ଆନ୍ଧ୍ରକୁ ଗଞ୍ଜେଇ ଚୋରା ଚାଲାଣ ବେଳେ ୫୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ

ପାରଳାଖେମୁଣ୍ଡି, (ତାରିଣୀ ପ୍ରସାଦ ପଣ୍ଡା):ଗଜପତି ଜିଲ୍ଲାରୁ ଆନ୍ଧ୍ରକୁ ୫୦ ଲକ୍ଷ ଟଙ୍କାର ଗଞ୍ଜେଇ ଚାଲାଣ ବେଳେ ଗଜପତି ଜିଲ୍ଲା ଅବକାରୀ ବିଭାଗ ତରଫରୁ ଚଢ଼ାଉ କରାଯାଇ ଜବତ କରାଯାଇଛି. ଚୋରା ଚାଲାଣ ହେଉଥିବା କାର ସହ ଜଣକୁ ଗିରଫ କରାଯାଇଛି. ଗଜପତି ଜିଲ୍ଲାପାଳ ସ୍ମୃତି ରଞ୍ଜନ ପ୍ରଧାନଙ୍କ ନିର୍ଦେଶକ୍ରମେ ଅବକାରୀ ଅଧିକ୍ଷକ ପ୍ରଭାତ କୁମାର ସେଠିଙ୍କ ତତ୍ୱାବଧାନରେ ମୋହନାରୁ ଆନ୍ଧ୍ର ଚୋରା ଚାଲାଣ ବେଳେ ମାଡି ବସିଲା ଅବକାରୀ ବିଭାଗ. ଅଭିଯୁକ୍ତ ଅଡବା ଅଞ୍ଚଳର ଶଶି ନାୟକଙ୍କୁ ଘଟଣାରେ ଗିରଫ କରାଯାଇଛି.ହୋଇଥିବା ସୂଚନା ମିଳିଛି. ଗଞ୍ଜେଇର ଆନୁମାନିକ ମୂଲ୍ୟ ୫୦ ଲକ୍ଷ ଟଙ୍କା ହେବ ବୋଲି ଅବକାରୀ ବିଭାଗ ସୂଚନା ଦେଇଛନ୍ତି.

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ