ବ୍ଲକ ସ୍ତରୀୟ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର
ଛତ୍ରପୁର, (ଯୁଗାବ୍ଦ ନ୍ୟୁଜ) :ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗ ପକ୍ଷରୁ ସ୍ଥାନୀୟ ବ୍ଲକ କାର୍ଯ୍ୟାଳୟ ପରିସରରେ ବ୍ଲକସ୍ତରୀୟ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ ହୋଇଯାଇଛି । ଛତ୍ରପୁର ବିଡିଓ ସୁଶାନ୍ତ କୁମାର ବରାଳ ଏଥିରେ ଅଧ୍ୟକ୍ଷତା କରିଥିଲେ । ଶିବିରକୁ ଛତ୍ରପୁର ବିଧାୟକ ସୁବାସ ଚନ୍ଦ୍ର ବେହେରା ଯୋଗଦେଇ ଉଦ୍ଘାଟନ କରିଥିଲେ । ରାଜ୍ୟ ସରକାର ସବୁ ବର୍ଗର ଲୋକମାନଙ୍କ ବିଭିନ୍ନ ଯୋଜନା ପ୍ରଣୟନ କରିଛନ୍ତି । ଭିନ୍ନକ୍ଷମ ମାନଙ୍କୁ ସଶକ୍ତିକରଣ କରିବା ସହ ସେମାନଙ୍କୁ ସାମଜର ମୁଖ୍ୟ ସ୍ରୋତରେ ସାମିଲ କରିବା ଉପରେ ମତପୋଷଣ କରିଥିଲେ । ଏହି ଶିବିରରେ ୪୦୦ ରୁ ଉର୍ଦ୍ଧ୍ୱ ଭିନ୍ନକ୍ଷମ ଆସିଥିଲେ । ଅନ୍ୟମାନଙ୍କ ମଧ୍ୟରେ ଛତ୍ରପୁର ବ୍ଲକ ଅଧ୍ୟକ୍ଷା କିରଣ କୁମାରୀ ଦାସ, ଉପଧ୍ୟକ୍ଷା ଏସ.ସାରଦା ରେଡି, ଜିଲା ସାମାଜିକ ସୁରକ୍ଷା ଅଧିକାରୀ କଲ୍ୟାଣି ଦାସ, ଛତ୍ରପୁର ଉପଖଣ୍ଡ ସାମାଜିକ ଅଧିକାରୀ ପି.ପଦ୍ମା, ଫାଇନେନ୍ସ ଅଧିକାରୀ ଗିରିଶ ଚନ୍ଦ୍ର ମହାରଣା, ସିଡିପିଓ ପ୍ରଣମିତା ପଣ୍ଡା,ଛତ୍ରପୁର ବ୍ଲକ ସାମାଜିକ ସୁରକ୍ଷା ଅଧିକାରୀ ଜଗନ ମୋହନ ସେନାପତିଙ୍କ ସମେତ ବିଭିନ୍ନ ପଂଚାୟତର ଜନପ୍ରତିନିଧିମାନେ ଉପସ୍ଥିତ ରହି ଶିବିରକୁ ପରିଚାଳନାରେ ସହଯୋଗ କରିଥିଲେ । ଏହି ଶିବିରରେ ସହାୟତା ଚିହ୍ନଟକରଣ ସମେତ ଭିନ୍ନକ୍ଷମ ମାନଙ୍କୁ ବିଭିନ୍ନ ଉପକରଣ ବଟଂନ କରାଯାଇଥିଲା ।


