ରାୟଗଡରେ ନୂତନ ତହସିଲଦାରଙ୍କ ଦାୟିତ୍ୱ ଗ୍ରହଣ
ପାରଳାଖେମୁଣ୍ଡି, (ତାରିଣୀ ପ୍ରସାଦ ପଣ୍ଡା): ଗଜପତି ଜିଲ୍ଲା ରାୟଗଡ଼ରେ ନୂତନ ତହସିଲଦାର ଭେବେ ରାଜକିଶୋର ପଟ୍ଟନାୟକ ଶୁକ୍ରବାର ଦାୟିତ୍ବ ଗ୍ରହଣ କରିଛନ୍ତି । ଏହା ପୂର୍ବରୁ ଶ୍ରୀ ପଟ୍ଟନାୟକ ଗଞ୍ଜାମ ଜିଲ୍ଲା ତହସିଲଦାର ଭାବେ କାର୍ଯ୍ୟରତ ଥିଲେ। ଏଥି ପୁର୍ବରୁ ଥିବା ରାୟଗଡ ତହସିଲଦାର ଲୀଳାବତୀ ଆଚାର୍ଯ୍ୟଙ୍କ ରାୟଗଡ଼ା ଜିଲ୍ଲାର ଗୁଣୁପୁର ତହସିଲଦାର ଭାବରେ ବଦଳି ହୋଇଛି lରାୟଗଡ଼ର ମୋଟ ୨୧ ଗୋଟି ପଞ୍ଚାୟତର ଅଟକି ରହିଥିବା କାର୍ଯ୍ୟକୁ ତ୍ୱରାନ୍ୱିତ କରାଯିବା ସହ ଲୋକଙ୍କ ନିକଟତର ହୋଇ କାର୍ଯ୍ୟ କରିବେ ବୋଲି ଶ୍ରୀ ପଟ୍ଟନାୟକ ନିଜ ପ୍ରତିକ୍ରିୟାରେ କହିଛନ୍ତି।


