୯୭ତମ ରାଜ୍ୟସ୍ତରୀୟ ଜୟନ୍ତୀ ଉତ୍ସବ

ଭୁବନେଶ୍ୱର, (ଯୁଗାବ୍ଦ ନ୍ୟୁଜ):ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ଆସାମର ପୂର୍ବତନ ରାଜ୍ୟପାଳ ଶ୍ରୀ ଜାନକୀ ବଲ୍ଲଭ ପଟ୍ଟନାୟକଙ୍କ ୯୭ତମ ରାଜ୍ୟସ୍ତରୀୟ ଜୟନ୍ତୀ ଉତ୍ସବ ଆସନ୍ତା ୩ ତାରିଖ ସନ୍ଧ୍ୟା ୬ ଘଟିକା ସମୟରେ ଭୁବନେଶ୍ୱରସ୍ଥିତ ଜୟଦେବ ଭବନରେ ଅନୁଷ୍ଠିତ ହେବ । ଏହି ଉତ୍ସବରେ ପ୍ରତିବର୍ଷ ପରି ଚଳିତବର୍ଷ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତିର ସୁରକ୍ଷା କ୍ଷେତ୍ରରେ ବିଶେଷ ଅବଦାନ ପାଇଁ ପଦ୍ମଶ୍ରୀ ଦେବୀ ପ୍ରସନ୍ନ ପଟ୍ଟନାୟକଙ୍କୁ, ସାମ୍ବାଦିକତା କ୍ଷେତ୍ରରେ ବିଶେଷ ଦକ୍ଷତା ପାଇଁ ସମାଜର ସମ୍ପାଦକ ଶ୍ରୀ ପ୍ରମୋଦ ମହାପାତ୍ରଙ୍କୁ ଏବଂ ପରିବେଶ ସୁରକ୍ଷା କ୍ଷେତ୍ରରେ ବିଶେଷ ଅବଦାନ ପାଇଁ ପୂର୍ବତନ ମୁଖ୍ୟ ବନ୍ୟପ୍ରାଣୀ ସଂରକ୍ଷକ ଡଃ ବିଜୟ କେତନ ପଟ୍ଟନାୟକ (ପୂର୍ବତନ ଆଇ.ଏଫ୍‌.ଏସ୍‌)ଙ୍କୁ ଜାନକୀ ବଲ୍ଲଭ ପଟ୍ଟନାୟକ ସ୍ମୃତି ସମ୍ମାନ ରାଜ୍ୟସ୍ତରୀୟ ଜୟନ୍ତୀ ଉତ୍ସବରେ ପ୍ରଦାନ କରାଯିବ ବୋଲି ଏକ ପ୍ରେସ୍ ଇସ୍ତାହାରରେ ଜାନକୀ ବଲ୍ଲଭ ପଟ୍ଟନାୟକ ସ୍ମୃତି କମିଟିର ସଭାପତି ତଥା ପୂର୍ବତନ ବିଧାୟକ ଡକ୍ଟର ଦିଲ୍ଲୀପ ଶ୍ରୀଚନ୍ଦନ ଓ ସମ୍ପାଦକ ଇଂ ବିଶ୍ୱମୋହନ ପଟ୍ଟନାୟକ ଜଣାଇଛନ୍ତି । ସେହିପରି ଜାନକୀ ବଲ୍ଲଭ ପଟ୍ଟନାୟକଙ୍କ ଜୀବନୀ ଉପରେ ଆଧାରିତ ରଚନା, ଚିତ୍ରାଙ୍କନ, କୁଇଜ ଓ ଗଣଦୌଡ଼ ପ୍ରତିଯୋଗିତାରେ ହାଇସ୍କୁଲ୍ ଓ କଲେଜସ୍ତରର ଯେଉଁ ଛାତ୍ରଛାତ୍ରୀମାନେ ପ୍ରଥମ, ଦ୍ୱିତୀୟ ଓ ତୃତୀୟ ସ୍ଥାନ ଅଧିକାର କରିଛନ୍ତି, ସେମାନଙ୍କୁ ମଧ୍ୟ ଏହି ଉତ୍ସବରେ ସମ୍ମାନିତ କରାଯିବ । ଏହି ଉତ୍ସବରେ ବହୁ ସଂଖ୍ୟାରେ ଜନସାଧାରଣ ଯୋଗ ଦେବା ପାଇଁ ସ୍ମୃତି କମିଟି ପକ୍ଷରୁ ଅନୁରୋଧ କରାଯାଇଛି ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ