ଆଜି ଶନିବାର ଆପଣଙ୍କ ଦିନଟି କିପରି କଟିବ ଜାଣନ୍ତୁ ଆଜିର ରାଶିଫଳରୁ…

ମେଷ:-ଜମିଜମା ସଙ୍କ୍ରାନ୍ତିୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ। ପାରିବାରିକ କ୍ଷେତ୍ରରେ ସାଧାରଣ ଚଳଣି ଅତୁଟ ରହିବ। ପୁରାତନ ବନ୍ଧୁ ଓ ଅଚିହ୍ନା ଲୋକଙ୍କଠାରୁ ସାହାଯ୍ୟ ପାଇ ଧନ୍ୟ ହେବେ। ବାଦବିବାଦ, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ସଫଳ ହେବେ। କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ। ଛାତ୍ର-ଛତ୍ରୀମାନେ ପରିଶ୍ରମ କରିବା ଫଳରେ ପ୍ରଶଂସା ପାଇବେ। ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ବୃଷ:-ଶିକ୍ଷାକ୍ଷେତ୍ରରେ ଯଶର ସହ ଉତ୍ତୀର୍ଣ୍ଣ ହେବେ। ପାରିବାରିକ ସ୍ନେହ ସହାନୁଭୁତି ପ୍ରାପ୍ତି ହୋଇ ଶାନ୍ତି ବିରାଜମାନ କରିବ। ଉଚ୍ଚପଦସ୍ଥ ବ୍ୟକ୍ତି ଓ ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ନିବିଡ ହେବ। ବାଦବିବାଦ, ପରୀକ୍ଷା, ପ୍ରତି ଯୋଗୀତା, ମାଲିମୋକଦ୍ଦମା ଓ ସାକ୍ଷାତକାରରେ ସଫଳ ହେବେ। ବ୍ୟବସାୟ କ୍ଷେତ୍ରରେ ଭାବି ଚିନ୍ତି କାର୍ଯ୍ୟ ନ କଲେ ଠକାମିରେ ପଡିବେ। ରାସ୍ତାରେ ଯିବା ସମୟରେ ସତର୍କ ରହିବା ଆବଶ୍ୟକ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ମିଥୁନ:-କର୍ମକ୍ଷେତ୍ରରେ ଉନ୍ନତି ହେବା ଫଳରେ ସ୍ଥାନ ପରିବର୍ତ୍ତନ ପାଇଁ ଚେଷ୍ଟା କରିବେ। ଦାମ୍ପତ୍ୟ କଳହ ମେଣ୍ଟିଯାଇ ପାରିବାରିକ କ୍ଷେତ୍ରରେ ଶାନ୍ତି ପାଇବେ। କୌଣସି ନୂତନ କର୍ମ କରୁଥିଲେ ସେଥିରେ ବିଜୟୀ ହେବେ। ପାର୍ଟି ବା ସମାରୋହରେ ସମ୍ମିଳିତ ହେବାକୁ ପଡିପାରେ। ଖାଦ୍ୟପେୟରେ ଅବହେଳା ସ୍ଵାସ୍ଥ୍ୟହାନିର କାରଣ ହେବ। ବନ୍ଧୁଙ୍କ ଆଚରଣ ମନରେ ସନ୍ଦେହ ସୃଷ୍ଟି କରିବାସହ ପାଖ ପଡୋଶୀମାନେ କଟୁବଚନ ଶୁଣେଇ ପାରନ୍ତି। ପ୍ରତିକାର:-କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

କର୍କଟ:-ନିର୍ମାଣଧୀନ କାର୍ଯ୍ୟ ସମ୍ପନ୍ନ କରିବାକୁ ଚେଷ୍ଟିତ ହେବେ। ପରୀକ୍ଷା ପ୍ରତିଯୋଗିତାରେ ସଫଳତା ମିଳିବ। ସ୍ୱାସ୍ଥ୍ୟ ଉତ୍ତମ ରହିବାସହ ମାନସିକ ଶାନ୍ତି ପାଇବେ। ଗୃହରେ କଲ୍ୟାଣକର କର୍ମ ସମ୍ପାଦନ କରି ପ୍ରଶଂସିତ ହେବେ। ପାରିବାରିକ ଜୀବନ ଆନନ୍ଦମୟ ହେବ। ରାଜନୈତିକ କ୍ଷେତ୍ରରେ ବିପଦ ସଙ୍କୁଳ ଟଳିଯିବ। ଦୂରଯାତ୍ରାରେ ସଫଳତା ମିଳିବ। କର୍ମ କ୍ଷେତ୍ରରେ ଉପରିସ୍ଥ ବ୍ୟକ୍ତିଙ୍କଠାରୁ ସମ୍ମାନ ମିଳିବ ଓ ଆୟ ବୃଦ୍ଧି ହେବ। ପ୍ରତିକାର- ଗଙ୍ଗାଜଳ ଟିକେ ସେବନ କରନ୍ତୁ।

ସିଂହ:-ଆର୍ଥିକ ଦିଗରୁ ଉନ୍ନତି ଓ ନୂତନ ପଦାର୍ଥ ସଂଗ୍ରହ କରିବା ପାଇଁ ଆଗ୍ରହ ବଢିବ। ପେଶା, ବ୍ୟବସାୟ, ଭାଗୀଦାରୀ ଓ ବନ୍ଧୁମିତ୍ରଙ୍କଦ୍ଵାରା ଲାଭବାନ ହେବେ। ପଦସ୍ଥ ବ୍ୟକ୍ତିଙ୍କ ସହ ମନୋମାଳିନ୍ୟ ମେଣ୍ଟିଯିବ। ବାଦବିବାଦ, ମାଲିମୋକଦ୍ଦମା, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ପାରିବାରିକ ସମସ୍ୟା ସହଜ ସରଳରେ ସମାଧାନ ହୋଇଯିବା ଫଳରେ ମନ ଶାନ୍ତି ହେବ। ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ।

କନ୍ୟା:-ରୋଜଗାର ସମସ୍ୟା ସୁଧୁରି ଯାଇ ଧନ ଲାଭ ହେବାରୁ ମନ ଖୁସି ରହିବ। ଜମି ଜମା ସଙ୍କ୍ରାନ୍ତିୟ ସମସ୍ୟା ଆଦିରେ ସଫଳତା ମିଳିବ। କର୍ମକ୍ଷେତ୍ରରେ ସହକର୍ମୀ ମାନଙ୍କ ଦ୍ଵାରା ଲାଭବାନ ହେବାସହ ଉଚ୍ଚ କର୍ମକର୍ତ୍ତାଙ୍କର ସୁଦୃଷ୍ଟି ପ୍ରାପ୍ତି ହେବ। କଳା, ସଙ୍ଗୀତ, ସାହିତ୍ୟ ପ୍ରତି ରୁଚି ବୃଦ୍ଧି ହେବ। ନିଜର ସାମୁଦାୟିକ ମାମଲା ବା ଜନ କଲ୍ୟାଣ କାର୍ଯ୍ୟ ଇଛା ଅନୁସାରେ ସମ୍ପନ୍ନ କରିବେ। ରାଜନୈତିକ କ୍ଷେତ୍ରରେ କୀର୍ତ୍ତୀ ଓ ମାନ-ପ୍ରତିଷ୍ଠାରେ ବୃଦ୍ଧି ହେବ। ପ୍ରତିକାର-ହରିଡା ଚନ୍ଦନ ମୁଣ୍ଡରେ ଲଗାନ୍ତୁ।

ତୁଳା:-ସାମାଜିକ ସ୍ତରରେ ପ୍ରଶଂସିତ ହେବେ। ସନ୍ତାନ ସନ୍ତତିଙ୍କ ମର୍ଜି ରକ୍ଷାକରି ନିର୍ମାଣମୂଳକ ଯୋଜନାରେ ଆଗେଇବେ। କୌଣସି ନୂତନ ବନ୍ଧୁଙ୍କ ସହିତ ଭେଟ ହେବ। ପାରିବାରିକ ସମ୍ବନ୍ଧରେ ମଧୁରତା ଆସିବ। ଧାର୍ମିକ କାର୍ଯ୍ୟପ୍ରତି ଆଗ୍ରହୀ ହେବେ। ବିଦ୍ୟା କ୍ଷେତ୍ରରେ ଉନ୍ନତି ହେବା ଫଳରେ ମନ ଖୁସି ରହିବ। ସହକର୍ମୀମାନଙ୍କ ସହ ଶତ୍ରୁତା ମେଣ୍ଟିଯିବା ଫଳରେ ପ୍ରବଳ ଶତୃମାନେ ଦୁର୍ବଳ ହେବେ। ପିଲାମାନଙ୍କ କାର୍ଯ୍ୟରେ ଆନନ୍ଦିତ ହେବେ। ପ୍ରତିକାର:-କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

ବିଛା:-ସାସାଜିକ ପ୍ରତିଷ୍ଠା ଓ ମାନ-ସମ୍ମାନ ବୃଦ୍ଧି ହେବ। ବ୍ୟବସାୟରେ ଉନ୍ନତି ଫଳରେ ଅଶାତୀତ ଲାଭବାନ୍ ହେବେ। ଆର୍ଥିକ ସ୍ଥିତି ସୁଦୃଢ଼ ହେବ, ଋଣ ପରିଶୋଧ କରିବାର ସୁଯୋଗ ପାଇବେ। କର୍ମଜୀବିମାନେ ସହକର୍ମୀ ମାନଙ୍କଠାରୁ ସାହାଯ୍ୟ ଓ ସହଯୋଗ ପାଇବେ। ପରୀକ୍ଷା ପ୍ରତିଯୋଗିତା, ଓ ସାକ୍ଷାତ୍କାରରେ ବିଜୟୀହେବେ। ଯେ କୌଣସି କାର୍ଯ୍ୟରେ ହାତ ଦେଲେ ସଫଳତା ମିଳିବ। ଏମିତି କାର୍ଯ୍ୟ ଆଜି କରିବେ ଯାହାକି ଭବିଷ୍ୟତ ଆକାଂକ୍ଷାକୁ ପୂର୍ଣ୍ଣ କରିବ। ପ୍ରତିକାର-ଲାଲଚନ୍ଦନ ବା ସିନ୍ଦୁର ଟିକେ ମସ୍ତକରେ ଲଗେଇ ଦିଅନ୍ତୁ।

ଧନୁ:-ବ୍ୟବସାୟରେ ଉନ୍ନତି ଓ ଆର୍ଥିକ ସ୍ଥିତିରେ ବୃଦ୍ଧି ଘଟିବ। ସରକାରୀ କର୍ମଚାରୀମାନେ କର୍ମ କ୍ଷେତ୍ରରେ ସମ୍ମାନ ଲାଭ କରିବେ। ଯୁବକ ଯୁବତୀ ମାନେ କର୍ମ ନିଯୁକ୍ତିରେ ସଫଳତା ଲାଭ କରିବେ। ପାରିବାରିକ କ୍ଷେତ୍ରରେ ସୁଖଶାନ୍ତି ମିଳିବ। ପିତା-ମାତାଙ୍କ ଠାରୁ ସହଯୋଗ ପ୍ରାପ୍ତି ହେବ। ମହିଳା ମାନଙ୍କର ଧାର୍ମିକ କାର୍ଯ୍ୟରେ ରୁଚି ବଢ଼ିବ। ରାଜନୀତି କ୍ଷେତ୍ରରେ ସାମାଜିକ ପ୍ରତିଷ୍ଠା ଓ ମାନ-ସମ୍ମାନରେ ବୃଦ୍ଧି ହେବ। ପ୍ରତିକାର-ଅଷ୍ଟଗନ୍ଧ ତିଳକ ଚନ୍ଦନ ମସ୍ତକରେ ଧାରଣ କରନ୍ତୁ।

ମକର:-ଛାତ୍ର-ଛାତ୍ରୀମାନେ ଜୀବନରେ ଭରପୁର ଆନନ୍ଦ ପାଇଲାଭଳି ଫାଇଦା ଉଠେଇବେ। ପାଖରେ ଥିବା ସାଥୀ ଓ ପ୍ରିୟଜନ ଆର୍ଥିକ ଏବଂ ଭାବନାତ୍ମକ ସାହାଯ୍ୟ ସହଯୋଗ କରିବାକୁ ବାଧ୍ୟ ହେବେ। ଘର ପରିବାରରେ ବାତାବରଣ ଶାନ୍ତିପୂର୍ଣ୍ଣ ରହିବ। ରୋମାନ୍ସ ଓ ପ୍ରେମରେ ପ୍ରସନ୍ନତାର ଅନୁଭୂତି ହେବ। ପଢିବା, ପଢେଇବା ବା ଅଧ୍ୟାପନା ମାମଲାରେ ଆଗକୁ ଗତି କରିବେ। ଗୃହରେ କଲ୍ୟାଣକର କର୍ମ ସମ୍ପାଦନ କରି ପ୍ରଶଂସିତ ହେବେ। ପ୍ରତିକାର- ନିମ୍ବକାଠରେ ଚନ୍ଦନ ଘୋରି ମସ୍ତକରେ ଧାରଣ କରନ୍ତୁ।

କୁମ୍ଭ:-ଦାମ୍ପତ୍ୟ ଜୀବନରେ ମଧୁରତା ସୃଷ୍ଟି ହୋଇ ସମ୍ବନ୍ଧରେ ପ୍ରଗାଢତା ଆସିବ। ବନ୍ଧୁଙ୍କ ସହଯୋଗରେ କେତେକ ସମସ୍ୟାର ସମାଧାନ ହେବ। ବ୍ୟବସାୟୀମାନେ ଧନଲାଭ କରିବାର ସୁଯୋଗ ପାଇବେ। ଶତୃମାନେ ମିତ୍ରଭାବ ଆଚରଣ କରିବେ। ପିଲାମାନଙ୍କ କାର୍ଯ୍ୟରେ ସନ୍ତୁଷ୍ଟ ହେବେ। ବାଦବିବାଦ, ମାଲିମୋକଦ୍ଦମାରେ ସଫଳହେବେ। କଳାସଙ୍ଗୀତ, ନୃତ୍ୟ ଗୀତ ଓ ମନୋରଞ୍ଜନ କାର୍ଯ୍ୟ କ୍ରମରେ ମଜ୍ଜି ରହିବେ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ମୀନ:-ଉଚ୍ଚ କର୍ମକର୍ତ୍ତାଙ୍କ ସୁଦୃଷ୍ଟି ପ୍ରାପ୍ତି ହେବ। ସହକର୍ମୀମାନଙ୍କର ସମର୍ଥନ ଏବଂ ଅଧସ୍ତନଙ୍କର ସହଯୋଗ ଯୋଗୁଁ କର୍ମକ୍ଷେତ୍ରରେ ସମ୍ମାନ ବୃଦ୍ଧି ଏବଂ ସୁନାମ ଅର୍ଜନ କରିବେ। ଆକସ୍ମିକ ଧନ ପ୍ରାପ୍ତି ହେବ। ପାରିବାରିକ ଜୀବନ ଆନନ୍ଦମୟ ହେବ। ଉଚ୍ଚ ସମ୍ଭାବନାର ଆଶା ଓ ଆଶ୍ଵାସନା ଲାଭ କରି ମାନସିକ ଶାନ୍ତି ଅନୁଭବ କରିବେ। ପରୀକ୍ଷା ଓ ପ୍ରତିଦ୍ଵନ୍ଦିତାରେ ସଫଳ ହେବେ। ବାଦବିବାଦ ଓ ମାଲିମୋକଦ୍ଦମାରେ ସଫଳ ହେବେ। ପ୍ରତିକାର- ହଳଦୀ ରଙ୍ଗର ରୁମାଲଟିଏ ପାଖରେ ରଖନ୍ତୁ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ