ନେତାଜୀ ସୁବାଷ ଚନ୍ଦ୍ର ବୋଷ ଓ ବୀର ସୁରେନ୍ଦ୍ର ସାଏ ଙ୍କ ଜୟନ୍ତୀ ପାଳିତ
ନିମାପଡ଼ା, (ସନ୍ତୋଷ ଦାଶ):ପୁରୀ ଜିଲ୍ଲା ଗୋପ ବ୍ଲକ ଅନ୍ତର୍ଗତ ଯୋଗେଶ୍ଵରପୁର ସରସ୍ଵତୀ ଶିଶୁ ବିଦ୍ୟାମନ୍ଦିର ଠାରେ ଆଜି ନେତାଜୀ ସୁବାଷ ଚନ୍ଦ୍ର ବୋଷ ଓ ବୀର ସୁରେନ୍ଦ୍ର ସାଏ ଙ୍କ ଜନ୍ମ ଜୟନ୍ତୀ ଉତ୍ସବ ପାଳିତ ହୋଇଯାଇଛି। ବିଦ୍ୟାମନ୍ଦିର ର ଆଚାର୍ଯ୍ୟ ସୁକାନ୍ତ କୁମାର ମହାନ୍ତି ପ୍ରଦୀପ ପ୍ରଜ୍ବଳନ କରି ଜୟନ୍ତୀ ଉତ୍ସବ କୁ ଶୁଭାରମ୍ଭ କରିଥିବାବେଳେ ପ୍ରଧାନ ଆଚାର୍ଯ୍ୟ ପ୍ରଦ୍ୟୁମ୍ନ କୁମାର ନାୟକ ଉତ୍ସବ ରେ ଅଧ୍ୟକ୍ଷତା କରିଥିଲେ। ବିଦ୍ୟାମନ୍ଦିର ର ଛାତ୍ର ଛାତ୍ରୀ ମାନେ ନେତାଜୀ ସୁବାଷ ଚନ୍ଦ୍ର ବୋଷ ଓ ବୀର ସୁରେନ୍ଦ୍ର ସାଏ ଙ୍କ ସମ୍ପର୍କ ରେ ଉଦବୋଧନ ଦେଇ ଏହି ଦୁଇ ବୀର ପୁରୁଷ ଙ୍କ ର ସ୍ମୃତି ଚାରଣ କରିଥିଲେ। ଏହି କାର୍ଯ୍ୟକ୍ରମ କୁ ଆଚାର୍ଯ୍ୟ ନରେଶ ପରିଡ଼ା ଓ ଲିପିକା ସେଠୀ ପରିଚାଳନା କରିଥିବାବେଳେ ଶେଷରେ ଆଚାର୍ଯ୍ୟ ପ୍ରଭାତ କୁମାର ବେହେରା ଧନ୍ୟବାଦ ଅର୍ପଣ କରିଥିଲେ।


