“ନୂଆ-ଓ”, ଓଡ଼ିଆ ସାହିତ୍ୟ ପ୍ରତିଯୋଗିତା କାର୍ଯ୍ୟକ୍ରମ ଉଦଘାଟିତ

ବୁଗୁଡା,(ଅନିଲ କୁମାର ମହାରଣା) : ଗଞ୍ଜାମ ଜିଲ୍ଲାର ବୁଗୁଡା ବ୍ଲକ ଅନ୍ତର୍ଗତ ମାଣିତରା ବିଜ୍ଞାନ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ନୂଆ-ଓ, ଯୁବ ଓଡିଶା ଓ ନବୀନ ଓଡିଶା ଆନୁକୂଲ୍ୟରେ ଓଡ଼ିଆ ସାହିତ୍ୟ ପ୍ରତିଯୋଗିତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଶିକ୍ଷାନୁଷ୍ଠାନର ପ୍ରିନ୍ସିପାଲ ଅନୁପ କୁମାର ପଣ୍ଡା ଏହି କାର୍ଯ୍ୟକ୍ରମରେ ଅଧ୍ୟକ୍ଷତା କରିଥିଲେ। ମୁଖ୍ୟ ଅତିଥି ଭାବେ ବୁଗୁଡା ବିଇଓ ଚିନ୍ମୟ ମହାପାତ୍ର ଯୋଗଦେଇଥିଲେ। ନିଜ ବକ୍ତବ୍ୟରେ ବିଇଓ ଶ୍ରୀ ମହାପାତ୍ର ପ୍ରକାଶ କରିଥିଲେ ଯେ, ବିଶ୍ୱ ଓଡ଼ିଆ ଭାଷା ସାହିତ୍ୟ ସମ୍ମିଳନୀ ଆୟୋଜନ ଓ ଶ୍ରୀ ମନ୍ଦିର ପରିକ୍ରମା ପ୍ରକଳ୍ପ ଉଦଘାଟନ ପରିପ୍ରେକ୍ଷୀରେ ଓଡ଼ିଆ ସାହିତ୍ୟ ପ୍ରତିଯୋଗିତା, ଏବଂ ଶ୍ରୀ ଜଗନ୍ନାଥ ସଂସ୍କୃତି ସମ୍ବନ୍ଧୀୟ କାର୍ଯ୍ୟକ୍ରମ ଓ ଆଲୋଚନା ଚକ୍ର ଛାତ୍ରୀମାନଙ୍କ ମଧ୍ୟରେ ଆୟୋଜନ କରାଯିବ। ଅଧ୍ୟାପକ କାହ୍ନୁ ଚରଣ ଦାଶ ମୁଖ୍ୟବକ୍ତା ଭାବେ ଯୋଗଦେଇ ଓଡ଼ିଆ ଭାଷା ସାହିତ୍ୟ ଓ ଜଗନ୍ନାଥ ସଂସ୍କୃତି ବିଷୟରେ ଆଲୋକପାତ କରିଥିଲେ। ସମ୍ମାନିତ ଅତିଥି ଭାବେ ଏବିଇଓ ସୀମାଞ୍ଚଳ ସେଠୀ, ମାଣିତରା ଆଞ୍ଚଳିକ ଉଚ୍ଚ ବିଦ୍ୟାଳୟ ପ୍ରଧାନ ଶିକ୍ଷକ କୈଳାଶ ଚନ୍ଦ୍ର ମହାରଣା, ଅଧ୍ୟାପିକା ସୁଚିତ୍ରା ପଣ୍ଡା, ଅଧ୍ୟାପକ ସନ୍ତୋଷ କୁମାର ସ୍ୱାଇଁ, ଅର୍ଚନା ମୁନି ଓ ସଂଯୁକ୍ତା ପାତ୍ର ଯୋଗଦେଇ ଛାତ୍ରୀମାନଙ୍କୁ ଉତ୍ସାହିତ କରିଥିଲେ।କାର୍ଯ୍ୟକ୍ରମର ନୋଡାଲ ଅଫିସର ଅଧ୍ୟାପକ ଦିଲ୍ଲୀପ କିମାର ଆଚାର୍ଯ୍ୟ ପରିଚାଳନା କରିଥିବା ବେଳେ ଅଧ୍ୟାପିକା ପ୍ରଜ୍ଞାପରମିତା ସାହୁ ଧନ୍ୟବାଦ ଅର୍ପଣ କରିଥିଲେ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ