ସମନ୍ବିତ ଯୁବ ବିକାଶ କାର୍ଯ୍ୟକ୍ରମ ଉଦଘାଟିତ

ବୁଗୁଡ଼ା, (ଅନିଲ କୁମାର ମହାରଣା):ବୁଗୁଡା ଶ୍ରୀ ବଳଦେବ ଜୀଉ ମହିଳା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ “ଯୁବ ଓଡ଼ିଶା ନବୀନ ଓଡ଼ିଶା” କାର୍ଯ୍ୟକ୍ରମର “ସମନ୍ବିତ ଯୁବ ବିକାଶ କାର୍ଯ୍ୟକ୍ରମ” ଡିସେମ୍ବର ୨୨ ତାରିଖ ଦିନ ଉଦଘାଟିତ ହୋଇଯାଇଛି। ପୋଲସର ବିଧାୟକ ଶ୍ରୀକାନ୍ତ ସାହୁ ମୁଖ୍ୟ ଅତିଥି ଭାବେ ଯୋଗଦେଇ କାର୍ଯ୍ୟକ୍ରମକୁ ଉଦଘାଟନ କରିଥିଲେ। ଯୁବଶକ୍ତିର ବିକାଶ ଦିଗରେ ରାଜ୍ୟ ସରକାରଙ୍କ ବିଭିନ୍ନ ପଦକ୍ଷେପ ସମ୍ପର୍କରେ ବିଧାୟକ ଶ୍ରୀ ସାହୁ ବକ୍ତବ୍ୟ ରଖିଥିଲେ। ବୁଗୁଡ଼ା ଏନ୍.ଏ.ସି ଅଧ୍ୟକ୍ଷ ଚିତ୍ରସେନ ପ୍ରଧାନ, ଉପାଧ୍ୟକ୍ଷା ଗୀତାଞ୍ଜଳୀ ପାଢ଼ୀ, ବ୍ଳକ୍ ଉପାଧ୍ୟକ୍ଷ ମାନସ ରଞ୍ଜନ ପ୍ରଧାନ ଓ ବୁଗୁଡା ଏବିଇଓ ଅମିତା ପାଢ଼ୀ ସମ୍ମାନୀତ ଅତିଥି ଭାବେ ଯୋଗଦେଇଥିଲେ। ଶିକ୍ଷାନୁଷ୍ଠାନର ପ୍ରିନ୍ସିପାଲ ମନୋଜ କୁମାର ସ୍ବାଇଁ କାର୍ଯ୍ୟକ୍ରମରେ ଅଧ୍ୟକ୍ଷତା କରିଥିଲେ। ନୋଡାଲ ଅଫିସର ଅଧ୍ୟାପକ ବିଭୂତି ଭୂଷଣ ମିଶ୍ର ସ୍ୱାଗତ ଭାଷଣ, ଅତିଥି ପରିଚୟ ପ୍ରଦାନ ସହ କାର୍ଯ୍ୟକ୍ରମ ସଂଯୋଜନା କରିଥିଲେ। ଅଧ୍ୟାପକ ପ୍ରଭାକର ଡ଼ାକୁଆ ଓ ସନାତନ ବେହେରୁକ ପରିଚାଳନାରେ ସହଯୋଗ କରିଥିଲେ । ଶିକ୍ଷାନୁଷ୍ଠାନର ଛାତ୍ରୀମାନଙ୍କ ଦ୍ଵାରା ସଂଗୀତ ଓ ନୃତ୍ୟ ପରିବେଷଣ କରାଯାଇଥିବା ବେଳେ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ସମସ୍ତ ଅଧ୍ୟାପକ, ଅଧ୍ୟାପିକା, କର୍ମଚାରୀ ଓ ସମସ୍ତ ଛାତ୍ରୀ ଉପସ୍ଥିତ ଥିଲେ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ