ପୂର୍ବତନ ସରପଞ୍ଚଙ୍କ ପରଲୋକ, ଶ୍ରଦ୍ଧାଞ୍ଜଳି ଜଣାଇଲେ ବିଧାୟକଙ୍କ ସମେତ ବହୁ ମାନ୍ୟଗଣ୍ୟ ବ୍ୟକ୍ତି
ହାଟଡିହି, (ବିକାଶ ବିଶ୍ୱାଳ):ହାଟଡିହି ବ୍ଲକ ପଢିଆରିପଲ୍ଲି ପଞ୍ଚାୟତର ବିଜୁ ଜନତା ଦଳର ବରିଷ୍ଠ ନେତା ତଥା ପୂ୍ବତନ ସରପଞ୍ଚ ଓ ହାଡିବନ୍ଧୁ ଦେଉରୀଙ୍କ ପରଲୋକ ହୋଇ ଯାଇଛି। ସେ ୧୯୯୦ରୁ ୧୯୯୩ ପର୍ଯ୍ୟନ୍ତ ସେ ପଢିଆରିପଲ୍ଲି ପଞ୍ଚାୟତର ସରପଞ୍ଚ ଭାବେ ଦାୟିତ୍ଵ ନିର୍ବାହ କରିଥିଲେ। ସେ ବଉଳା ଖଣି ଅଞ୍ଚଳର ଜଣେ ଶ୍ରମିକ ନେତା ଭାବେ ପରିଚିତ ଥିଲେ। ତାଙ୍କ ପରଲୋକ ଖବର ପାଇ ଆନନ୍ଦପୁର ବିଧାୟକ ଅଭିମନ୍ୟୁ ସେଠୀ, ଜିଲ୍ଲା ପରିଷଦ ଉପାଧ୍ୟକ୍ଷ ସୋମନାଥ ଦାସ, ପୁର୍ବତନ ଜିଲ୍ଲା ବିଜେଡ଼ି ସଭାପତି ତଥା ୩୭ନମ୍ବର ଜୋନ ଜିଲ୍ଲା ପରିଷଦ ସଦସ୍ୟ ବିମ୍ବାଧର ବିଶ୍ବାଳ, ଯୁବ ବିଜେଡ଼ି ନେତା ଦେବପ୍ରିୟ ପାତ୍ର, ପୁର୍ବତନ ବ୍ଲକ୍ ଅଧ୍ୟକ୍ଷ ପର୍ଶୁରାମ ପେଡା, ପୁର୍ବତନ ଜିଲ୍ଲା ପରିଷଦ ସଦସ୍ୟ ରବିନ୍ଦ୍ର କୁମାର ନାୟକ, ବିମଳ କିଶୋର ଜେନା, ବିନ ସିଂ, ସରପଞ୍ଚ ଅଜିତ ନାୟକ ଙ୍କ ସମେତ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ତାଙ୍କ ବାସଭବନରେ ପହଞ୍ଚି ମର ଶରୀରରେ ପୁଷ୍ପ ମାଲ୍ୟ ଅର୍ପଣ କରିଥିଲେ। ପରେ ତାଙ୍କ ମରଶରୀରକୁ ଗ୍ରାମ ପରିକ୍ରମା କରାଇବା ପରେ ଗାଁ ଶ୍ମଶାନରେ ଶେଷକୃତ୍ୟ ସମ୍ପନ୍ନ କରାଯାଇଥିଲା। ତାଙ୍କ ପରଲୋକରେ ପୁର୍ବତନ ମନ୍ତ୍ରୀ ପ୍ରଫୁଲ୍ଲ ସାମଲ, ପ୍ରଫୁଲ୍ଲ ଘଡେଇ ପ୍ରମୁଖ ଶୋକ ପ୍ରକାଶ କରିଛନ୍ତି।


