ଗୋଲିଆ ରେ “ଆମ ଓଡ଼ିଶା ନବୀନ ଓଡିଶା” ସଚେତନତା ଶିବିର
ବୁଗୁଡା, (ଅନିଲ କୁମାର ମହାରଣା):ବୁଗୁଡ଼ା ବ୍ଲକ ଅନ୍ତର୍ଗତ ଗୋଲିଆ ପଞ୍ଚାୟତରେ ଜାନୁଆରୀ ୨୮ ତାରିଖ ଦିନ “ଆମ ଓଡ଼ିଶା ନବୀନ ଓଡିଶା” ଆନୁକୂଲ୍ୟରେ ଓଡିଶା ସରକାରଙ୍କ ବିଭିନ୍ନ ବିଭାଗ ପକ୍ଷରୁ ମିଳୁଥିବା ସୁବିଧା ସୁଯୋଗ ବିଷୟରେ ପଞ୍ଚାୟତ ସ୍ତରୀୟ ସଚେତନତା ଶିବିର ଗୋଲିଆ ଗ୍ରାମରେ ଅନୁଷ୍ଠିତ ହୋଇଯାଇଛି। ବୁଗୁଡ଼ା ଗୋଷ୍ଠୀ ଉନ୍ନୟନ ଅଧିକାରୀ ସନ୍ତୋଷ କୁମାର ଜେନା କାର୍ଯ୍ୟକ୍ରମରେ ଅଧ୍ୟକ୍ଷତା କରିବା ସହ ଓଡିଶା ସରକାରଙ୍କ ବିଭିନ୍ନ ଯୋଜନା ବିଷୟରେ ସୂଚନା ପ୍ରଦାନ କରିଥିଲେ। ସଚେତନତା କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ମାନ୍ୟବର ବିଧାୟକ ଶ୍ରୀକାନ୍ତ ସାହୁ ଯୋଗଦେଇ ସରକାରଙ୍କ ବିଭିନ୍ନ ଜନହିତକର ଯୋଜନା ବିଷୟରେ ଜନସାଧାରଣଙ୍କୁ ଅବଗତ କରାଇବା ସହ ସମସ୍ତେ ଏହାର ସୁଯୋଗ ନେବାପାଇଁ ପରାମର୍ଶ ଦେଇଥିଲେ। ସମ୍ମାନିତ ଅତିଥି ଭାବେ ବୁଗୁଡା ବ୍ଲକ ଅଧ୍ୟକ୍ଷା କେ. ପ୍ରିୟଦର୍ଶିନୀ ଆଚାରୀ, ଉପାଧ୍ୟକ୍ଷ ରାଜଲକ୍ଷ୍ମୀ ପ୍ରଧାନ, ଜିଲ୍ଲା ପରିଷଦ ମେମ୍ବର ଗଙ୍ଗପାଣି ଜେନା ଓ ଚାନ୍ଦିନୀ ନାୟକ, ସମାଜସେବୀ ମଦନ ଗୋପାଳ ଦୋରା, ସିଡ଼ିପିଓ ବବିତା କୁମାରୀ ପଣ୍ଡା, ବିପିଏମ୍ ସଞ୍ଜୁ ସାହୁ ଯୋଗଦେଇଥିଲେ। ଜିପିଓ ମନୋଜ କୁମାର ସାହୁ ସଂଯୋଜନା କରିଥିବା ବେଳେ ପଞ୍ଚାୟତର ପିଇଓ ପରିଚାଳନାରେ ସହଯୋଗ କରିଥିଲେ। ବିଭିନ୍ନ ଲାଇନ ଡିପାର୍ଟମେଣ୍ଟ ଓ ମହିଳା ଗୋଷ୍ଠୀଙ୍କ ପକ୍ଷରୁ ଷ୍ଟଲ ଖୋଲାଯାଇ ନିଜ ବିଭାଗର ଯୋଜନା ବିଷୟରେ ଜନସାଧାରଣଙ୍କୁ ଅବଗତ କରାଇଥିଲେ। ଏହି ଅବସରରେ ବିଧାୟକ ଶ୍ରୀ ସାହୁ ବିଭିନ୍ନ ମିଶନ ଶକ୍ତି ଗୋଷ୍ଠୀଙ୍କୁ ବିନା ସୁଧରେ ଋଣ ବାବଦକୁ ଚେକ ପ୍ରଦାନ କରିଥିଲେ।


