ପାଣି ପଞ୍ଚାୟତ ପକ୍ଷ ୨୦୨୪ , ଶୁଭାରମ୍ଭ ହେଲା ସଚେତନତା ରଥ

ଛତ୍ରପୁର, (ଯୁଗାବ୍ଦ ନ୍ୟୁଜ):ଓଡିଶା ସରକାରଙ୍କ ଜଳ ସମ୍ପଦ ବିଭାଗ ଆନୁକୁଲ୍ୟରେ ପ୍ରତିବର୍ଷ ପରି ଚଳିତ ବର୍ଷ ମଧ୍ୟ ଆଜି ଠାରୁ ଆସନ୍ତା ୩୦ ତାରିଖ ପର୍ଯ୍ୟନ୍ତ ପାଣି ପଂଚାୟତ ପକ୍ଷ ପାଳନ କରାଯିବ । ଏହି ଅବସରରେ ସ୍ଥାନୀୟ ଜିଲ୍ଲା ପରିଷଦ କାର୍ଯ୍ୟାଳୟ ପରିସରରେ ପାଣି ପଂଚାୟତ ରଥକୁ ଅତିରିକ୍ତ ଜିଲ୍ଲାପାଳ ଦେବବ୍ରତ ସାହୁ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଶୁଭାରମ୍ଭ କରିବା ସହିତ ରାଜ୍ୟ ସରକାରଙ୍କ ଜଳସେଚନ ଭିତ୍ତିଭୁମି ନିର୍ମାଣ ଦ୍ୱାରା ଅଧିକରୁ ଅଧିକ ଜମିକୁ ଜଳସେଚନ ସୁବିଧା ସହିତ ପାଣି ପଂଚାୟତ ବ୍ୟବସ୍ଥାକୁ ମଧ୍ୟ ଆଇନଗତ ଭାବେ ସୁଦୃଢ କରିବା ପାଇଁ ପଦକ୍ଷେପ ନିଆଯାଇଥିବା କହିଥିଲେ । ଏହି ପାଣି ପଂଚାୟତ ରଥ ଆଜିଠାରୁ ୨୪ ତାରିଖ ପର୍ଯ୍ୟନ୍ତ ଗଞ୍ଜାମ ଜିଲ୍ଲାର ସମସ୍ତ ବୃହତ୍ତ, ମାଧ୍ୟମ, ଯୁଦ୍ର ଓ ଉଠା ଜଳସେଚନ ପ୍ରକଳ୍ପ ଗୁଡିକର ପ୍ରଚାର ଓ ପ୍ରସାର କରିବ । ନ୍ୟାୟ ସଙ୍ଗତ ଓ ସମାନତା ଭିତ୍ତିରେ ବିଭିନ୍ନ ଜଳ ବ୍ୟବହାରକାରୀଙ୍କ ମଧ୍ୟରେ ଜଳ ବଣ୍ଟନ ପ୍ରକ୍ରିୟାକୁ ସୁବ୍ୟବସ୍ଥିତ କରିବା, ଜଳ ସଂରକ୍ଷଣ, ଜଳ ପୁନଃ ବ୍ୟବହାର ସହିତ ଫସଲର ବିବିଧକରଣ ଜରିଆରେ ଅଧିକ ପ୍ରକାର ଫସଲ ଉତ୍ପାଦନ ପାଇଁ ବୈଷୟିକ ଜ୍ଞାନ କୌଶଳ ପ୍ରୟୋଗର ସଚେତନତା ସୃଷ୍ଟି କରିବା ଏହାର ମୁଖ୍ୟ ଉଦ୍ଦେଶ୍ୟ ବୋଲି ଅତିଥି ମାନେ ମତ ପ୍ରକାଶ କରିଥିଲେ । ଏହି ଅବସର ରେ ଅନ୍ୟମାନଙ୍କ ମଧ୍ୟ ରେ ଗଞ୍ଜାମ ଜିଲ୍ଲା ପରିଷଦ ର ଅତିରିକ୍ତ ସିଇଓ ପ୍ରତାପ ଚନ୍ଦ୍ର ପ୍ରଧାନ, ନିର୍ବାହୀ ଯନ୍ତ୍ରୀ ଇଂ ମନୋଜ କୁମାର ବେହେରା ଏବଂ ଅନ୍ୟାନ୍ୟ ଅଧିକାରୀ ମାନେ, ସମସ୍ତ କାର୍ଯ୍ୟକ୍ରମକୁ ଜଳସମ୍ପଦ ବିଭାଗର ଋଷିକୁଲ୍ୟା, ବାହୁଦା ଅବବାହିକା ଅତିରିକ୍ତ ମୁଖ୍ୟଯନ୍ତ୍ରୀ ଜଗନ୍ନାଥ ପାଣି, ବ୍ରହ୍ମପୁର ଜଳସେଚନ ବିଭାଗର ଅଧିକ୍ଷଣ ଯନ୍ତ୍ରୀ ଜୟଦୀପ ପଣ୍ଡା, ନିର୍ବାହୀ ଯନ୍ତ୍ରୀ ଅଜିତ କୁମାର ପ୍ରଧାନ, ସହକାରୀ ନିର୍ବାହୀ ଯନ୍ତ୍ରୀ ଜଗନ୍ନାଥ ଦାସଙ୍କ ସମେତ ବହୁ କର୍ମକର୍ତ୍ତା ମାନେ ପରିଚାଳନା କରିଥିଲେ ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ