ସଂଜୀବନୀ ବିଦ୍ୟାମନ୍ଦିରର ବାର୍ଷିକ କ୍ରୀଡା ଉତ୍ସବ

କେନ୍ଦ୍ରାପଡ଼ା, (ଚିତ୍ତରଞ୍ଜନ ଦାସ):କେନ୍ଦ୍ରାପଡା ସହର ଉପକଣ୍ଠ ସଂଜୀବନୀ ବିଦ୍ୟାମନ୍ଦିରରେ ଦୁଇଦିନ ଧରି ବିଦ୍ୟାଳୟର ୨୪ତମ ବାର୍ଷିକ କ୍ରୀଡା ଉତ୍ସବ ଅନୁଷ୍ଟିତ ହୋଇଯାଇଛି । ଏହି ଉତ୍ସବରେ ଫକିରାବାଦ ରାମଚନ୍ଦ୍ର ନୋଡାଲ ଉଚ୍ଚ ବିଦ୍ୟାଳୟର ପ୍ରାକ୍ତନ ପ୍ରଧାନ ଶିକ୍ଷକ ନନ୍ଦ କିଶୋର ଭୂୟାଁ ମୁଖ୍ୟ ଅତିଥି, କେନ୍ଦ୍ରାପଡା ସାନ୍ଧ୍ୟ ମହାବିଦ୍ୟାଲୟର ପ୍ରାକ୍ତନ କର୍ମଚାରି ଶ୍ରୀଧର କୁମାର ମହାନ୍ତି ସମ୍ମାନୀତ ଅତିଥି ଭାବେ ଯୋଗଦେଇ ପ୍ରଦୀପ ପ୍ରଜ୍ଜ୍ୱଳନ ପୂର୍ବକ କ୍ରୀଡା ପତାକା ଉତ୍ତୋଳନ କରି ଛାତ୍ରଛାତ୍ରୀମାନଙ୍କୁ କ୍ରୀଡା ସମ୍ପର୍କରେ ମୂଲ୍ୟବାନ ବକ୍ତବ୍ୟ ଦେଇଥିଲେ । ଏହି ଉତ୍ସବରେ ବିଦ୍ୟାଳୟର ଅଧ୍ୟକ୍ଷ ଚିତ୍ତରଞ୍ଜନ ଆଚାର୍ଯ୍ୟ ଓ ପ୍ରଧାନ ଆଚାର୍ଯ୍ୟ ବିଦ୍ୟାଧର ମହାପାତ୍ର ଉପସ୍ଥିତ ଥିଲେ । କ୍ରୀଡା ଶିକ୍ଷକ ସଦାଶିବ ପଣ୍ଡିତ୍ରା, ରାଜକିଶୋର ସାହୁ, କାଳନ୍ଦୀ ସାହୁଙ୍କ ସମେତ ସମସ୍ତ ଗୁରୁଜୀ ଓ ଗୁରୁମା ମାନେ ଉପସ୍ଥିତ ରହି କ୍ରୀଡା ପ୍ରତିଯୋଗିତାକୁ ପରିଚାଳନା କରିଥିଲେ ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ