ବେଲଗୁଣ୍ଠାରେ ବ୍ଲକ୍ ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ଏବଂ ଓଡ଼ିଶା ମିଲେଟସ୍ ପ୍ରତିଯୋଗିତା

ବେଲଗୁଣ୍ଠା, (ସନ୍ତୋଷ ବିଶୋଇ):ବେଲଗୁଣ୍ଠା ଗୋଷ୍ଠୀ ଶିକ୍ଷା ଅଧିକାରୀ ପ୍ରସନ୍ନ କୁମାର ବେହେରାଙ୍କ ଅଧ୍ୟକ୍ଷତାରେ ବେଲଗୁଣ୍ଠା ସ୍ଥିତ ଘୁମୁସର ବୈଷୟିକ ନୋଡ଼ାଲ୍ ଉଚ୍ଚ ବିଦ୍ୟାଳୟ ପରିସରରେ ଚଳିତ ବର୍ଷର ବ୍ଳକ୍ ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ଏବଂ ଓଡ଼ିଶା ମିଲେଟସ୍ ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି I କାର୍ଯ୍ୟକ୍ରମରେ ସୋରଡ଼ା ବିଧାୟକ ପୂର୍ଣ୍ଣଚନ୍ଦ୍ର ସ୍ୱାଇଁ ଯୋଗ ଦେଇଥିବା ବେଳେ ମୁଖ୍ୟ ଅତିଥି ରୂପେ ବେଲଗୁଣ୍ଠା ନଗରପାଳ ଫିରୋଜ କୁମାର ସେଠୀ ଯୋଗ ଦେଇଥିଲେ I ସେହିପରି ସମ୍ମାନୀତ ଅତିଥି ରୂପେ ଏବିଇଓ ଗୋବିନ୍ଦ ଚନ୍ଦ୍ର ପାଢୀ, ପ୍ରତିଭା କୁମାରୀ ରଥ, ଭାଗ୍ୟଲତା ପ୍ରଧାନ ଏବଂ ପ୍ରଧାନ ଶିକ୍ଷୟିତ୍ରୀ ପ୍ରତିମା ମହାରଣା ଉପସ୍ଥିତ ରହି ଛାତ୍ରଛାତ୍ରୀଙ୍କୁ ଉତ୍ସାହିତ କରିଥିଲେ I ପ୍ରାଥମିକ ବିଦ୍ୟାଳୟ ଶିକ୍ଷକ ସଂଘ ସଭାପତି ମୃତ୍ୟୁଞ୍ଜୟ ପଣ୍ଡା ସ୍ୱାଗତ ଭାଷଣ ପ୍ରଦାନ କରିଥିଲେ I ଶିକ୍ଷକ ଛାୟାକାନ୍ତ ମହାପାତ୍ର ଏବଂ ପୂର୍ଣ୍ଣଚନ୍ଦ୍ର ମହାନ୍ତିଙ୍କ ସଂଯୋଜନାରେ ପରିଚାଳିତ କାର୍ଯ୍ୟକ୍ରମରେ ବ୍ଲକ୍ ର ସମସ୍ତ ଏଗାରଟି କ୍ଳଷ୍ଟର୍ ମନୋନୀତ ହୋଇ ଆସିଥିବା ଛାତ୍ରଛାତ୍ରୀଙ୍କ ମଧ୍ୟରେ ବିଭିନ୍ନ ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା I ପ୍ରାଥମିକ ଶିକ୍ଷକ ସଂଘ ସଭାପତି ବସନ୍ତ କୁମାର ଜେନା,ସମ୍ପାଦକ ବାଳକୃଷ୍ଣ ସାବତ, ସଙ୍ଗଠକ ସନ୍ତୋଷ କୁମାର ପଟ୍ଟନାୟକ,ସିଆରସିସି ସୁଧୀର କୁମାର ଦାସ, ବିଦେଶୀ ବାଡତ୍ୟା,ମନୋଜ ପଟ୍ଟନାୟକ,କାଳୁ ଚରଣ ଗୌଡ଼, ହରେକୃଷ୍ଣ ଶତପଥି, ପ୍ରଶାନ୍ତ ପଟ୍ଟନାୟକ,ନୀଳକଣ୍ଠ ନନ୍ଦ,ଶଙ୍କର ନାରାୟଣ ସେଠୀ, ରମେଶ ପାଣିଗ୍ରାହୀଙ୍କ ସମେତ ବିଭିନ୍ନ ବିଦ୍ୟାଳୟରୁ ଆସିଥିବା ଶିକ୍ଷକ ଶିକ୍ଷୟିତ୍ରୀମାନେ କାର୍ଯ୍ୟକ୍ରମରେ ସହଯୋଗ କରିଥିଲେ I ଅପରାହ୍ଣରେ ସଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବା ସହିତ ଉଦଯାପନୀ ଉତ୍ସବରେ ଅତିଥି ମାନଙ୍କ ଦ୍ୱାରା କୃତୀ ଛାତ୍ରଛାତ୍ରୀଙ୍କୁ ପୁରସ୍କୃତ କରାଯାଇଥିଲା I

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ