ଆଜି ଶନିବାର ଆପଣଙ୍କ ଦିନଟି କିପରି କଟିବ ଜାଣନ୍ତୁ ଆଜିର ରାଶିଫଳରୁ…
ମେଷ :-ଆଜି ଆପଣଙ୍କ ପାରିବାରିକ କ୍ଷେତ୍ରରେ ମନାନ୍ତର ମତାନ୍ତର ଦୂର ହୋଇଯିବ ଦାମ୍ପତ୍ୟ ଜୀବନ ସୁଖମୟ ହେବ । କେତେକ କ୍ଷେତ୍ରରେ ଜାଣିଶୁଣି ନୀରବତା ଅବଲମ୍ବନ କରିବାକୁ ବାଧ୍ୟ ହେବେ ଯଗିରଖି ଭାବିଚିନ୍ତି କାର୍ଯ୍ୟ କରନ୍ତୁ ।ଆଶଙ୍କାଜନିତ ଅନ୍ୟମନସ୍କ ହେତୁ କେତେକ ବ୍ୟତିକ୍ରମ ପରିଲକ୍ଷିତ ହୋଇପାରେ ଅର୍ଥ କିମ୍ବା ଦ୍ରବ୍ୟହାନି ହୋଇପାରେ।ପ୍ରତିକାର-ରକ୍ତ ଚନ୍ଦନର ଟିକା ମଥାରେ ଲଗାନ୍ତୁ ।
ବୃଷ :-ଆଜି କର୍ମୋନ୍ନତି ସହ ସମ୍ମାନ ପ୍ରାପ୍ତିର ଯାଗ ରହିଛି ଆନୁଷ୍ଠାନିକ କାମରେ ମୁଖ୍ୟ ଭୂମିକା ଗ୍ରହଣ କରି ପ୍ରଶଂସନୀୟ ହେବେ। କଳା, ସାହିତ୍ୟ, ସଙ୍ଗୀତ, କ୍ରୀଡ଼ା ଓ ଚଳଚ୍ଚିତ୍ର କ୍ଷେତ୍ରରେ ବେଶ୍ ଆଦୃତ ହୋଇପାରନ୍ତି। ବାଣିଜ୍ୟ, ବ୍ୟବସାୟ ଓ ପରିବହନରୁ ଲାଭବାନ ହେବେ ମହିଳାମାନେ ନିଜର ଦକ୍ଷତା ପ୍ରତିପାଦନ କରି ପ୍ରଶଂସିତ ହେବେ ପ୍ରତିକାର-ମହାଦେବଙ୍କୁ ଦର୍ଶନ କରନ୍ତୁ ଓ କ୍ଷୀରରେ କଳାରାଶି ମିଶାଇ ଶିବଙ୍କ ପାଖରେ ଅର୍ପଣ କରନ୍ତୁ।
ମିଥୁନ :-ଆଜି ଆପଣଙ୍କର ଦିନ ମଙ୍ଗଳମୟ ହେବ ଦୂର ଯାତ୍ରା କରିପାରନ୍ତି ଶତୃମାନେ ପରାଜିତ ହେବେ।ସହକର୍ମୀ, ଭାଇ ଭଉଣୀ, ଅଧସ୍ତନ କର୍ମଚାରୀଙ୍କ ଦ୍ୱାରା କାର୍ଯ୍ୟ ସାଧନ କରିବେ। ବିଦ୍ୟାର୍ଥିମାନେ ଲକ୍ଷ୍ୟ ସ୍ଥଳରେ ପହଞ୍ଚିବେ । ବ୍ୟବସାୟ ବାଣିଜ୍ୟରେ ପୂର୍ବ ଅପେକ୍ଷା ଆୟ ବୃଦ୍ଧି ଘଟିବାରୁ ମନ ପ୍ରଫୁଲିତ ରହିବ।ପ୍ରତିକାର ଓଁ ଗଂ ଗଣପତୟେ ନମଃ ଏହି ମନ୍ତ୍ର କୁ ୨୭ଥର ଜପ କରନ୍ତୁ।
କର୍କଟ :-ଆଜି ପ୍ରତ୍ୟେକ କାର୍ଯ୍ୟରେ ବାଧା ବିଘ୍ନ ଦେଖା ଦେଇପାରେ ଆଶା କରୁଥିବା ଦିଗରୁ ନିରାଶ ହେବାକୁ ପଡିପାରେ।କର୍ମକ୍ଷେତ୍ରରେ ସହକର୍ମୀଙ୍କ କାମରେ ଅସନ୍ତୁଷ୍ଟ ହୋଇପାରନ୍ତି ଯାହାକୁ ସାହାଯ୍ୟ ସହଯୋଗ କରିଥିଲେ ପରୋକ୍ଷରେ ସେମାନେ ବିରୋଧ କରିବେ ଶିଳ୍ପ, ବାଣିଜ୍ୟ, ବ୍ୟବସାୟ, ପରିବହନ ଓ ନିର୍ମାଣ କ୍ଷେତ୍ରରେ ଉନ୍ନତମାନର ଫଳ ପାଇବେ।ପ୍ରତିକାର-କିଛି ଦୁବଘାସ ଗାଈକୁ ଖାଇବାକୁ ଦିଅନ୍ତୁ।
ସିଂହ :-ଆଜି ଆପଣଙ୍କୁ ପ୍ରତ୍ୟେକ କ୍ଷେତ୍ରରେ ସଫଳତା ମିଳିବ ଆର୍ଥିକ ସମସ୍ୟାର ସମାଧାନ ହୋଇଯିବ ଶତୃମାନେ ପରାଜିତ ହେବେ। ମହିଳାଙ୍କର କାର୍ଯ୍ୟ ପ୍ରଶଂସନୀୟ ହେବ ବ୍ୟବହାର୍ଯ୍ୟ ମୂଲ୍ୟବାନ୍ ଜିନିଷ କିଣିବା ଦିଗରେ ମନ ବଳାଇପାରନ୍ତି। ଏଜେନ୍ସିପ୍, ସାମ୍ବାଦିକତା, ରାଜନୀତି ଓ ସାହିତ୍ୟ କ୍ଷେତ୍ରରେ ସମ୍ମାନିତ ହେବେ।ପ୍ରତିକାର ମିଠା ଦହି ଖାଇ କାର୍ଯ୍ୟ ଆରମ୍ଭ କରନ୍ତୁ।
କନ୍ୟା :-ଆଜି ପ୍ରତ୍ୟେକ କ୍ଷେତ୍ରରେ ଉପସ୍ଥିତ ବୁଦ୍ଧି ଓ କୌଶଳ ପ୍ରୟୋଗ କରି କାମ ହାସଲ କରି ପାରିବେ।ଅପରାହ୍ନରେ ଯଗିରଖି କାର୍ଯ୍ୟ କରନ୍ତୁ ପାଇବାକୁ ଥିବା ଅର୍ଥ କିମ୍ବା କୌଣସି ଜିନିଷପତ୍ର ପାଇବାରେ କଳହର ସମ୍ମୁଖୀନ ହୋଇପାରନ୍ତି।
ମହିଳାମାନେ ନିଜର ଦକ୍ଷତା ପ୍ରତିପାଦନ କରି ପ୍ରଶଂସିତ ହେବେ ଆର୍ଥିକ ଅଭିବୃଦ୍ଧି ଘଟିବ।ପ୍ରତିକାର-ସାତଟି ଦୁବ,ସାତଟି ପାନ ପତ୍ର ଗଣେଶଙ୍କୁ ଚଢାନ୍ତୁ।
ତୁଳା :-ଆଜି ଆପଣଙ୍କ ପାଇଁ ଦିନଟି ସୁଖ ପ୍ରଦ ହେବ ଅର୍ଥଲାଭ ସହ ସମସ୍ୟା ସମାଧାନ ପାଇଁ ଅନୁକୂଳ ରହିବ। ବିଚାର ଧୀନ ନ୍ୟାୟ ଆପଣଙ୍କ ସପକ୍ଷରେ ମିଳିବ ଯାହା ଫଳରେ ମନ ପ୍ରଫୁଲିତ ରହିବ ସୁସ୍ୱାଦୁ ଭୋଜନ ମିଳିବ ସନ୍ତାନ ସନ୍ତତିମାନେ ଆଜ୍ଞାଧୀନ ହେବେ ଅପରାହ୍ନରେ କୌଣସି ଶୁଭ ସମାଚାର ଶୁଣି ମନ ପ୍ରଫୁଲିତ ରହିବ।ପ୍ରତିକାର-ତୁଳସୀ ମୂଳର ମାଟି ମଥାରେ ଲଗାନ୍ତୁ ।
ବିଛା :-ଆଜି ସମ୍ପର୍କୀୟମାନଙ୍କ କାର୍ଯ୍ୟକଳାପ ନିଜପାଇଁ ଅସନ୍ତୋଷ ସୃଷ୍ଟି କରିପାରେ ପାରିବାରିକ କ୍ଷେତ୍ରରେ ମନାନ୍ତର ମତାନ୍ତର ଦେଖାଦେଇପାରେ।ଯଗିରଖି ଭାବିଚିନ୍ତି କାର୍ଯ୍ୟ କରନ୍ତୁ କିଛି କହିବା ଅପେକ୍ଷା ବରଂ ନୀରବ ରହିପାରିଲେ ଭଲ ହେବ।
ଆଜି ଦିନଟି ଶିଳ୍ପ, ବାଣିଜ୍ୟ ଓ ବ୍ୟବସାୟ ତଥା ପରିବହନ ସକାଶେ ବହୁତ ଭଲ ରହିବ।ପ୍ରତିକାର- ପିତା ମାତାଙ୍କ ପାଦ ସ୍ପର୍ଶ କରି କାର୍ଯ୍ୟ କ୍ଷେତ୍ରକୁ ଯାଆନ୍ତୁ।
ଧନୁ :-ଆଜି ଦାମ୍ପତ୍ୟ ଜୀବନ ସୁଖମୟ ହେବ ସୁସ୍ୱାଦୁ ଭୋଜନ ମିଳିବ ସମସ୍ତ ଆଶା ଓ ଆକାଂକ୍ଷା ପୂରଣ ହେବ।କର୍ମକ୍ଷେତ୍ରରେ ସାଧାରଣ ସମସ୍ୟା ଆସିଲେ ମଧ୍ୟ ତାହାକୁ ଚତୁରତାର ସହ ସାମନା କରି କୃତକାର୍ଯ୍ୟ ହେବେ। ବ୍ୟବସାୟ ବାଣିଜ୍ୟ ପରିବହନ ପାଇଁ ଦିନ ଶୁଭ ପ୍ରଦ ହେବ ବକେୟା ଅର୍ଥ ହସ୍ତଗତ ହେବ।ପ୍ରତିକାର-ହଳଦୀ ରଙ୍ଗର ଚନ୍ଦନର ଟିକା ମଥାରେ ଲଗାନ୍ତୁ।
ମକର :-ଆଜି ଆତ୍ମୀୟ ସ୍ବଜନଙ୍କ ଗହଣରେ ଦିନଟି ହସଖୁସିରେ ଅତିବାହିତ କରିବେ ଦୂର ସ୍ଥାନକୁ ଯାତ୍ରା କରିପାରନ୍ତି ଆକସ୍ମିକ ଭାବରେ ଖର୍ଚ୍ଚଭାର ବୃଦ୍ଧି ପାଇବା କାରଣରୁ ଧାର କରଜ କରିବାକୁ ବାଧ୍ୟ ହେବେ। କ୍ରୀଡା, କଳା, ସାହିତ୍ୟ ଓ ପ୍ରଶାସନିକ ସ୍ତରରେ ଉଚ୍ଚ ସମ୍ମାନ ମିଳିବ, ପୂର୍ବର ଶତୃମାନେ ପରାଜିତ ହେବେ।ଛାତ୍ରଛାତ୍ରୀମାନେ ପ୍ରତିଯୋଗିତା ପରୀକ୍ଷାରେ କୃତକାର୍ଯ୍ୟ ହେବା ସହିତ ନୂତନ ନିଯୁକ୍ତି ପାଇବାର ସମ୍ଭାବନା ରହିଛି।ପ୍ରତିକାର-ହନୁମାନଙ୍କ ପାଖରେ ରାଶି ତେଲର ଦୀପଟିଏ ଜାଳନ୍ତୁ ।
କୁମ୍ଭ :-ସାଧାରଣ କଥାକୁ କେନ୍ଦ୍ରକରି ବନ୍ଧୁଙ୍କ ସହ ମନୋମାଳିନ୍ୟ ଯୋଗୁ ମନ ଉଦାସ ରହିବ।ଛୋଟ ଛୋଟ କଥାକୁ ନେଇ ସ୍ତ୍ରୀ ସହ ମନୋମାଳିନ ଦେଖାଦେଇପାରେ।
ବ୍ୟବସାୟ ବାଣିଜ୍ୟରେ ଲାଭବାନ ହେବେ ସ୍ବାସ୍ଥ୍ୟ ସମସ୍ୟା ନେଇ ଚିନ୍ତିତ ରହିବେ ।
ପ୍ରତିକାର-ମା କାଳୀଙ୍କୁ ଦର୍ଶନ କରନ୍ତୁ ପାଖରେ ସାତଟି ନୀଳ ଅପରାଜିତା ଫୁଲ ଚଢାନ୍ତୁ।
ମୀନ :-ଆଜି ଆପଣଙ୍କୁ ପ୍ରତ୍ୟେକ କ୍ଷେତ୍ରରେ ସାହାଯ୍ୟ ସହଯୋଗ ମିଳିବ ଯାହା ଫଳରେ ମନ ଆନନ୍ଦିତ ରହିବ ବସ୍ତ୍ର ଆଭୂଷଣ ପ୍ରାପ୍ତିର ଯାଗ ରହିଛି।ସ୍ବାସ୍ଥ୍ୟରେ ଉନ୍ନତି ଦେଖାଦେବ ଶତ୍ରୁମାନେ ସୁଯୋଗ ଅପେକ୍ଷାରେ ରହିବେ କିନ୍ତୁ କୌଣସି କ୍ଷେତ୍ରରୁ ବାଧା ଦେଇପାରିବେ ନାହିଁ । ଅଧ୍ୟୟନ ଓ ଅଧ୍ୟାପନା କ୍ଷେତ୍ରରେ ସଫଳତା ହାସଲ କରିବେ ଆର୍ଥିକ ଅଭିବୃଦ୍ଧି ଘଟିବ।ପ୍ରତିକାର- ଓଁ ଭଗବତେ ବାସୁଦେବାୟ ନମଃ ଏହି ମନ୍ତ୍ରକୁ ୨୭ଥର ଜପ କରନ୍ତୁ।