ହାତୀଓଟ ମହାବିଦ୍ୟାଳୟରେ ଜାତୀୟ ଯୁବ ଦିବସ ପାଳିତ

ପୋଲସରା,(ଅନିଲ କୁମାର ମହାରଣା) :ପୋଲସରା ବ୍ଲକ ଅନ୍ତର୍ଗତ ହାତୀଓଟ ଗ୍ରାମର ଗଙ୍ଗାଧର ସାହୁ ବିଜ୍ଞାନ ସ୍ନାତକ ମହାବିଦ୍ୟାଳୟରେ ଜାତୀୟ ଯୁବ ଦିବସ ପାଳିତ ହୋଇଯାଇଛି। ମହାବିଦ୍ୟାଳୟର ଅଧ୍ୟକ୍ଷା ଯାଜ୍ଞସେନୀ ସାହୁଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ କଲେଜର ଅଧ୍ୟାପକ ଓ ଅଧ୍ୟାପିକା ବୃନ୍ଦଙ୍କ ଦ୍ୱାରା ସ୍ୱାମୀ ବିବେକାନନ୍ଦଙ୍କ ବାଣୀ ଓ ଦର୍ଶନ ତତ୍ତ୍ୱ ବିଷୟରେ ଛାତ୍ର ଛାତ୍ରୀମାନଙ୍କୁ ଅବଗତ କରାଇ ଥିଲେ। ଏହି କାର୍ଯ୍ୟକ୍ରମ ରେ ଅବସରପ୍ରାପ୍ତ ପ୍ରଧାନଶିକ୍ଷକ ମୁରଲୀଧର ନନ୍ଦ ଯୋଗଦେଇ ସମାଜ ତଥା ଦେଶ ପାଇଁ ଯୁବପିଢ଼ିର ଦାୟିତ୍ବ ବିଷୟରେ ଛାତ୍ରଛାତ୍ରୀଙ୍କୁ ପରାମର୍ଶ ଦେଇଥିଲେ। ଏହି ଅବସରରେ କଲେଜର ଛାତ୍ରଛାତ୍ରୀଙ୍କ ମଧ୍ୟରେ ପ୍ରବନ୍ଧ ଓ ଚିତ୍ରାଙ୍କନ ପ୍ରତିଯୋଗିତା ହୋଇ କୃତିତ୍ୱ ଅର୍ଜନ କରିଥିବା ଛାତ୍ରଛାତ୍ରୀଙ୍କୁ ପୁରସ୍କୃତ କରାଯାଇଥିଲା। ଏହି କାର୍ଯ୍ୟକ୍ରମକୁ ଯୁବ ରେଡ କ୍ରସ ସଂଯୋଜକ ତ୍ରିଲୋଚନ ଦାସ ପରିଚାଳନା କରିଥିଲେ। ମହାବିଦ୍ୟାଳୟର ଅଧ୍ୟାପକ ଓ ଅଧ୍ୟାପିକା ଆଦିତ୍ୟ ନାରାୟଣ ବିଷୋୟୀ, ଅନିଲ କୁମାର ଖଟେଇ, ଦିଲ୍ଲୀପ କୁମାର ପ୍ରଧାନ, ଜାନକୀ କୁମାରୀ ସାହୁ, ନିବେଦିତା ସ୍ୱାଇଁ, ବିଷ୍ଣୁ ପ୍ରସାଦ ଜାନୀ ଓ ରାଜେନ୍ଦ୍ର ସାହୁ ପ୍ରମୁଖ ସହଯୋଗ କରିଥିଲେ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ