ଭ

ଭବାନୀପାଟଣା, (ଯୁଗାବ୍ଦ ନ୍ୟୁଜ):ମିଶନ ଶକ୍ତି ବିଭାଗ , ଓଡିଶା ସରକାରଙ୍କ ଆନୁକୁଲ୍ୟ ରେ ଆୟୋଜିତ ସଭାରେ ଆଜି ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ସାରା ରାଜ୍ୟରେ ମିଶନ ଶକ୍ତି ସ୍କୁଟର ଯୋଜନାର ଶୁଭାରମ୍ଭ କରିଛନ୍ତି ।ଗତିଶୀଳତା ହିଁ ସଶକ୍ତିକରଣ ଆଭିମୁଖ୍ୟରେ ମିଶନ ଶକ୍ତି ମା ହିତାଧିକାରୀମାନଙ୍କୁ ସ୍କୁଟର ଯୋଜନାରେ ୧ ଲକ୍ଷ ପର୍ଯ୍ୟନ୍ତ ବିନା ସୁଧରେ ରୂଣ ସହାୟତା ଏସ ଏଚ ଜି ମାନଙ୍କୁ ସୁଧ ଫେରସ୍ତ , ବି.ଏଲ.ଏଫ. ଓ ଡି.ଏଲ.ଏଫ. ନିମନ୍ତେ ଗାଡି ବ୍ୟବସ୍ଥା , ଜି.ପି.ଏଲ.ଏଫ ଅଫିସ ଗୃହର ସୁବ୍ୟବସ୍ଥା କରାଯାଇଛି । ଏହି ପରିପ୍ରେକ୍ଷୀରେ ଆଜି ଓସୱାନ ହଲରେ ଜିଲ୍ଲାପାଳ ପି.ଅନ୍ଵେଷା ରେଡ୍ଡୀ , ଜିଲ୍ଲା ପରିଷଦ ଅଧ୍ୟକ୍ଷ ଶ୍ରୀ ପୁଷ୍ପେନ୍ଦ୍ର କୁମାର ସିଂହଦେଓ , ପୌରପରିଷଦ ଅଧ୍ୟକ୍ଷା ଶ୍ରୀମତୀ ସଞ୍ଜୁକ୍ତା ବେହେରା , ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ଶ୍ରୀ ସଚିନ ପାୱାର ପ୍ରକାଶ , ବି ସି ସି ବ୍ୟାଙ୍କ୍ ସଭାପତି ଶ୍ରୀ ଗିରିଶ ଚନ୍ଦ୍ର ବେହେରା ପ୍ରମୁଖ ଭର୍ଚୁଆଲ ମୋଡ୍ ରେ ଯୋଡି ହୋଇଥିଲେ । ଜିଲ୍ଲାରେ ମିଶନ ଶକ୍ତି ସ୍କୁଟର ଯୋଜନା ର ଅନ୍ତର୍ଗତ ୧୩ ଟି ବ୍ଲକ ରୁ ୨୩୨୭ ଟି ଆବେଦନ ଗ୍ରହଣ କରାଯାଇ ୨୨୩୦ ଟି ଆବେଦନକୁ ବ୍ଯାଙ୍କ ଋଣ ପାଇଁ ସୁପାରିଶ କରଯାଇଥିଲା ଏବଂ ବର୍ତ୍ତମାନ ୭୪୬ ଟି ବ୍ୟାଙ୍କ ଦ୍ଵାରା ଅନୁମୋଦିତ ହୋଇଅଛି । ଆଜି ଏହି ଅବସରରେ ୧୩ ଟି ବ୍ଲକ ରେ ୩୬୪ ଜଣ ହିତାଧିକାରୀଙ୍କୁ ନୂତନ ସ୍କୁଟର ହସ୍ତାନ୍ତର କରଯାଇଥିଲା । ଓସୱାନ ହଲ ପ୍ରାଙ୍ଗଣରେ ଜିଲ୍ଲାପରିଷଦ ଅଧ୍ୟକ୍ଷ ଏବଂ ଜିଲ୍ଲାପାଳ ପତାକା ଦେଖାଇ ସ୍କୁଟର ଆରୋହଣକାରୀମାନଙ୍କୁ ଶୁଭେଚ୍ଛା ଜଣାଇଥିଲେ । ଭବାନୀପାଟଣା ଗ୍ରାମାଞ୍ଚଳରୁ ୧୧୦ ଜଣଙ୍କୁ ସ୍କୁଟର ହସ୍ତାନ୍ତର କରାଗଲା । ଏହି ସ୍କୁଟର ଦ୍ଵାରା ହିତାଧିକାରୀ ନିଜର ବ୍ୟବସାୟିକ ଦିଗକୁ ଆହୁରି ସମୃଦ୍ଧ କରିବା ସହ ମହିଳା ସଶକ୍ତିକରଣ ଦିଗରେ ସହାୟକ ହେବେ । ଓସୱାନ ହଲରେ ଅନ୍ୟମାନଙ୍କ ମଧ୍ୟରେ , ଡି.ଆଇ.ପି.ଆର.ଓ ମନୋଜ ବେହେରା , ଏଲ.ଡି.ଏମ ଧ୍ରୁବ ପ୍ରସାଦ ସିଂହ , ଡି.ଏସ.ଡବ୍ଲୁ ଓ ପ୍ରଭାତିରାଣୀ ତ୍ରିପାଠୀ , ଡି.ପି.ସି ମିଶନ ଶକ୍ତି ଅମୃତ ପାଢୀ , ମିଶନ ଶକ୍ତି ଏମ.ବି.କେ , ସି.ଆର.ପି , ଜି.ପି.ଏଲ.ଏଫ ,ଡି.ଏଲ.ଏଫ , ବି. ଏଲ.ଏଫ. ସଭ୍ୟ ବ୍ୟାଙ୍କ କର୍ମକର୍ତ୍ତା ଉପସ୍ଥିତ ଥିଲେ । ସ୍କୁଟର ହସ୍ତାନ୍ତର କାର୍ଯ୍ୟକ୍ରମରେ ଭବାନୀପାଟଣା ଗ୍ରାମାଞ୍ଚଳର ୧୦୦ ରୁ ଊର୍ଦ୍ଧ୍ବ ହିତାଧିକାରୀ ଏବଂ ଗଣମାଧ୍ୟମ ପ୍ରତିନିଧି ଉପସ୍ଥିତ ଥିଲେ ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ