ମିଳିତ ଜନ ଅଭିଯୋଗ ଶୁଣାଣି ଶିବିର
ଭଣ୍ଡାରିପୋଖରୀ, ( ଦୁର୍ଯ୍ୟଧନ ଲେଙ୍କା) : ଭଣ୍ଡାରିପୋଖରୀ ବ୍ଲକ ସଭାଗୃହ ମଧ୍ୟରେ ଜିଲ୍ଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ବିଡ଼ିଓ ଦେବଦତ୍ତ ଦାସଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଥିବା କାର୍ଯ୍ୟକ୍ରମରେ ଜିଲ୍ଲାପାଳ ସିଧେଶ୍ୱର ବଳିରାମ ବନ୍ଦାରୋ ଉପସ୍ଥିତ ରହି ଆସିଥିବା ଅଭିଯୋଗର ତୁରନ୍ତ ସମାଧାନ ପାଇଁ ବିଭାଗୀୟ ଅଧିକାରୀ ମାନଙ୍କୁ ନିର୍ଦେଶ ଦେଇଥିଲେ। ଶିବିରକୁ ମୋଟ ୧୭ଗୋଟି ଅଭିଯୋଗ ଆସିଥିବା ବେଳେ ତନ୍ମଧ୍ୟରୁ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ସର୍ବାଧିକ ଆପତ୍ତି ଅଭିଯୋଗ ହୋଇଥିଲା। ଏହାଛଡା ପାନୀୟଜଳ, ଖାଦ୍ୟ ସୁରକ୍ଷା, କୃଷି, ଗ୍ରାମ୍ୟ ଉନ୍ନୟନ ବିଭାଗରୁ ମଧ୍ୟ ଗୋଟିଏ ଲେଖାଏଁ ଅଭିଯୋଗ ଆସିଥିଲା। ଅଭିଯୋଗ ଶୁଣାଣି ଶିବିରରେ ଜିଲ୍ଲା ଆରକ୍ଷୀ ଅଧିକ୍ଷକ ବରୁଣ ଗୁଣ୍ଠୁପଲ୍ଲୀ, ଜିଲ୍ଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ସରୋଜ କୁମାର ଦତ୍ତ, ବ୍ଲକ ଅଧ୍ୟକ୍ଷା ସୁମତି ସେଠୀ, ତହସିଲଦାର ସରୋଜକାନ୍ତ ନାୟକ ପ୍ରମୁଖ ଉପସ୍ଥିତ ଥିଲେ। ଏହାଛଡା ବିଭିନ୍ନ ବିଭାଗର ପଦାଧିକାରୀ ମାନେ ଏଥିରେ ଯୋଗ ଦେଇଥିଲେ। ଅଭିଯୋଗ ଶୁଣାଣି ଶିବିରକୁ ଜିପିଓ ମୀନକେତନ ବାରିକ, ମୁଖ୍ୟ ଅମଲା ଅଧିକାରୀ ଫିରଦୋଷ ଆଲାମ, ପଞ୍ଚାୟତ କାର୍ଯ୍ୟ ନିର୍ବାହୀ ଅଧିକାରୀ ନରେନ୍ଦ୍ର ରାଉତ, ଅଜିତ ବେହେରା ପ୍ରମୁଖ ପରିଚାଳନା କରିଥିଲେ।


