ବୁଗୁଡା ବିଜେଡି ପକ୍ଷରୁ ବିଜୁବାବୁଙ୍କ ତିରୋଧାନ ଦିବସ ପାଳିତ
ବୁଗୁଡ଼ା,(ଅନିଲ କୁମାର ମହାରଣା):ପ୍ରବାଦ ପୁରୁଷ ବିଜୁବାବୁଙ୍କ ୨୭ତମ ତିରୋଧାନ ଦିବସ ଏପ୍ରିଲ ୧୭ ତାରିଖ ଦିନ ପୋଲସରା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ବୁଗୁଡା ବ୍ଲକ ଓ ଏନଏସି ବିଜୁ ଜନତା ଦଳ ପକ୍ଷରୁ ପାଳନ ହୋଇଯାଇଛି। ପ୍ରଥମେ ବୁଗୁଡା ଏନ.ଏ.ସି ବସଷ୍ଟାଣ୍ଡରେ ସ୍ଥାନୀୟ ବିଧାୟକ ଶ୍ରୀକାନ୍ତ ସାହୁ ବିଜୁବାବୁଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ କରିବା ସହ ବୁଗୁଡା ବ୍ଲକ ଓ ଏନଏସିର ଅନ୍ୟାନ୍ୟ ନେତୃ ବୃନ୍ଦ ମଧ୍ୟ ପୁଷ୍ପମାଲ୍ୟ ଅର୍ପଣ କରିଥିଲେ। ଏହାପରେ ବୁଗୁଡା ମେଡିକାଲକୁ ଯାଇ ରୋଗୀମାନଙ୍କୁ ଫଳ ଓ ମିଷ୍ଠାନ ବଣ୍ଟନ କରିଥିଲେ। ଉକ୍ତ କାର୍ଯ୍ୟକ୍ରମରେ ବୁଗୁଡା ବ୍ଲକ ବିଜେଡି ସଭାପତି ମଦନ ଗୋପାଳ ଦୋରା, ବୁଗୁଡା ବ୍ଲକ ଅଧ୍ୟକ୍ଷା କେ.ପ୍ରିୟଦର୍ଶିନୀ ଆଚାରୀ, ଉପାଧ୍ୟକ୍ଷ ମାନସ ରଞ୍ଜନ ପ୍ରଧାନ, ପୂର୍ବତନ ଉପାଧ୍ୟକ୍ଷ ଟୁକୁନା ସ୍ୱାଇଁ, ଜିଲ୍ଲା ପରିଷଦ ସଦସ୍ୟ ଗଙ୍ଗାପାଣି ଜେନା, ପ୍ରତିନିଧି ଜିତେନ୍ଦ୍ର କୁମାର ନାୟକ, ବୁଗୁଡା ଏନ୍.ଏ.ସି ଅଧ୍ୟକ୍ଷ ଚିତ୍ରସେନ ପ୍ରଧାନ, ଗଞ୍ଜାମ ଜିଲ୍ଲା ବିଜେଡି ସାଧାରଣ ସମ୍ପାଦକ ସୁଧାଂଶୁ ଶେଖର ପାଢ଼ୀ, ନଗର ବିଜେଡି ସଭାପତି କେ.ତ୍ରିଲୋଚନ ଦୋରା ପ୍ରମୁଖଙ୍କ ସମେତ ସମସ୍ତ ଜନପ୍ରତିନିଧି, ଦଳୀୟ କର୍ମକର୍ତ୍ତା ମାନେ ଉପସ୍ଥିତ ଥିଲେ ।