ତିନି ଦିନରେ ସାତ ମୃତକଙ୍କ ପରିବାରକୁ ସମବେଦନା ଜଣାଇଲେ ବିଧାୟକ

ପୋଲସରା/ବୁଗୁଡା, (ଅନିଲ କୁମାର ମହାରଣା):ପୋଲସରା ନିର୍ବାଚନ ମଣ୍ଡଳୀ ମାନ୍ୟବର ବିଧାୟକ ଶ୍ରୀକାନ୍ତ ସାହୁ ତିନି ଦିନ ସାତ ଜଣ ମୃତକଙ୍କ ପରିବାର ବୃନ୍ଦକୁ ଭେଟି ସମବେଦନା ଜଣାଇବା ସହ ବ୍ୟକ୍ତିଗତ ଭାବେ ଆର୍ଥିକ ସହାୟତା ପ୍ରଦାନ କରିଛନ୍ତି। ପୋଲସରା ବ୍ଲକର ବାଲିଛାଇ ଗ୍ରାମର ସନ୍ତୋଷ ସାହୁ ଆକସ୍ମିକ ମୃତ୍ୟୁ ବରଣ କରିଥିଲେ। ବିଧାୟକ ପୋଲସରା ଶ୍ରୀ ସାହୁ ନଭେମ୍ବର ୨୯ ତାରିଖ ଦିନ ମୃତକଙ୍କ ବାସଭବନକୁ ଯାଇ ଶୋକ ସଂତପ୍ତ ପରିବାରକୁ ଭେଟି ସମବେଦନା ଜଣାଇବା ସହ ଆର୍ଥିକ ସହାୟତା ପ୍ରଦାନ କରିଥିଲେ। ସେହିପରି ଧୋୟାକଣା ଗ୍ରାମର ବିପିନି ନାୟକ ଆକସ୍ମିକ ମୃତ୍ୟୁ ବରଣ କରିଥିଲେ। ବିଧାୟକ ପୋଲସରା ଶ୍ରୀକାନ୍ତ ସାହୁ ମୃତକଙ୍କ ବାସଭବନକୁ ଯାଇ ଶୋକ ସଂତପ୍ତ ପରିବାରକୁ ଭେଟି ସମବେଦନା ଜଣାଇବା ସହ ଆର୍ଥିକ ସହାୟତା ପ୍ରଦାନ କରିଥିଲେ। ପୋଲସରା ଏନଏସି ରାଣୀପଡ଼ାର ନାଗେଶ୍ଵର ସୁବୁଦ୍ଧି ଆକସ୍ମିକ ମୃତ୍ୟୁ ବରଣ କରିଥିଲେ। ବିଧାୟକ ଶ୍ରୀ ସାହୁ ମୃତକଙ୍କ ବାସଭବନକୁ ଯାଇ ଶୋକ ସଂତପ୍ତ ପରିବାରକୁ ଭେଟି ସମବେଦନା ଜଣାଇବା ସହ ଆର୍ଥିକ ସହାୟତା ପ୍ରଦାନ କରିଥିଲେ। ପୋଲସରା ବ୍ଲକ୍ ଅନ୍ତର୍ଗତ ବନ୍ଥପଲ୍ଲୀ ଗ୍ରାମର ସୁଶାନ୍ତ ନାହାକ ସଡ଼କ ଦୁର୍ଘଟଣାରେ ମୃତ୍ୟୁ ବରଣ କରିଥିଲେ।ବିଧାୟକ ଶ୍ରୀ ସାହୁ ଖବର ପାଇ ପୋଲସରା ମେଡ଼ିକାଲ୍ କୁ ଯାଇ ଶୋକ ସଂତପ୍ତ ପରିବାରକୁ ଭେଟି ସମବେଦନା ଜଣାଇଥିଲେ। ପୋଲସରା ବ୍ଲକ୍ ଅନ୍ତର୍ଗତ ଉସ୍ତାପଡ଼ା ଗ୍ରାମର ବିନୋଦ ରାଉତ ସୂରାଟରେ ଶ୍ରମିକ ଭାବେ କାର୍ଯ୍ୟ କରୁଥିବା ସମୟରେ ଆକସ୍ମିକ ମୃତ୍ୟୁ ବରଣ କରିଥିଲେ। ବିଧାୟକ ଶ୍ରୀକାନ୍ତ ସାହୁ ମୃତକଙ୍କ ବାସଭବନକୁ ଡିସେମ୍ବର ୧ ତାରିଖ ଦିନ ଯାଇ ଶୋକ ସଂତପ୍ତ ପରିବାରକୁ ଭେଟି ସମବେଦନା ଜଣାଇବା ସହ ଆର୍ଥିକ ସହାୟତା ପ୍ରଦାନ କରିଥିଲେ। ଉସ୍ତାପଡ଼ା ଗ୍ରାମର ବିନୋଦ ରାଉତ ସୂରାଟରେ ଶ୍ରମିକ ଭାବେ କାର୍ଯ୍ୟ କରୁଥିବା ସମୟରେ ଆକସ୍ମିକ ମୃତ୍ୟୁ ବରଣ କରିଥିଲେ।ବିଧାୟକ ଶ୍ରୀକାନ୍ତ ସାହୁ ମୃତକଙ୍କ ବାସଭବନକୁ ଯାଇ ଶୋକ ସଂତପ୍ତ ପରିବାରକୁ ଭେଟି ସମବେଦନା ଜଣାଇବା ସହ ଆର୍ଥିକ ସହାୟତା ପ୍ରଦାନ କରିଥିଲେ। ସେହିପରି ବୁଗୁଡ଼ା ବ୍ଲକ୍ ଅନ୍ତର୍ଗତ ତାଳସାକର ଗ୍ରାମର ସାଗର ସ୍ୱାଇଁ ଆକସ୍ମିକ ମୃତ୍ୟୁ ବରଣ କରିଥିଲେ।ମାନ୍ୟବର ବିଧାୟକ ଶ୍ରୀକାନ୍ତ ସାହୁ ମୃତକଙ୍କ ବାସଭବନକୁ ଡିସେମ୍ବର ୩ ତାରିଖ ଦିନ ଯାଇ ଶୋକ ସଂତପ୍ତ ପରିବାରକୁ ଭେଟି ସମବେଦନା ଜଣାଇବା ସହ ଆର୍ଥିକ ସହାୟତା ପ୍ରଦାନ କରିଥିଲେ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ