“ଆମ ଓଡ଼ିଶା ନବୀନ ଓଡିଶା” ଖୋଳଖାଳି ପଞ୍ଚାୟତ ସ୍ତରୀୟ ସଚେତନତା ଶିବିର

ପୋଲସରା , (ଅନିଲ କୁମାର ମହାରଣା) : ବ୍ଲକ ଅନ୍ତର୍ଗତ ଖୋଳଖାଳି ଗ୍ରାମ ପଞ୍ଚାୟତରେ ଜାନୁଆରୀ ୧୮ ତାରିଖ ଦିନ “ଆମ ଓଡ଼ିଶା, ନବୀନ ଓଡିଶା” ଆନୁକୂଲ୍ୟରେ ବିଭିନ୍ନ ବିଭାଗର ପକ୍ଷରୁ ମିଳୁଥିବା ସୁବିଧା ସୁଯୋଗ ବିଷୟରେ ପଞ୍ଚାୟତ ସ୍ତରୀୟ ସଚେତନତା ଶିବିର ଅନୁଷ୍ଠିତ ହୋଇଯାଇଛି। ବୁଗୁଡା ବିଡ଼ିଓ ସନ୍ତୋଷ କୁମାର ଜେନାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ସଚେତନତା କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ପୋଲସରା ନିର୍ବାଚନ ମଣ୍ଡଳୀର ମାନ୍ୟବର ବିଧାୟକ ଶ୍ରୀକାନ୍ତ ସାହୁ ଯୋଗଦେଇ ଉଦଘାଟନ କରିଥିଲେ। ସମ୍ମାନିତ ଅତିଥି ଭାବେ ବ୍ଲକ ଉପାଧ୍ୟକ୍ଷ ମାନସ ରଞ୍ଜନ ପ୍ରଧାନ, ଜିଲ୍ଲା ପରିଷଦ ସଦସ୍ୟ ଗଙ୍ଗାପାଣି ଜେନା ଓ ସଭାନେତ୍ରୀ ଜ୍ୟୋତ୍ସ୍ନାରାଣୀ ଗୌଡ଼ ଯୋଗଦେଇଥିଲେ। ବ୍ଲକ ବିପିଏମ ସଞ୍ଜୁ ସାହୁ କାର୍ଯ୍ୟକ୍ରମ ସଂଯୋଜନା କରିଥିବା ବେଳେ ଜିପିଡିଓ ସନ୍ତୋଷ କୁମାର ସାହୁ ପରିଚାଳନାରେ ସହଯୋଗ କରିଥିଲେ। ବିଡ଼ିଓ ଶ୍ରୀ ଜେନା ବିଭିନ୍ନ ବିଭାଗର ଯୋଜନା ବିଷୟରେ ଧାରଣା ପ୍ରଦାନ କରିଥିବା ବେଳେ ନବୀନ ସରକାରଙ୍କ ବିଭିନ୍ନ ଯୋଜନାର ସୁଯୋଗ ନେବାକୁ ପରାମର୍ଶ ପ୍ରଦାନ କରିଥିଲେ। ବିଭିନ୍ନ ଲାଇନ ଡିପାର୍ଟମେଣ୍ଟ ପକ୍ଷରୁ ଷ୍ଟଲ ଖୋଲାଯାଇ ନିଜ ବିଭାଗର ଯୋଜନା ବିଷୟରେ ଜନସାଧାରଣଙ୍କୁ ଅବଗତ କରାଇଥିଲେ। ବିନା ସୁଧରେ ୩ ଟି ଗୃପକୁ ପାଞ୍ଚ ଲକ୍ଷ ଟଙ୍କା ଓ ଅନ୍ୟ ଏକ ଗୃପକୁ ସାତ ଲକ୍ଷ ଟଙ୍କା ପ୍ରଦାନ କରାଯାଇଥିଲା।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ