ଛେନାପଦି ଛକରେ ଦୁଇ ବାଇକ ମୁହାଁ ମୁହିଁ ଧକ୍କା, ୩ଆହତ

ହାଟଡ଼ିହି, (ବିକାଶ ବିଶ୍ୱାଳ):ଛେନାପଦି – ହଦଗଡ ରାସ୍ତାର ଛେନାପଦି ପେଟ୍ରୋଲ ପମ୍ପ ନିକଟରେ ଆଜି ସନ୍ଧ୍ୟାରେ ଦୁଇ ବାଇକ ମଧ୍ୟରେ ମୁହାଁ ମୁହିଁ ଧକ୍କା ହେବାସହ ୩ଜଣ ଆହତ ହୋଇଛନ୍ତି । ଖବରରୁ ଜଣାଯାଇଛି ଯେ ଛେନାପଦି ଗ୍ରାମର ଜଣେ ଯୁବକ ଜଣେ ମହିଳା ଓ ଶିଶୁଙ୍କୁ ବସାଇ ଛେନାପଦିଛକରୁ ନିଜ ଘରକୁ ଯାଉଥିବାବେଳେ ବିପରୀତ ଦିଗରୁ ଆସୁଥିବା ଅନ୍ୟ ଏକ ବାଇକ ସହିତ ମୁହାଁ ମୁହିଁ ଧକ୍କା ହୋଇଥିଲା । ଏଥିରେ ଶିଶୁଟି ରାସ୍ତା କଡକୁ ଛିଟିକି ପଡି ଆହତ ହୋଇଥିବାବେଳେ ଦୁଇ ବାଇକ ଆରୋହୀ ମଧ୍ୟ ଆହତ ହୋଇଛନ୍ତି ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ