ବନ୍ତ ବ୍ଲକରେ ମିଳିତ ଜନ ଅଭିଯୋଗ ଶୁଣାଣୀ ଶିବିର

ବନ୍ତ, (ଚାନ୍ଦିନୀ ମହାନ୍ତି) : ସୋମବାର ବନ୍ତ ବ୍ଲକ ସମ୍ମିଳନୀ କକ୍ଷରେ ଜିଲାପାଳ ଓ ଜିଲା ଆରକ୍ଷୀ ଅଧିକ୍ଷକଙ୍କ ଜନ ଅଭିଯୋଗ ଶୁଣାଣୀ ଶିବିର ଅନୁଷ୍ଠିତ ହୋଇଯାଇଛି । ଜିଲାପାଳ ସିଦ୍ଧେଶ୍ୱର ବଳିରାମ ବୋନ୍ଦର ଓ ଜିଲା ଆରକ୍ଷୀ ଅଧିକ୍ଷକ ବରୁଣ ଗୁଣ୍ଟୁପାଲି ଶିବିରରେ ଯୋଗଦେଇ ମୋଟ ୪୨ଟି ଅଭିଯୋଗର ଶୁଣାଣୀ କରିଥିଲେ । ସେହି ଅଭିଯୋଗ ମଧ୍ୟରେ ୩୪ଟି ବ୍ୟକ୍ତିଗତ ସମସ୍ୟା ଓ ୮ଟି ସାମୁହିକ ସମସ୍ୟା ଭିତ୍ତିକ ଥିଲା । ଟିଲୋ ଗ୍ରାମର ଉପେନ୍ଦ୍ର ସାହୁଙ୍କ ମାନସିକ ରୋଗର ଚିକିତ୍ସା ପାଇଁ ମୁଖ୍ୟମନ୍ତ୍ରୀଙ୍କ ସହାୟତା ପାଣ୍ଠିରୁ ୬ ହଜାର ଟଙ୍କାର ଆର୍ଥିକ ସହାୟତା ପ୍ରଦାନ ପାଇଁ ଜିଲାପାଳ ମଞ୍ଜୁର କରିଥିଲେ । ଶିବିରରେ ଜିଲା ପରିଷଦ ଅଧ୍ୟକ୍ଷ ପ୍ରଫୁଲ୍ଲ ଜେନା, ଜିଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ସରୋଜ କୁମାର ଦତ୍ତ, ଜିଲା ମୁଖ୍ୟ ଚିକିତ୍ସାଧିକାରୀ ଡା.ସନ୍ତୋଷ କୁମାର ପାତ୍ର, ବିଡିଓ ପ୍ରଦୀପ କୁମାର ସେଠୀ, ତହସିଲଦାର ଅଙ୍କିତା ବାରିକ, ବ୍ଲକ ଅଧ୍ୟକ୍ଷ ମନୋରଞ୍ଜନ ଘଡେଇ ଯୋଗ ଦେଇଥିଲେ । ଶିବିରରେ ବିଭିନ୍ନ ବିଭାଗର ଅଭିଯୋଗ ଗୁଡିକର ତୁରନ୍ତ ସମାଧାନ ପାଇଁ ପଦକ୍ଷେପ ଗ୍ରହଣ କରିବାକୁ ଜିଲାପାଳ ସମସ୍ତ ବିଭାଗୀୟ ଅଧିକାରୀ ମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ