ନାଆମୀ କଲେଜରେ ରକ୍ତଦାନ ଶିବିର
ଭଣ୍ଡାରିପୋଖରୀ, ( ଦୁର୍ଯ୍ୟଧନ ଲେଙ୍କା) : ଭଣ୍ଡାରିପୋଖରୀ ବ୍ଲକ ନାଆମୀ ମହାବିଦ୍ୟାଳୟ ଠାରେ ଜାତୀୟ ସେବା ଯୋଜନା ଓ ସମନ୍ବିତ ଯୁବ ବିକାଶ କାର୍ଯ୍ୟକ୍ରମ ଦ୍ୱାରା ସ୍ୱେଚ୍ଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଯାଇଛି। ଏଥିରେ ମୁଖ୍ୟ ଅତିଥି ଭାବେ କଲେଜ ଅଧ୍ୟକ୍ଷ ଡ଼. ବିନୋଦ ବିହାରୀ ନାୟକ ଯୋଗଦେଇ ଶିବିରକୁ ଉଦଘାଟନ କରିଥିଲେ। ନିମନ୍ତ୍ରିତ ଅତିଥି ଭାବେ ବ୍ଲକ ଉପାଧ୍ୟକ୍ଷ ପ୍ରଣୀତକାନ୍ତି ସାମଲ, ଜିଲ୍ଲା ପରିଷଦ ସଭ୍ୟ ଲକ୍ଷ୍ମୀଧର ସାହୁ, ସରପଞ୍ଚ ସସ୍ମିତା ସେଠୀ, ନାଆମୀ ସେବା ସମବାୟ ସମିତି ସଭାପତି ଦୀପ୍ତିସୂର୍ଯ୍ୟ ବିଶ୍ୱାଳ, ନାରିନେତ୍ରୀ ରଶ୍ମିତା ପାଢ଼ୀ ପ୍ରମୁଖ ଉପସ୍ଥିତ ରହି ରକ୍ତଦାତା ମାନଙ୍କୁ ଉତ୍ସାହିତ କରିଥିଲେ। ଜାତୀୟ ସେବା ଯୋଜନା ଅଧିକାରୀ ଡକ୍ଟର ଅଜୟ କୁମାର ପ୍ରଧାନ କାର୍ଯ୍ୟକ୍ରମ କୁ ସଂଯୋଜନା କରିଥିବା ବେଳେ କ୍ଷେତ୍ରିୟ ଅଧିକାରୀ ମହିତୋଷ ସେଠୀ ଓ ଡ଼.ରଘୁନାଥ ସାହୁ ଶିବିର ପରିଚାଳନା କରିଥିଲେ। ଏଥିରେ ୫୧ୟୁନିଟ ରକ୍ତ ସଂଗୃହୀତ ହୋଇଥିବା ଜଣାପଡିଛି। କାର୍ଯ୍ୟକ୍ରମରେ ସମସ୍ତ ଅଧ୍ୟାପକ, ଅଧ୍ୟାପିକା, କର୍ମଚାରୀ ଓ ଛାତ୍ର ଛାତ୍ରୀ ମାନେ ସହଯୋଗ କରିଥିଲେ।


