ସେପ୍ଟେମ୍ବର ମାସର ପ୍ରଥମ ଯୁଗ୍ମ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ

ବାଲେଶ୍ୱର, (ସରୋଜ ପଣ୍ଡା):ପୂର୍ବ ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ ବାଲେଶ୍ୱର ଜ଼ିଲ୍ଲା ସଦରମହକୁମାଠାରେ ଜିଲ୍ଲାପାଳ ଶ୍ରୀ ସୂର୍ଯ୍ୟବଂଶୀ ମୟୂର ବିକାଶ ଓ ଜିଲ୍ଲା ଆରକ୍ଷୀ ଅଧିକ୍ଷକ ଶ୍ରୀମତୀ ସାଗରିକା ନାଥ ଆଜି ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ହୋଇଥିବା ଜନଶୁଣାଣୀ ବୈଠକରେ ଯୋଗଦାନ କରି ବିଭିନ୍ନ ଅଭିଯୋଗ ଗୁଡିକର ଶୁଣାଣି କରିଛନ୍ତି। ଏହି ଜନଶୁଣାଣୀ ବୈଠକରେ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟନିର୍ବାହୀ ଅଧିକାରୀ ଶ୍ରୀ ବିଶ୍ୱରଞ୍ଜନ ନାୟକ, ଅତିରିକ୍ତ ଜିଲ୍ଲାପାଳ (ରାଜସ୍ବ) ଶ୍ରୀ ନିରଞ୍ଜନ ବେହେରା, ଉପଜିଲ୍ଲାପାଳ ଶ୍ରୀ ପ୍ରଥମେଶ ଅରବିନ୍ଦ ରାଜେସିର୍କେ, ମୁଖ୍ୟ ଜିଲ୍ଲା ଚିକିତ୍ସା ଅଧିକାରୀ ଡ଼. ଦୁଲାଲସେନ ଜଗଦ୍ଦେବ ଓ ବିଭିନ୍ନ ବିଭାଗୀୟ ଅଧିକାରୀ ମାନେ ଉପସ୍ଥିତ ରହି ଶୁଣାଣି କାର୍ଯ୍ୟରେ ସହଯୋଗ କରିଥିଲେ I ଆଜିର ଶୁଣାଣିରେ ସର୍ବମୋଟ ୧୧୨ଟି ଅଭିଯୋଗ ଶୁଣାଣି ହୋଇଥିଲା । ସମସ୍ତ ଅଭିଯୋଗ ମାନଙ୍କ ମଧ୍ୟରେ ମୁଖ୍ୟତଃ ବିଭିନ୍ନ ସ୍ଥାନରେ ଜଳ ଯୋଗାଣ, ଜମି ସୀମାଙ୍କନ, ସ୍ୱାସ୍ଥ୍ୟଗତ ଏବଂ ଚିକିତ୍ସା ଜନିତ ଆବଶ୍ୟକ ସୁବିଧା, ଗମନାଗମନ, ଭିନ୍ନକ୍ଷମଙ୍କ ସାମାଜିକ ସୁରକ୍ଷା, ବାସଗୃହ ଜନିତ ସମସ୍ୟା ଗୁଡ଼ିକ ସର୍ବାଧିକ ଥିଲା। ଉକ୍ତ ଅଭିଯୋଗ ମଧ୍ୟରୁ ୧୦୧ ଟି ବ୍ୟକ୍ତିଗତ ସମସ୍ୟା ଥିବାବେଳେ ୬ ଗୋଟି ସାମୁହିକ ସମସ୍ୟା ସମ୍ବଳିତ ବିଷୟରେ ଆଧାରିତ ଥିଲା I ସେଥିମଧ୍ୟରୁ ୩ ଟି ଅଭିଯୋଗର ତତ୍କାଳ ସମାଧାନ କରାଯାଇଥିବା ବେଳେ ୪ ଜଣଙ୍କୁ ଚିକିତ୍ସା ନିମନ୍ତେ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ଅର୍ଥ ପ୍ରଦାନ କରାଯାଇଥିଲା। ତତ୍ସହିତ ରେଡ କ୍ରସ ପାଣ୍ଠିରୁ ଜଣଙ୍କୁ ଅର୍ଥରାଶି ମଂଜୁର କରା ଯାଇଥିଲା I ଆଜିର ଶୁଣାଣୀରେ ବିଭିନ୍ନ ବିଭାଗ ପାଇଁ ଆସିଥିବା ଅଭିଯୋଗ ଗୁଡିକ ମଧ୍ୟରେ ସରକାରଙ୍କର ବିଭିନ୍ନ ଯୋଜନା ଅନୁଯାୟୀ ଆବାସ ସହାୟତା, ଜଳ ନିଷ୍କାସନ ବ୍ୟବସ୍ଥା ଆଦି ଅଭିଯୋଗ ଗୁଡିକ ଉପରେ ବିଚାର କରି ତାର ସମାଧାନ ନିମନ୍ତେ ବିଭିନ୍ନ ବିଭାଗୀୟ ଅଧିକାରୀ ମାନଙ୍କୁ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଥିଲେ I

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ