ଜିଲ୍ଲାସ୍ତରୀୟ ପୋଷଣ ମାସ ପାଳନ ଉତ୍ସବ ଅନୁଷ୍ଠିତ

ବାଲେଶ୍ୱର, (ସରୋଜ ପଣ୍ଡା):ଓଡ଼ିଶା ସରକାରଙ୍କ ମହିଳା ଓ ଶିଶୁ ବିକାଶ ବିଭାଗ ପକ୍ଷରୁ ଆଜି ଅପରାହ୍ନ ଘ. ୩ ମି ସମୟରେ ସଦ୍ଭାବନା ସଭାଗୃହ ଠାରେ ଜିଲ୍ଲାସ୍ତରୀୟ ପୋଷଣ ମାସ ପାଳନ ହୋଇଯାଇଛି। ଜିଲ୍ଲା ସମାଜ ମଙ୍ଗଳ ବିଭାଗ ଆନୁକୂଲ୍ୟରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଜିଲ୍ଲା ପରିଷଦର ମାନ୍ୟବର ଅଧ୍ୟକ୍ଷ ଶ୍ରୀ ନାରାୟଣ ପ୍ରଧାନ ମୁଖ୍ୟ ଅତିଥି ଭାବେ ଯୋଗଦାନ କରିଥିଲେ I ସମ୍ମାନନୀୟ ଅତିଥିଭାବେ ଜିଲ୍ଲା ମଙ୍ଗଳ ଅଧିକାରୀ ଶ୍ରୀମତୀ ବିଦ୍ୟୁତଳତା ମହାପାତ୍ର, ଅତିରିକ୍ତ ଜିଲ୍ଲା ଶିକ୍ଷାଧିକାରୀ ଶ୍ରୀ ଧରଣୀଧର ପାତ୍ର, ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ସୁଶ୍ରୀ ଐଶ୍ଵର୍ଯ୍ୟା ସାମନ୍ତ ଏବଂ ଡିପିସି, ମିଶନ ଶକ୍ତି ଶ୍ରୀ କାର୍ତିକ ଚନ୍ଦ୍ର ନାୟକ ପ୍ରମୁଖ ମଞ୍ଚାସୀନ ଥିଲେ I ଏଠାରେ ସୂଚନା ଥାଉ କି ସେପ୍ଟେମ୍ବର ୧ ରୁ ୩୦ ତାରିଖ ପର୍ଯ୍ୟନ୍ତ ଜିଲ୍ଲାସ୍ତରୀୟ ଏହି ପୋଷଣ ମାସ ପାଳନ କରାଯିବ I ମୁଖ୍ୟ ଅତିଥି ଶ୍ରୀ ପ୍ରଧାନ ନିଜ ବକ୍ତବ୍ୟରେ କହିଥିଲେ କି ଜିଲ୍ଲାର ସମସ୍ତ ସ୍ଥାନରେ ଯେପରି କୌଣସି ମା କିମ୍ବା ଶିଶୁ କୁପୋଷଣର ଶିକାର ନ ହୁଅନ୍ତୁ ତାହା ହେଉଛି ଏହି କାର୍ଯ୍ୟକ୍ରମର ମୂଳ ଲକ୍ଷ୍ୟ। ଉତ୍ତମ ପୋଷଣ ସୁସ୍ଥ ଜୀବନ ପ୍ରସଙ୍ଗକୁ ଭିତ୍ତି କରି ଆଜିର ଏହି କାର୍ଯ୍ୟକ୍ରମରେ ରକ୍ତହୀନତା ବିଷୟରେ ସଚେତନତା, ଏହାର ପରୀକ୍ଷା, ଚିକିତ୍ସା ବିଷୟରେ ଆଲୋଚନା, ଦୈନନ୍ଦିନ ଖାଦ୍ୟରେ ବିବିଧତା ଆଣିବା ପାଇଁ ଆଞ୍ଚଳିକ ତଥା ମିଲେଟ୍ ବା କ୍ଷୁଦ୍ର ଖାଦ୍ୟ ଶସ୍ୟ ସାମିଲ୍ କରିବା, ଶିଶୁର ଅଭିବୃଦ୍ଧି ନିରୀକ୍ଷଣ କରିବା ସହିତ ଆଦ୍ୟ ଶୈଶବ ଏବଂ ପ୍ରାକ୍ ବିଦ୍ୟାଳୟ ଶିକ୍ଷା ପାଇଁ ଯତ୍ନବାନ୍ ହେବା ବିଷୟରେ ଶ୍ରୀ ପ୍ରଧାନ ଆଲୋଚନା କରିଥିଲେ। ସଭାରେ ଜିଲ୍ଲାର ବିଭିନ୍ନ ସ୍ଥାନରୁ ଆସିଥିବା ଅଙ୍ଗନବାଡି କର୍ମୀ ବିଭିନ ପ୍ରକାରର ହାତରନ୍ଧା ପୁଷ୍ଟିକର ଖାଦ୍ୟ ପ୍ରଦର୍ଶିତ କରିଥିଲେ I ଏହି ଅବସରରେ ବିଭିନ୍ନ ପ୍ରସଙ୍ଗରେ ଶ୍ରେଷ୍ଠ ପ୍ରଦର୍ଶନ କରିଥିବା କର୍ମକର୍ତ୍ତା ଓ କିଶୋରୀମାନଙ୍କୁ ମଞ୍ଚାସୀନ ଅତିଥିମାନେ ପୁରଷ୍କୃତ କରିଥିଲେ Iଏହି କାର୍ଯ୍ୟକ୍ରମରେ ଜିଲ୍ଲାର ସମସ୍ତ ସିଡିପିଓ, ଅଙ୍ଗନବାଡି କର୍ମୀଙ୍କ ସମତେ ଜିଲ୍ଲା ସମାଜ ମଙ୍ଗଳ କାର୍ଯ୍ୟାଳୟର କର୍ମକର୍ତ୍ତାମାନେ ଉପସ୍ଥିତ ଥିଲେ। ଏହି ସଭାରେ ଜିଲ୍ଲା ସମାଜ ମଙ୍ଗଳ ଅଧିକାରୀ ଶ୍ରୀମତୀ ଗୌରିମଣି ନାୟକ ସ୍ୱାଗତ ଭାଷଣ ପ୍ରଦାନ କରିଥିବା ବେଳେ ଡିପିସି, ମମତା ଶ୍ରୀ ବାମଦେବ ପାଣିଗ୍ରାହୀ ଧନ୍ୟବାଦ ଅର୍ପଣ କରିଥିଲେ ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ