ବଣପଲ୍ଲୀ ବିଦ୍ୟାଳୟରେ ପୋଷାକ ବଣ୍ଟନ ମେଳା

ବୁଗୁଡା,(ଅନିଲ କୁମାର ମହାରଣା) : ବୁଗୁଡା ବ୍ଲକ ଅନ୍ତର୍ଗତ ବଣପଲ୍ଲୀ ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପୋଷାକ ଓ ଜୋତା ବଣ୍ଟନ ମେଳା ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ବାପୁଜୀ ପରିଡା ଅଧ୍ୟକ୍ଷତା କରିଥିଲେ। ମୁଖ୍ୟ ଅତିଥି ଭାବେ ବୁଗୁଡା ଏବିଇଓ ଅମିତା ପାଢ଼ୀ ଏବଂ ସମ୍ମାନିତ ଅତିଥି ଭାବେ କଣଛାଇ ହାଇ ସ୍କୁଲ ପ୍ରଧାନ ଶିକ୍ଷକ ଅଶୋକ କୁମାର ପାଣିଗ୍ରାହୀ, ଅବସରପ୍ରାପ୍ତ ବ୍ୟାଙ୍କ ମ୍ୟାନେଜର କାଳୀ ଚରଣ ଗୌଡ଼, ନାଏବ ସରପଞ୍ଚ ରବୀନ୍ଦ୍ର ଗୌଡ଼, ଏସଏମସି ସଭାପତି ଦିବାକର ଗୌଡ଼ ଓ ସିଆରସିସି ଡି ବାସୁଦେବ ଦୋରା ଯୋଗଦେଇଥିଲେ। ଅତିଥି ବୃନ୍ଦ ଛାତ୍ରଛାତ୍ରୀଙ୍କୁ ପୋଷାକ ଓ ଜୋତା ବଣ୍ଟନ କରିବା ସହ ଉତ୍ତମ ଭାବେ ପାଠ ପଢିବା ପାଇଁ ପରାମର୍ଶ ଦେଇଥିଲେ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ