ଶ୍ରୀ ମନ୍ଦିର ପରିକ୍ରମା ପ୍ରକଳ୍ପ ଲୋକାର୍ପଣ ଉତ୍ସବରେ ଗଜପତିରୁ ୪ ଜଣ ସେବାୟତ ଯୋଗଦେବା ପାଇଁ ପୁରୀ ଯାତ୍ରା କଲେ

ପାରଳାଖେମୁଣ୍ଡି, (ତାରିଣୀ ପ୍ରସାଦ ପଣ୍ଡା):ଜାନୁଆରି ୧୭ ତାରିଖରେ ପୁରୀରେ ହେବାକୁ ଥିବା ଶ୍ରୀଜଗନ୍ନାଥ ମନ୍ଦିର ପରିକ୍ରମା ପ୍ରକଳ୍ପର ଲୋକାର୍ପଣ ଉତ୍ସବ ପାଇଁ ଗଜପତି ଜିଲ୍ଳାର ଜଗନ୍ନାଥ ମନ୍ଦିରର ୪ ଜଣ ସେବାୟତ ତଥା ପାରଳାଖେମୁଣ୍ଡି ଜଗନ୍ନାଥ ମନ୍ଦିର ରୁ ଶ୍ରୀ ଦୁର୍ଗା ମାଧବ ପାଣିଗ୍ରାହୀ ଓ ଶ୍ରୀ ପ୍ରଦୀପ ପଣ୍ଡା ସେହିପରି କାଶିନଗର ଜଗନ୍ନାଥ ମନ୍ଦିରରୁ ଶ୍ରୀ ହୃଷୀକେଶ ଗୌଡ଼ ଓଶ୍ରୀ ଆନନ୍ଦ ଚନ୍ଦ୍ର ପାତ୍ରଙ୍କ ସମେତ ନୋଡାଲ ଅଧିକାରୀ ଶ୍ରୀ ରାକେଶ କୁମାର ପରିଡ଼ା ପୁରୀ ଶ୍ରୀଜଗନ୍ନାଥ ମନ୍ଦିର ପରିକ୍ରମା ପ୍ରକଳ୍ପ ଓ ଲୋକାର୍ପଣ ଉତ୍ସବରେ ଯୋଗ ଦେବା ପାଇଁ ଆଜି ଏକ ସତନ୍ତ୍ର ଗାଡ଼ି ଯୋଗେ ବାହାରିଛନ୍ତି। ଏହି ଗାଡ଼ିକୁ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଠାରେ ଜିଲ୍ଲାପାଳ ଶ୍ରୀଯୁକ୍ତ ସ୍ମୃତି ରଞ୍ଜନ ପ୍ରଧାନ ସବୁଜ ପତାକା ଦେଖାଇ ଶୁଭାରମ୍ଭ କରିଥିଲେ।ଏହି କାର୍ଯ୍ୟକ୍ରମରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ରାଜେନ୍ଦ୍ର ମିଞ୍ଜ,ପାରଳାଖେମୁଣ୍ଡି ପୌରପରିଷଦ ନିର୍ବାହୀ ଅଧିକାରୀ ଶ୍ରୀ ବନମାଳୀ ଶତପଥୀ,ଜିଲ୍ଲା ସଂସ୍କୃତି ଅଧିକାରୀ ସୁଶ୍ରୀ ଅର୍ଚ୍ଚନା କୁମାରୀ ମଙ୍ଗରାଜ, ବିଭିନ୍ନ ବିଭାଗୀୟ ଅଧିକାରୀ ପ୍ରମୁଖ ଉପସ୍ଥିତ ଥିଲେ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ