ପୋଲସରା ବିଡ଼ିଓଙ୍କ ପୋଲସରା ଏନଏସିର ଅତିରିକ୍ତ ଦାୟିତ୍ୱ

ପୋଲସରା, (ଅନିଲ କୁମାର ମହାରଣା):ଗଞ୍ଜାମ ଜିଲ୍ଲାର ପୋଲସରା ବ୍ଲକ ବିଡ଼ିଓ ଅକ୍ଟୋବର ୨୨ ତାରିଖ ଦିନ ପୋଲସରା ଏନଏସିର କାର୍ଯ୍ୟନିର୍ବାହୀ ଅଧିକାରୀ ଭାବେ ଅତିରିକ୍ତ ଦାୟିତ୍ୱ ଗ୍ରହଣ କରିଥିବା ଜଣାପଡିଛି। ପୋଲସରା ଏନଏସି କାର୍ଯ୍ୟନିର୍ବାହୀ ଅଧିକାରୀ ଭାବେ ପୋଲସରା ଅତିରିକ୍ତ ତହସିଲଦାର ଶୁଭମ ବେହେରା ଏନଏସି ର କାର୍ଯ୍ୟନିର୍ବାହୀ ଅଧିକାରୀ ଭାବେ ଅତିରିକ୍ତ ଦାୟିତ୍ୱରେ ଥିଲେ। ବର୍ତ୍ତମାନ ପୋଲସରା ବ୍ଲକ ବିଡ଼ିଓ ଧର୍ମରାଜ ପରିଡା ପୋଲସରା ବିଜ୍ଞାପିତ ଅଞ୍ଚଳ ପରିଷଦର କାର୍ଯ୍ୟନିର୍ବାହୀ ଅଧିକାରୀ ଭାବେ ଅତିରିକ୍ତ ଦାୟିତ୍ୱ ଗ୍ରହଣ କରିଛନ୍ତି। ପୋଲସରା ଏନଏସି ଅଧ୍ୟକ୍ଷା ସଙ୍ଗୀତା ବେହେରା ଓ ଉପାଧ୍ୟକ୍ଷ ସନ୍ତୋଷ କୁମାର ବେହେରା ପୂର୍ବତନ କାର୍ଯ୍ୟନିର୍ବାହୀ ଅଧିକାରୀ ତଥା ଅତିରିକ୍ତ ତହସିଲଦାର ଶ୍ରୀ ବେହେରାଙ୍କୁ ବିଦାୟ କାଳୀନ ସମ୍ବର୍ଦ୍ଧନା ପ୍ରଦାନ କରିବା ସହ ନୂତନ କାର୍ଯ୍ୟନିର୍ବାହୀ ଅଧିକାରୀ ତଥା ବିଡ଼ିଓ ଶ୍ରୀ ପରିଡାଙ୍କୁ ସ୍ୱାଗତ ସମ୍ବର୍ଦ୍ଧନା ଜଣାଇଥିଲେ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ