ସାହିତ୍ୟ ସୃଜନୀ କାର୍ଯ୍ୟକ୍ରମ ଅନୁଷ୍ଠିତ 

ଦିଗପହଣ୍ଡି, (ଯୁଗାବ୍ଦ ନ୍ୟୁଜ):ଦିଗପହଣ୍ଡି ସ୍ଥିତ ବଡଖେମୁଣ୍ଡି ହାଇସ୍କୁଲ ପରିସର ରେ ମଙ୍ଗଳବାର ସାହିତ୍ୟ ସୃଜନୀ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।ହାଇସ୍କୁଲ ପରିଚାଳନା କମିଟି ସଭାପତି ମେଣ୍ଢା ତ୍ରିନାଥ ଙ୍କ ସଭାପତିତ୍ବ ରେ ଆୟୋଜିତ କାର୍ଯ୍ୟକ୍ରମ ରେ ମୁଖ୍ୟ ଅତିଥିଭାବେ ଦିଗପହଣ୍ଡି ଏନ୍ ଏ ସି ଅଧ୍ୟକ୍ଷ ପ୍ରଫୁଲ ପଣ୍ଡା ଯୋଗ ଦେଇଥିବା ବେଳେ ସମ୍ମାନିତ ଅତିଥିଭାବେ ବି ଇ ଓ କୋରେଶୁ ସେଠୀ ଯୋଗ ଦେଇଥିବା ବେଳେ ଅନ୍ୟତମ ଅତିଥି ଭାବେ କାଉନସିଲର ସୁଶାନ୍ତ କୁମାର ପାତ୍ର ଯୋଗ ଦେଇଥିଲେ। ମୁଖ୍ୟ ବକ୍ତା ଭାବେ ଆଇନଜୀବୀ କୁରେଶୁ ପଣ୍ଡା ଯୋଗ ଦେଇ କୌଶଳୀ, ଜିଜ୍ଞାସା, ସାହିତ୍ୟ ସୃଜନୀ, କ୍ରୀଡାଙ୍ଗନା ସମ୍ପର୍କରେ ବିସ୍ତୃତ ଆଲୋଚନା କରିଥିଲେ। ହାଇସ୍କୁଲ ପ୍ରଧାନ ଶିକ୍ଷକ କୋରା ପ୍ରସାଦ ଶତପଥୀ ଙ୍କ ପ୍ରତ୍ୟକ୍ଷ ତତ୍ତ୍ଵାବଧାନରେ ଆୟୋଜିତ କାର୍ଯ୍ୟକ୍ରମରେ  ଗୌରୀ ଶଙ୍କର ପଣ୍ଡା ଧନ୍ୟବାଦ ଅର୍ପଣ କରିଥିଲେ।ହାଇସ୍କୁଲ ର ସମସ୍ତ ଶିକ୍ଷୟତ୍ରୀ ଶିକ୍ଷକ, ଅଭିଭାବକ ଓ ଛାତ୍ର କାର୍ଯ୍ୟକ୍ରମରେ ଉପସ୍ଥିତ ଥିଲେ

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ