ପୋଲାସରା କଲେଜରେ ସମନ୍ବିତ ଯୁବ ବିକାଶ କାର୍ଯ୍ୟକ୍ରମର ଶୁଭାରମ୍ଭ

ପୋଲସରା, (ଅନିଲ କୁମାର ମହାରଣା):ଓଡିଶା ସରକାରଙ୍କ କ୍ରୀଡ଼ା ଓ ଯୁବ ସେବା ଏବଂ ଉଚ୍ଚଶିକ୍ଷା ବିଭାଗ ଦ୍ୱାରା ପ୍ରାୟୋଜିତ ସମନ୍ବିତ ଯୁବ ବିକାଶ କାର୍ଯ୍ୟକ୍ରମ ନଭେମ୍ବର ୨୧ ତାରିଖ ଦିନ ପୋଲସରା ବିଜ୍ଞାନ ମହାବିଦ୍ୟାଳୟରେ ଶୁଭାରମ୍ଭ ହୋଇଯାଇଛି। କାର୍ଯ୍ୟକ୍ରମରେ ପୋଲସରା ଏନଏସି ଅଧ୍ୟକ୍ଷା ସଂଗୀତା ବେହେରା ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଉଦଘାଟନ କରିଥିଲେ। କଲେଜର ପରିଚାଳନା ପରିଷଦ ସଭାପତି ଦୁର୍ଗା ପ୍ରସାଦ ମିଶ୍ର ଏହି କାର୍ଯ୍ୟକ୍ରମରେ ଅଧ୍ୟକ୍ଷତା କରିଥିଲେ। କଲେଜ ପ୍ରିନ୍ସପାଲ ବନମାଳୀ ବେହେରା, ନୋଡାଲ ଅଫିସର ଅଧ୍ୟାପକ ରୁଦ୍ର ପ୍ରସାଦ ଗୌଡ଼, ନୋଡାଲ ଅଫିସର ଅଧ୍ୟାପକ ଅନିଲ କୁମାର ଦାସ,ଓ ସାଂସ୍କୃତିକ ବିଭାଗ ନୋଡାଲ ଅଫିସର ପ୍ରଧ୍ୟାପକ ପ୍ରମୋଦ କୁମାର ରଥ ଉପସ୍ଥିତ ଥିଲେ। ଅଧ୍ୟାପକ ଡକ୍ଟର ବିରଞ୍ଚିନାରାୟଣ ରଥ କାର୍ଯ୍ୟକ୍ରମ ପରିଚାଳନା କରିଥିବା ବେଳେ ଅଧ୍ୟାପକ ବାଳରାଜୁ ପାତ୍ର ଧନ୍ୟବାଦ ଅର୍ପଣ କରିଥିଲେ। ପ୍ରଥମ ଦିବସରେ ଛାତ୍ରଛାତ୍ରୀଙ୍କ ମଧ୍ୟରେ ନୃତ୍ୟ ଓ ସଙ୍ଗୀତ ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ