ପ୍ରଫୁଲ୍ଲ କୁମାରୀ ମହିଳା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ବାଳିକା ଆତ୍ମ ସୁରକ୍ଷା ତାଲିମ୍ ଶିବିର ଉଦଯାପିତ

ବେଲଗୁଣ୍ଠା, (ସନ୍ତୋଷ ବିଶୋଇ):ବେଲଗୁଣ୍ଠା ବ୍ଳକ୍ ଗୋବରା ସ୍ଥିତ ପ୍ରଫୁଲ୍ଲ କୁମାରୀ ମହିଳା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ବାଳିକା ଆତ୍ମ ସୁରକ୍ଷା ତାଲିମ୍ ଶିବିର ଉଦଯାପିତ ହୋଇଯାଇଛି I ଅନୁଷ୍ଠାନ ଅଧ୍ୟକ୍ଷା ମାମା ପରିଡ଼ାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ଉଦଯାପନୀ ଉତ୍ସବରେ ମୁଖ୍ୟ ଅତିଥି ରୂପେ ଅବସରପ୍ରାପ୍ତ ଶିକ୍ଷକ ଚନ୍ଦ୍ରମଣି ଲେଙ୍କା ଯୋଗ ଦେଇଥିବା ବେଳେ ନୋଡ଼ାଲ୍ ଅଧିକାରୀ କୈଳାସ ଚନ୍ଦ୍ର ପାଢୀ ସ୍ୱାଗତ ଭାଷଣ ପ୍ରଦାନ କରିଥିଲେ I ପ୍ରଶିକ୍ଷିକା ସୁରଭି ବେହେରା ଏବଂ ବର୍ଷାରାଣୀ ସ୍ୱାଇଁଙ୍କ ନେତୃତ୍ୱରେ ଛାତ୍ରୀମାନେ ଆତ୍ମ ସୁରକ୍ଷା କୌଶଳ ପ୍ରଦର୍ଶନ କରିଥିଲେ I ଅଧ୍ୟାପକ ସନ୍ତୋଷ କୁମାର ବିଶ୍ଵାଳ ଧନ୍ୟବାଦ ଜ୍ଞାପନ କରିଥିବା ବେଳେ ଅନୁଷ୍ଠାନର ସମସ୍ତ ଅଧ୍ୟାପକ ଅଧ୍ୟାପିକା ଓ କର୍ମଚାରୀ ସହଯୋଗ କରିଥିଲେ I

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ