ନୂତନ ହିତାଧିକାରୀଙ୍କୁ ଭତ୍ତା ବଣ୍ଟନ

ଭଣ୍ଡାରିପୋଖରୀ , (ଦୁର୍ଯ୍ୟୋଧନ ଲେଙ୍କା ) : ଭଣ୍ଡାରିପୋଖରୀ ବ୍ଲକ ସଭାଗୃହ ମଧ୍ୟରେ ଆଜି ୮୬ଜଣ ନୂତନ ହିତାଧିକାରୀଙ୍କୁ ଭତ୍ତା ବଣ୍ଟନ କରାଯାଇଛି। ବ୍ଲକ ସାମାଜିକ ସୁରକ୍ଷା ଅଧିକାରିଣୀ ସାନ୍ତ୍ୱନା ଦାସଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଥିବା କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ବିଧାୟକ ପ୍ରଫୁଲ୍ଲ ସାମଲ ଯୋଗଦେଇ ନୂତନ ହିତାଧିକାରୀଙ୍କୁ ଭତ୍ତା ପ୍ରଦାନ କରିଥିଲେ। ସୂଚନା ଅନୁଯାୟୀ ମଧୁ ବାବୁ ପେନସନ ଯୋଜନା ଜରିଆରେ ବିଧବା ଓ ଭିନ୍ନକ୍ଷମଙ୍କୁ ମିଶାଇ ୩୪ଜଣ ଏବଂ ୫୪ଜଣ ବୃଦ୍ଧ ବୃଦ୍ଧାଙ୍କୁ ଭତ୍ତା ପ୍ରଦାନ କରାଯାଇଛି। ଏଥିରେ ବ୍ଲକ ଅଧ୍ୟକ୍ଷା ସୁମତି ସେଠୀ, ବିଡ଼ିଓ ଦେବଦତ୍ତ ଦାଶ, ଜିଲ୍ଲା ପରିଷଦ ସଭ୍ୟ ଲକ୍ଷ୍ମୀଧର ସାହୁ, ପଞ୍ଚାୟତ କାର୍ଯ୍ୟ ନିର୍ବାହୀ ଅଧିକାରୀ ଗୋପାଳ ପଣ୍ଡା, ସୁଧାଂଶୁ ପାଢ଼ୀ ପ୍ରମୁଖ ଉପସ୍ଥିତ ଥିଲେ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ