ଆଜି ଓଡ଼ିଶାରେ ନୂଆ ସରକାର, ନୂଆ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ମୋହନ ମାଝୀ
ଭୁବନେଶ୍ୱର, (ଯୁଗାବ୍ଦ ନ୍ୟୁଜ):ଆଜି ଓଡ଼ିଶାରେ ନୂଆ ସରକାର। ନୂଆ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ମୋହନ ଚରଣ ମାଝୀ। ୨ ଜଣ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଏବଂ କେ.ଭି ସିଂହଦେଓ ଶପଥ ଗ୍ରହଣ କରିବେ। ଆଉ କିଛି ମନ୍ତ୍ରୀ ମଧ୍ୟ ଶପଥ ନେଇପାରନ୍ତି।ଏହାପରେ ତାଙ୍କୁ ମୁଖ୍ୟମନ୍ତ୍ରୀ ଭାବେ ନିଯୁକ୍ତି ଦେଲେ ରାଜ୍ୟପାଳ। ତେବେ ଶପଥ ସାମାରୋହରେ ସାମିଲ ହେବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ତୃତୀୟ ଥର ପ୍ରଧାନମନ୍ତ୍ରୀ ହେବା ପରେ ଏହା ହେଉଛି ମୋଦିଙ୍କ ପ୍ରଥମ ଓଡ଼ିଶା ଗସ୍ତ। ଏଥିପାଇଁ ବ୍ୟାପକ ବନ୍ଦୋବସ୍ତ କରାଯାଇଛି।ଶପଥ ଗ୍ରହଣ ପାଇଁ ଭୁବନେଶ୍ବର ଜନତା ମଇଦାନରେ ହୋଇଛି ଭବ୍ୟ ଆୟୋଜନ। ଅପରାହ୍ନ ୪ଟା ୫୫ରେ ହେବ ଶପଥଗ୍ରହଣ ସମାରୋହ। ବିଧାୟକ ଦଳ ନେତା ନିର୍ବାଚିତ ହେବା ପରେ ରାଜଭବନ ଯାଇ ସରକାର ଗଠନ ପାଇଁ ଦାବି ଉପସ୍ଥାପନ କରିଥିଲେ ମୋହନ ଏବଂ ଟିମ୍।


