ପାରଳାରେ ନେତାଜୀ ଜୟନ୍ତୀ
ପାରଳାଖେମୁଣ୍ଡି, (ତାରିଣୀ ପ୍ରସାଦ ପଣ୍ଡା):ପାରଳାଖେମୁଣ୍ଡି ସ୍ଥିତ ସ୍ଥାନୀୟ ସୁବାଷ ନଗର ଠାରେ ଭାରତର ମହାନ୍ ଜନ ନାୟକ ଶ୍ରୀ ସୁବାଷ ଚନ୍ଦ୍ର ବୋଷଙ୍କ ତଥା ଓଡ଼ିଶାର ବରପୁତ୍ର ବୀରସୁରେନ୍ଦ୍ର ସାଏଙ୍କ ଜୟନ୍ତୀ ପାଳିତ ହୋଇଯାଇଛି। ଏହି ଅବସରରେ ସ୍ଥାନୀୟ ଦେବୀ ମଠ ମହନ୍ତ ପୂଜ୍ୟଶ୍ରୀ ରାମାନନ୍ଦ ଦାସ ମହାରାଜ ମୁଖ୍ୟ ଅତିଥି ରୂପେ ଯୋଗଦେଇ ଜାତୀୟ ପତାକା ଉତ୍ତୋଳନ କରି ସୁବାଷ ବୋଷଙ୍କ ବୀରତ୍ବର ଗାଥା ଗାନ କରିଥିଲେ। ଏହି ଅବସରରେ ଏକ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଥିଲା। ନଗରର ଅନେକ ଜନସାଧାରଣ ଏହି ରକ୍ତଦାନ ଶିବିରରେ ସାମିଲ ହୋଇ ସ୍ଵେଚ୍ଛାକୃତ ଭାବେ ରକ୍ତଦାନ କରିଥିଲେ। ଏହି ଉପଲକ୍ଷେ ବିଦ୍ୟାଳୟରେ ଏକ ସାଧାରଣ ସଭା ଅନୁଷ୍ଠିତ ହୋଇଥିଲା। ଉକ୍ତ କାର୍ଯ୍ୟକ୍ରମଟି ବିଦ୍ୟାଳୟର ପ୍ରଧାନାଚାର୍ଯ୍ୟ ଶ୍ରୀଯୁକ୍ତ ସରୋଜ କୁମାର ପଣ୍ଡାଙ୍କ ନେତୃତ୍ୱରେ ତଥା ଅନ୍ୟ ଆଚାର୍ଯ୍ୟ ଆଚାର୍ଯ୍ୟାଙ୍କ ସହଯୋଗରେ ସଫଳ ହୋଇଥିଲା