ବାଲିପଦର ମହାବିଦ୍ୟାଳୟରେ “ସମନ୍ବିତ ଯୁବ ବିକାଶ କାର୍ଯ୍ୟକ୍ରମ” ଉଦଯାପିତ
ବୁଗୁଡା, (ଅନିଲ କୁମାର ମହାରଣା):ବୁଗୁଡା ବ୍ଲକର ବାଲିପଦର ଡିଗ୍ରୀ ମହାବିଦ୍ୟାଳୟରେ “# ଯୁବ-ଓ” ଓ “ଯୁବ ଓଡ଼ିଶା ନବୀନ ଓଡିଶା” ଆନୁକୂଲ୍ୟରେ ଚାଲିଥିବା ” ସମନ୍ବିତ ଯୁବ ବିକାଶ କାର୍ଯ୍ୟକ୍ରମ” ଡିସେମ୍ବର ୨୭ ତାରିଖ ଦିନ ଉଦଯାପିତ ହୋଇଯାଇଛି। “ସମନ୍ୱିତ ଯୁବ ବିକାଶ କାର୍ଯ୍ୟକ୍ରମ” ର ଉଦଯାପନୀ କାର୍ଯ୍ୟକ୍ରମରେ କଲେଜର ପ୍ରିନ୍ସିପାଲ ଡକ୍ଟର ବିବେକାନନ୍ଦ ପଟ୍ଟନାୟକ ଅଧ୍ୟକ୍ଷତା କରିଥିଲେ। ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ପୋଲସରା ନିର୍ବାଚନ ମଣ୍ଡଳୀର ମାନ୍ୟବର ବିଧାୟକ ଶ୍ରୀକାନ୍ତ ସାହୁ ଯୋଗଦେଇ, ଅଧ୍ୟୟନ, କ୍ରୀଡା, ସଂସ୍କୃତି ଓ ସାମାଜିକ କାର୍ଯ୍ୟ ମାଧ୍ୟମରେ ନିଜର ବିକାଶ ହୋଇପାରିବ ବୋଲି ଛାତ୍ରଛାତ୍ରୀମାନଙ୍କୁ ପରାମର୍ଶ ଦେଇଥିଲେ। ସମ୍ମାନିତ ଅତିଥି ଭାବେ ବୁଗୁଡା ବ୍ଲକ ଅଧ୍ୟକ୍ଷା କେ.ପ୍ରିୟଦର୍ଶନୀ ଆଚାରୀ, ୪୧ ନଂ ଜିଲ୍ଲା ପରିଷଦ ସଦସ୍ୟା ସମିତା ସ୍ୱାଇଁ, କଲମ୍ବ ସରପଞ୍ଚ ପ୍ରଦୀପ କୁମାର ଜେନା, ପରିଚାଳନା ପରିଷଦ ସଭାପତି ହରିହର ବିଷୋୟୀ ଓ ବୁଗୁଡା ବ୍ଳକର ପୂର୍ବତନ ଉପାଧ୍ୟକ୍ଷ ଟୁକୁନା ସ୍ୱାଇଁ ଏବଂ ମୁଖ୍ୟ ବକ୍ତା ଭାବେ ବାଲିପଦର ଆଞ୍ଚଳିକ ବିଜ୍ଞାନ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଅଧ୍ୟକ୍ଷ ପ୍ରାଧ୍ୟାପକ କୈଳାଶ ଚନ୍ଦ୍ର ସେନାପତି ଯୋଗଦେଇଥିଲେ। ନୋଡାଲ ଅଫିସର ଅଧ୍ୟାପକ ଅମୀୟ କୁମାର ସ୍ୱାଇଁ ଓ କ୍ରୀଡା ଅଧ୍ୟାପକ ଭଞ୍ଜକିଶୋର ଗୌଡ଼ଙ୍କ ତତ୍ତ୍ୱାବଧାନରେ ଅନୁଷ୍ଠିତ ହୋଇଥିବା କ୍ରୀଡା, ସଂସ୍କୃତି ଓ ସାମାଜିକ କାର୍ଯ୍ୟକ୍ରମରେ କୃତିତ୍ୱ ଅର୍ଜନ କରିଥିବା ଛାତ୍ରଛାତ୍ରୀଙ୍କୁ ପୁରସ୍କାର ପ୍ରଦାନ କରାଯାଇଥିଲା। ମହାବିଦ୍ୟାଳୟର ସମସ୍ତ ଅଧ୍ୟାପକ, ଅଧ୍ୟାପିକା ଓ କର୍ମଚାରୀ ବୃନ୍ଦ କାର୍ଯ୍ୟକ୍ରମ ପରିଚାଳନାରେ ସହଯୋଗ କରିଥିଲେ।


