୨୭୧ ପ୍ରକଳ୍ପକୁ ୧୩ କୋଟି ସ୍ବତନ୍ତ୍ର ୫୯ ପ୍ରକଳ୍ପ ଅନୁଦାନ ୬ କୋଟି ୪୫ ଲକ୍ଷ୍ୟ ମଞ୍ଜୁରୀ

ସାନଖେମୁଣ୍ଡି, (ପଦ୍ମଲୋଚନ ପାଣିଗ୍ରାହୀ) : ରାଜ୍ୟ ସରକାରଙ୍କର ପ୍ରଗତିଶୀଳ ଯୋଜନା ‘ଆମ ଓଡିଶା ନବୀନ ଓଡିଶା’ ମାଧ୍ୟମରେ ନୂଆ ଓଡିଶା ସଶକ୍ତ ଓଡିଶା ଗଠନର ଭିତ୍ତିଭୂମିକୁ ସୁଦୃଢ କରିବା ପାଇଁ .ଆଜି ଭୁବନେଶ୍ୱରରୁ ମାନ୍ୟବର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସାନଖେମୁଣ୍ଡି ବ୍ଲକ ର ବିକାଶ ପାଇଁ ଭିଡ଼ିଓ କନଫରେନ୍ସ ମାଧ୍ୟମରେ ଶୁଭାରମ୍ଭ କରିଛନ୍ତି। ଏହି କାର୍ଯ୍ୟକ୍ରମ ମାଧ୍ୟମରେ ପ୍ରତି ପଞ୍ଚାୟତ, ପ୍ରତି ଗାଁ ହେବା ସଦକ୍ତ । ଗଞ୍ଜାମ ଜିଲ୍ଲାର ସାନଖେମୁଣ୍ଡି ରେ ଏହି ଯୋଜନାର ଶୁଭାରମ୍ଭ କରିଛନ୍ତି।ଏହି କାର୍ଯ୍ୟକ୍ରମରେ ପାଞ୍ଚାୟତରାଜ ଜଙ୍ଗଲ ପରିବେଶ ମନ୍ତ୍ରୀ ପ୍ରଦୀପ ଅମାତ ଯୋଗଦେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଙ୍କୁ ଶୁଭେଚ୍ଛା ଜଣାଇବା ସହ ଉପସ୍ଥିତ ଜନସାଧାରଣ ଙ୍କୁ ସରକାରଙ୍କ ଯୋଜନା ଏବଂ ଅଞ୍ଚଳର ଉନ୍ନତି ବିକାଶ କରିବା ପାଇଁ ବକ୍ତବ୍ୟ ରଖିଥିଲେ।। ଅନ୍ୟମାନଙ୍କ ମଧ୍ୟରେ ସାନଖେମୁଣ୍ଡି ବ୍ଲକ ଗୋଷ୍ଠି ଉନ୍ନୟନ ଅଧିକାରୀ ଜୀତେନ୍ଦ୍ର କୁମାର ମିଶ୍ର ,ଆସିକା ଚିନି ଶିଳ୍ପପତି ପରିଚାଳନା ନିର୍ଦ୍ଦେଶକ ଗାୟତ୍ରୀ ଦତ୍ତ ନାୟକ (ସ୍ଵତନ୍ତ୍ର ଦାଇତ୍ୱ)ରେ ଉପସ୍ଥିତ ଥିବାବେଳେ ବ୍ଲକ ଅଧ୍ୟକ୍ଷ ସିମାଞ୍ଚଳ ପାତ୍ର ପୂର୍ବତନ ବିଧାୟିକା ନନ୍ଦିନୀ ଦେବୀ ପୂର୍ବତନ ଓସ୍କାର୍ଡ ବ୍ୟାଙ୍କ ସଭାପତି ଯୋଗେନ୍ଦ୍ର ସ୍ବାଇଁ ସୁଲତାରାଣି ସ୍ବାଇଁ ବ୍ଲକ ରସମସ୍ତ କର୍ମଚାରୀ ଲୋକପ୍ରତିନିଧି ରଥିଥିଲେ। ପ୍ରତି ପଞ୍ଚାୟତ ପାଇବେ ୫୦ ଲକ୍ଷ ଟଙ୍କା । ଏଥିପାଇଁ ସାନଖେମୁଣ୍ଡି ବ୍ଲକ ର ୨୬ ଟି ପଞ୍ଚାୟତକୁ ୫୦ ଲକ୍ଷ୍ୟ ଲେଖାଏଁ ୧୩ କୋଟିଏବଂ ମୁଖ୍ୟମନ୍ତ୍ରୀଙ୍କ ସ୍ବତନ୍ତ୍ର ଅନୁଦାନ ଆକାରରେ ୬ କୋଟି ୪୫ ଲକ୍ଷ୍ୟ ମଞ୍ଜୁର ହୋଇଛି।ଆଜିର କାର୍ଯ୍ୟକ୍ରମ ପାଇଁ ଗଞ୍ଜାମ ଜିଲ୍ଲାର ସାନଖେମୁଣ୍ଡି ନିର୍ବାଚନମଣ୍ଡଳୀରେ ଆୟୋଜିତ କାର୍ଯ୍ୟକ୍ରମରେ ବିପୁଳ ଜନସମାଗମ ହୋଇଥିଲା। ୨୬ ଟି ପଞ୍ଚାୟତର ୭ ହଜାରରୁ ଉର୍ଦ୍ଧ୍ଵ ଲୋକ ସାମିଲ ହୋଇଥିଲେ। ‘ଆମ ଓଡିଶା ନବୀନ ଓଡିଶା’ କାର୍ଯ୍ୟକ୍ରମ ପାଇଁ ଲୋକଙ୍କ ଭିତରେ ବିପୁଳ ଉତ୍ସାହ ପରିଲକ୍ଷିତ ହୋଇଥିଲା।ଏହି କାର୍ଯ୍ୟକ୍ରମରେ ପ୍ରତି ଗାଁରେ ଜଗନ୍ନାଥ ସଂସ୍କୃତିର ପ୍ରସାର, ପ୍ରତି ପୂଜାସ୍ଥଳୀର ବିକାଶ ଜରିଆରେ ଓଡିଶାର ସଂସ୍କୃତିର ମୂଳ ଭିତ୍ତିକୁ ସୁଦୃଢ କରାଯିବା ସହିତ ଡିଜିଟାଲ ଭିତ୍ତିଭୂମିର ମଧ୍ୟ ବିକାଶ କରାଯିବ। ଏକ ଆକାଂକ୍ଷୀ ଓଡିଶା ଗଠନ ପାଇଁ ଏହା ହେବ ମୂଳ ଭିତ୍ତି । ଏହି ଅବସରରେ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ସଂସ୍କୃତିର ପ୍ରସାର ଓ ଆଧୁନିକ ଭିତ୍ତିଭୂମିର ଉନ୍ନତି ଆମର ଗାଁଗୁଡିକୁ ବିକାଶର ଶିଖରରେ ପହଞ୍ଚାଇବ। ଗାଁରେ ଡିଜିଟାଲ ଭିତ୍ତିଭୂମିର ବିକାଶ ଏହି ଯୋଜନାର ଅନ୍ୟତମ ଲକ୍ଷ ଏହା ଆମର ଯୁବ ସମାଜ ପାଇଁ, ମା’ମାନଙ୍କ ପାଇଁ, ଚାଷୀ ଭାଇ ଭଉଣୀ ମାନଙ୍କ ପାଇଁ ଓ ଛାତ୍ରଛାତ୍ରୀ ମାନଙ୍କ ପାଇଁ ଆମ ଓଡିଶା ନବୀନ ଓଡିଶା କାର୍ଯ୍ୟକ୍ରମର ସଫଳ ରୂପାୟନରେ ସମସ୍ତଙ୍କର ସହଯୋଗ କାମନା କରିଥିଲେ । 5ଟି ତଥା ନବୀନ ଓଡିଶା ଅଧ୍ୟକ୍ଷ ଭି.କେ. ପାଣ୍ଡିଆନ ଏହି କାର୍ଯ୍ୟକ୍ରମକୁ ସଂଯୋଜନା କରି ରୂପାନ୍ତର କାର୍ଯ୍ୟକ୍ରମ ଲୋକଙ୍କ ମଧ୍ୟରେ ଉତ୍ସାହ ସୃଷ୍ଟି କରିଛି ବୋଲି କହିଥିଲେ। ଗଞ୍ଜାମ ସାରା ଭାରତବର୍ଷକୁ ବିକାଶର ରାସ୍ତାରେ ପ୍ରେରିତ କରିଛି ବୋଲି ସେ କହିଥିଲେ। 5ଟି ତଥା ନବୀନ ଓଡିଶା ଅଧ୍ୟକ୍ଷ ଭି.କେ. ପାଣ୍ଡିଆନ୍ କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରି କହିଲେ ଯେ ‘ଆମ ଓଡିଶା ନବୀନ ଓଡିଶା’ କାର୍ଯ୍ୟକ୍ରମ ଜରିଆରେ ସବୁ ଗାଁରେ ରୂପାନ୍ତର ଆଣିବା ମୁଖ୍ୟମନ୍ତ୍ରୀଙ୍କ ଲକ୍ଷ୍ୟ। ଆମର ରୂପାନ୍ତର ଅନ୍ୟ ରାଜ୍ୟ ପାଇଁ ଆଦର୍ଶ ହେବ ବୋଲି ସେ କହିଥିଲେ। ଗାଁ ଗାଁରେ ସବୁ କାମକୁ ଆମେ ଠିକ୍‌ ସମୟରେ ସ୍ବଚ୍ଛତାର ସହ କରି ରୂପାନ୍ତର ଆଣିବ ବୋଲି ସେ କହିଥିଲେ । ବିକାଶକୁ ଏବେ ଦେଖି ହେଉଛି, ଅନୁଭବ ମଧ୍ୟ କରି ହେଉଛି। ସାନଖେମୁଣ୍ଡି ନିର୍ବାଚନ ମଣ୍ଡଳୀରେ ୫୯ ଟି ଗୁରୁତ୍ୱପୂର୍ଣ୍ଣ ପ୍ରକଳ୍ପ ପାଇଁ ୬.୪୫କୋଟି ଟଙ୍କା ମଞ୍ଜୁର କରାଯାଇଛି। ଏହା ମଧ୍ୟରେ ରହିଛି ମା’ ରତନେଇ ମନ୍ଦିର, ପାଇଁ ୧ କୋଟି ୩୦ ଲକ୍ଷ୍ୟ , ଜଗନ୍ନାଥ ମନ୍ଦିର, ଓଡ଼ିଶାଆଦର୍ଶ ବିଦ୍ୟାଳୟ କୁ ୭୫ ଲକ୍ଷ୍ୟ,ପୁଡ଼ାମାରି କଲେଜ କୁ ୫୦ ଲକ୍ଷ୍ୟ ,ପାଟପୁର କଲେଜ କୁ ୧ କୋଟି ୫୦ ଲକ୍ଷ୍ୟ ଏବଂ କଙ୍କୋରଡା କଲେଜ ପାଇଁ ୧ କୋଟି ୫୦ ଲକ୍ଷ୍ୟ ଟଙ୍କା ମୁଖ୍ୟମନ୍ତ୍ରୀ ଙ୍କ ସ୍ଵତନ୍ତ୍ର ଅନୁଦାନ ଆକାରରେ ମଞ୍ଜୁର ହୋଇଛି। ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ ଅନୁସାରେ ଜିଲ୍ଲା ଗସ୍ତ ଯୋଗୁ ଜିଲ୍ଲାସ୍ତରରେ ବିକାଶ ତ୍ବରାନ୍ବିତ ହେବା ସହିତ ଅନେକ ଦିନରୁ ପଡି ରହିଥିବା ସମସ୍ୟା ଗୁଡିକ ମଧ୍ୟ ଦୂର ହୋଇଛି। ବିକାଶର ଏହି କାର୍ଯ୍ୟକ୍ରମ ଆମ ଗାଁଗୁଡିକୁ ସହର ସହିତ ସମାନ କରିବ ଏବଂ ଆମ ଭଳି ଗ୍ରାମାଞ୍ଚଳ ଲୋକଙ୍କ ବିକାଶ ଧାରାରେ ବଡ ପରିବର୍ତ୍ତନ ଆଡ଼ିବ ବୋଲି ଜଣାପଡ଼ିଛି । ଆଇନ ଶୃଙ୍ଖଳା ବ୍ୟବସ୍ଥା ପାଇଁ ପାଟପୁର ଥାନା ଅଧିକାରୀ ସବ୍ୟସାଚୀ ମଲ୍ଲ ଙ୍କ ପ୍ରତ୍ୟକ୍ଷ ତତ୍ବାବଧାନରେ ପୋଲିସ ଫୋର୍ସ ମୁତୟନ ହୋଇଥିଲେ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ