ଅକ୍ଷୟ ପୁନର୍ବିଚାର ଆବେଦନ କୁ ଖାରଜ କଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ – ବୁଧବାର ନିର୍ଭୟା ଗଣଦୁଷ୍କର୍ମ ମାମଲାରେ ଫାଶୀଦଣ୍ଡ ପାଇଥିବା ଅକ୍ଷୟ କୁମାର ସିଂର ପୁନର୍ବିଚାର ଆବେଦନକୁ ସୁପ୍ରିମକୋର୍ଟ ଖାରଜ କରିଦେଇଛନ୍ତି । ଜଷ୍ଟିସ ଅଶୋକ ଭୁଷଣ, ଜଷ୍ଟିସ ଇନ୍ଦୁମତି ଓ ଜଷ୍ଟିସ ଏ.ଏସ.ବୋପାନ୍ନାଙ୍କୁ ନେଇ ଗଠିତ ଖଣ୍ଡପୀଠ ଏହି ରାୟ ଶୁଣାଇଛନ୍ତି । ନିଜର ପୁନର୍ବିଚାର ଆବେଦନରେ ଅକ୍ଷୟ ଦର୍ଶାଇଥିଲା ଯେ ଦିଲ୍ଲୀର ପ୍ରଦୂଷଣ କାରଣରୁ ସେ ଆପେ ଆପେ ମରିଯିବ, ମୃତ୍ୟୁଦଣ୍ଡର ଆବଶ୍ୟକତା ନାହିଁ । ସୂଚନାଥାଉକି ୨୦୧୨ ମସିହା ଡିସେମ୍ବର ୧୬ ତାରିଖରେ ପାରାମେଡ଼ିକାଲ ଛାତ୍ରୀ ନିର୍ଭୟାକୁ ଏକ ଚଳନ୍ତା ବସରେ ଗଣ-ଦୁଷ୍କର୍ମ କରାଯିବା ସହ ଅମାନୁଷିକ ନିର୍ଯ୍ୟ।ତନ। ଦିଆଯାଇଥିଲା । ୬ ଜଣ ବ୍ୟକ୍ତି ଏହି କାଣ୍ଡ ଘଟାଇବା ପରେ ତାକୁ ଚଳନ୍ତା ବସରୁ ଫିଙ୍ଗିଦେଇଥିଲେ ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ