୮ ମ ଶ୍ରେଣୀ ଛାତ୍ରୀଙ୍କୁ ଅସଦାଚରଣ ଅଭିଯୋଗ

ପାରଳାଖେମୁଣ୍ଡି, (ତାରିଣୀ ପ୍ରସାଦ ପଣ୍ଡା):ଗଜପତି ଜିଲ୍ଲା ମୋହନାଥାନା ବଡ଼ସିନ୍ଧବା ଉଚ୍ଚବିଦ୍ୟାଳୟର ଜନୈକା ଅଷ୍ଟମଶ୍ରେଣୀର ଛାତ୍ରୀଙ୍କୁ ଶିକ୍ଷକ ଅସଦାଚରଣ କରିଥିବା ନେଇ ଅଭିଯୋଗ ହୋଇଛି । ଅଭିଯୋଗ ପରେ ପୁଲିସ ସଂପୃକ୍ତ ଶିକ୍ଷକଙ୍କୁ ଅଟକ ରଖି ପଚରାଉଚରା କରୁଛି.ଛାତ୍ରୀଙ୍କ ବାପା ଥାନାରେ ଲିଖିତ ଅଭିଯୋଗ କରିବା ପରେ ଏନେଇ କେସ ନଂ ୬୭/୨୪ ରେ ପୁଲିସ ମାମଲା ରୁଜୁ ହୋଇଛି। ଥାନାଧିକାରୀ ବସନ୍ତ ସେଠୀ ଓ ବ୍ଳକ୍ ଶିକ୍ଷାଧିକାରୀ ନରେନ୍ଦ୍ର ବେହେରା ବିଦ୍ୟାଳୟକୁ ଯାଇ ତଦନ୍ତ କରିଛନ୍ତି। ତେବେ ତଦନ୍ତ ପରେ ଏନେଇ ପଦକ୍ଷେପ ନିଆଯିବ ବୋଲି ଥାନାଧିକାରୀ ବସନ୍ତ କୁମାର ସେଠୀ କହିଛନ୍ତି ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ