ଯୁବ ଓଡ଼ିଶା ନବୀନ ଓଡ଼ିଶା କାର୍ଯ୍ୟକ୍ରମ ଅନୁଷ୍ଠିତ

ଶେରଗଡ଼, (ବିଭୁ ପ୍ରସାଦ ଦାସ):ଆଜି ଶେରଗଡ଼ ଉଦୟ ପ୍ରତାପ ବିଜ୍ଞାନ ମହାବିଦ୍ୟାଳୟ ପରିସରରେ ଯୁବ ଓଡ଼ିଶା ନବୀନ ଓଡ଼ିଶା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ମହାବିଦ୍ୟାଳୟ ର ଅଧ୍ୟକ୍ଷ ଉପେନ୍ଦ୍ର କୁମାର ବାଡତ୍ୟାଙ୍କ ତତ୍ତ୍ଵାବଧାନରେ ଅନୁଷ୍ଠିତ କାର୍ଯ୍ୟକ୍ରମ ରେ ମୁଖ୍ୟ ଅତିଥି ଭାବରେ ମହିଳା ଓ ଶିଶୁ ବିକାଶ ବିଭାଗ ର ଉପଦେଷ୍ଟା ଶ୍ରୀମତୀ ସବିତା ରାଣୀ ଚୌଧୁରୀ , ମୁଖ୍ୟ ବକ୍ତା ଭାବେ ଶେରଗଡ଼ ଗୋଷ୍ଠୀ ଉନ୍ନୟନ ଅଧିକାରୀ ଶ୍ରୀ ଶିବାଶିଷ ବରାଳ, ସମ୍ମାନୀୟ ଅତିଥି ଭାବେ ଜିଲ୍ଲା ପରିଷଦ ସଭ୍ୟ ଚିତ୍ତରଞ୍ଜନ ପାଣିଗ୍ରାହୀ, ଉଦ୍ଭିଦ ବିଜ୍ଞାନ ଅଧ୍ୟାପକ ଶିଶିର କୁମାର ତ୍ରିପାଠୀ, ବି. ଶିବାଜି ପାତ୍ର ଯୋଗ ଦେଇ ପ୍ରଦୀପ ପ୍ରଜ୍ବଳନ କରି ଶୁଭ ଉଦଘାଟନ କରିଥିଲେ। ଏହି ଅବସରରେ ଓଡ଼ିଶା ସରକାରଙ୍କ କ୍ରୀଡା ଓ ଯୁବ ସେବା ଆନୁକୁଲ୍ୟରେ ସମ୍ୱନିତ ଯୁବ ବିକାଶ କାର୍ଯ୍ୟକ୍ରମ ଜରିଆରେ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ରେ ଅଧ୍ୟୟନରତ ଶିକ୍ଷାର୍ଥୀ ମାନଙ୍କ ଲୁକ୍କାୟିତ ପ୍ରତିଭା କୁ ବିକଶିତ କରିବା ଲକ୍ଷ୍ୟରେ ଏକ ନୂତନ ପରିକଳ୍ପନା ଆରମ୍ଭ ହୋଇଯାଇଛି। ପୂର୍ବରୁ ଆୟୋଜିତ ବିଭିନ୍ନ ପ୍ରତିଯୋଗିତା ରେ କୃତିତ୍ୱ ଲାଭ କରିଥିବା ଶିକ୍ଷାର୍ଥୀ ମାନଙ୍କୁ ପୁରସ୍କୃତ କରାଯାଇଥିଲା ଏବଂ ପରିଶେଷରେ ଶିକ୍ଷାର୍ଥୀ ମାନଙ୍କ ଦ୍ଵାରା ଏକ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ଏହି କାର୍ଯ୍ୟକ୍ରମ ରେ ସମସ୍ତ ଅଧ୍ୟାପକ ଓ କର୍ମଚାରୀ ସହଯୋଗ କରିଥିଲେ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ