ବିଞ୍ଝଗିରୀ ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ବାର୍ଷିକ ଉତ୍ସବ

ବେଲଗୁଣ୍ଠା, (ସନ୍ତୋଷ ବିଶୋଇ):ବେଲଗୁଣ୍ଠା ବ୍ଳକ୍ ଗାଙ୍ଗପୁର ପଞ୍ଚାୟତ ଅନ୍ତର୍ଗତ ବିଞ୍ଝଗିରୀ ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଚଳିତ ବର୍ଷର ବାର୍ଷିକ ଉତ୍ସବ ପାଳିତ ହୋଇଯାଇଛି I ବିଦ୍ୟାଳୟ ପରିଚାଳନା କମିଟି ଅଧ୍ୟକ୍ଷ ସୁର ସ୍ୱାଇଁଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଉତ୍ସବରେ ପ୍ରଧାନ ଶିକ୍ଷକ ଶିବରାମ ବେହେରା ବିଦ୍ୟାଳୟର ବାର୍ଷିକ ବିବରଣୀ ପାଠ କରିଥିଲେ I ଏହି ଅବସରରେ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ରୂପେ ପୂର୍ବତନ ଆଞ୍ଚଳିକ ସାଧନ କେନ୍ଦ୍ର ସଂଯୋଜକ ତଥା ଅବସରପ୍ରାପ୍ତ ପ୍ରଧାନ ଶିକ୍ଷକ ବାଳକୃଷ୍ଣ ସାବତ ଯୋଗଦେଇଥିବା ବେଳେ ମୁଖ୍ୟ ବକ୍ତା ରୂପେ କୁମୁଣ୍ଡି ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଶିଶିର କୁମାର ସ୍ଵାଇଁ ମଞ୍ଚାସୀନ ଥିଲେ I ସେହିପରି କାର୍ଯ୍ୟକ୍ରମରେ ସମ୍ମାନିତ ଅତିଥି ରୂପେ ଗୋପନଗର ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଶୀତଳ ପ୍ରସାଦ ଜେନା, ଗ୍ରାମ୍ୟ ପରିଚାଳନା କମିଟି ସଭାପତି,ପରି ଚାଳନା କମିଟି ସଦସ୍ୟ , ଆଶାକର୍ମୀ ଯାଜ୍ଞସେନୀ ସ୍ୱାଇଁ, ଅଙ୍ଗନୱାଡି କର୍ମୀ ମମତା ପଣ୍ଡା ପ୍ରମୁଖ ଉପସ୍ଥିତ ଥିଲେ I ଶିକ୍ଷକ କାର୍ତ୍ତିକ୍ ସେଠୀ ଅତିଥି ସ୍ୱାଗତ କରିବା ସହିତ ମଞ୍ଚ ପରିଚାଳନା କରିଥିଲେ I ଏହି ଅବସରରେ ଶିକ୍ଷକ ସୁକାନ୍ତ ବେହେରାଙ୍କ ସଂଯୋଜନାରେ ଛାତ୍ରଛାତ୍ରୀମାନଙ୍କ ଦ୍ୱାରା ଆକର୍ଷଣୀୟ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ ହୋଇଥିବା ବେଳେ ପୂର୍ବରୁ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାର ପ୍ରତିଯୋଗୀ ଛାତ୍ରଛାତ୍ରୀଙ୍କୁ ଅତିଥି ମାନେ ପୁରସ୍କୃତ କରିଥିଲେ I ଏହି ଅବସରରେ ବିଦ୍ୟାଳୟର ଅଷ୍ଟମ ଶ୍ରେଣୀ ଛାତ୍ରଛାତ୍ରୀଙ୍କୁ ବିଦାୟକାଳୀନ ସମ୍ବର୍ଦ୍ଧନା ପ୍ରଦାନ କରାଯାଇଥିଲା I ଶିକ୍ଷକ ଦାଶରଥି ସେଠୀ ଧନ୍ୟବାଦ ଜ୍ଞାପନ କରିଥିଲେ I କାର୍ଯ୍ୟକ୍ରମରେ ବହୁ ଅଭିଭାବକ ଓ ପୁରାତନ ଛାତ୍ରଛାତ୍ରୀ ସହଯୋଗ କରିଥିଲେ I

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ