ବରିଷ୍ଠ ନାଗରିକ ତୀର୍ଥଯାତ୍ରା ପାଇଁ ବାଲେଶ୍ୱରରେ ପହଞ୍ଚିଲେ ୫ ଜିଲ୍ଲାର ତୀର୍ଥଯାତ୍ରୀ

ବାଲେଶ୍ୱର, (ସରୋଜ ପଣ୍ଡା):ଓଡିଶା ସରକାରଙ୍କ ପର୍ଯ୍ୟଟନ ବିଭାଗ ଆନୁକୂଲ୍ୟରେ ବରିଷ୍ଠ ନାଗରିକ ତୀର୍ଥଯାତ୍ରା ଯୋଜନା- ୨୦୨୩-୨୪ ଅନ୍ତର୍ଗତ ଆଜି ପୂର୍ବାହ୍ନ ଘ. ୨ ଟା ସମୟରେ ପର୍ଯ୍ୟାୟ କ୍ରମେ ବାଲେଶ୍ୱର, ଭଦ୍ରକ, ମୟୁରଭଞ୍ଜ, କେନ୍ଦୁଝର ଓ ଯାଜପୁର ଆଦି ୫ ଟି ଜିଲ୍ଲାର ବରିଷ୍ଠ ନାଗରିକ ତୀର୍ଥଯାତ୍ରୀ ଆଜି ବାଲେଶ୍ୱରର ପଦ୍ମାବତୀ ପାର୍କ ଠାରେ ପହଞ୍ଚିଛନ୍ତି I ଅତିରିକ୍ତ ଜିଲ୍ଲାପାଳ ଶ୍ରୀଯୁକ୍ତ ସୁଧାକର ନାୟକଙ୍କ ତତ୍ୱାବଧାନରେ ବରିଷ୍ଠ ନାଗରିକ ତୀର୍ଥଯାତ୍ରୀଙ୍କ ପଞ୍ଜିକରଣ ଓ ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇ ସେମାନଙ୍କୁ ଭବ୍ୟ ସ୍ୱାଗତ କରାଯାଇଥିଲା I ଏହି ପରିପ୍ରେକ୍ଷୀରେ ପଦ୍ମାବତୀ ପାର୍କର ସମ୍ମିଳନୀ କକ୍ଷଠାରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀଯୁକ୍ତ ସୁଧାକର ନାୟକ ସାମ୍ବାଦିକ ସମ୍ମିଳନୀ କରି ଆସନ୍ତା ୫ ତାରିଖରେ ହେବାକୁ ଥିବା ଯାତ୍ରା ତଥା ତତ୍ ସମ୍ବନ୍ଧିତ କାର୍ଯ୍ୟକ୍ରମର ବିସ୍ତୃତ ବିବରଣୀ ଦେଇଛନ୍ତି Iସୂଚନା ଯୋଗ୍ୟ ଯେ, ବରିଷ୍ଠ ନାଗରିକଙ୍କ ପଞ୍ଜିକରଣ ଓ ସ୍ୱାସ୍ଥ୍ୟ ପରୀକ୍ଷା ନିମନ୍ତେ ଜିଲ୍ଲାର ବିଭିନ୍ନ ବିଭାଗର ଅଧିକାରୀମାନଙ୍କୁ ନିୟୋଜିତ କରାଯାଇଛି I ଜାନୁଆରୀ ୫ ତାରିଖ ଦିନ ସକାଳ ପ୍ରାୟ ଘ. ୧୧.୩୦ ମି ସମୟରେ ବାଲେଶ୍ଵର ରେଳ ଷ୍ଟେସନ ଠାରୁ ତୀର୍ଥଯାତ୍ରୀମାନେ ଉଜୈନ-ଓଁକାରେଶ୍ୱର ଅଭିମୁଖେ ଯାତ୍ରା କରିବେ I ଏହି ଯୋଜନା ଅନ୍ତର୍ଗତ ୯୭୦ ଜଣ ବରିଷ୍ଠ ତୀର୍ଥଯାତ୍ରୀ ଓ ସମ୍ମିଳିତ ଜିଲ୍ଲାଗୁଡିକର ୩୦ ଜଣ ଏସ୍କର୍ଟ ଅଧିକାରୀ ରେଳ ବିଭାଗ ଯୋଗାଇଦେଉଥିବା ସ୍ୱତନ୍ତ୍ର ରେଳ ଯୋଗେ ଯାତ୍ରା କରିବେ I ସରକାରୀ ଭାବେ ସେମାନଙ୍କର ରହଣି, ଖାଦ୍ୟପାନୀୟ ଆଦିର ବ୍ୟବସ୍ଥା ସହ ଆମୋଦ ନିମନ୍ତେ ଭଜନ ସନ୍ଧ୍ୟାର ଆୟୋଜନ କରାଯାଇଛି I

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ