ସ୍ୱଚ୍ଛ ଭାରତ ଦିବସ କାର୍ଯ୍ୟକ୍ରମ ଉଦଯାପିତ
ହିଞ୍ଜିଳିକାଟୁ,(ଶେଷଦେବ ସାହୁ): କେନ୍ଦ୍ର ସରକାରଙ୍କ ଗୃହ ଓ ସହରାଞ୍ଚଳ ବିକାଶ ମନ୍ତ୍ରଣାଳୟ ଓ ଜଳ ଶକ୍ତି ମନ୍ତ୍ରଣାଳୟ ମିଳିତ ଆନୁକୂଲ୍ୟରେ ସ୍ୱଚ୍ଛ ଭାରତ ଅଭିଯାନ ଅଧିନରେ ଗତ ୧୭ ତାରିଖରୁ ହିଞ୍ଜିଳିକାଟୁ ପୌରାଞ୍ଚଳରେ ସ୍ୱଚ୍ଛତା ହିଁ ସେବା ଅଭିଯାନ ଆୟୋଜିତ ହୋଇଥିଲା। ଏହି ପରିପ୍ରେକ୍ଷୀରେ ବୁଧବାର ଗାନ୍ଧୀ ଜୟନ୍ତୀ ଓ ସ୍ୱଚ୍ଛ ଭାରତ ଦିବସ କାର୍ଯ୍ୟକ୍ରମ ଉଦଯାପିତ ହୋଇଛି। ପୌର କାର୍ଯ୍ୟ ନିର୍ବାହୀ ଅଧିକାରୀ ଜୁବୁଲି ଚରଣ ବେହେରାଙ୍କ ତତ୍ତ୍ଵାବଧାନରେ ଗୁରୁବାର ପୌରାଞ୍ଚଳ ସ୍ଥିତ ଇଣ୍ଡୋର୍ ଷ୍ଟାଡିୟମ ପରିସରରେ ଆୟୋଜିତ କାର୍ଯ୍ୟକ୍ରମରେ ଅତିଥି ରୂପେ ପୌର ପରିଷଦ ଅଧ୍ୟକ୍ଷ ସୁବାସ ଚନ୍ଦ୍ର ପୋଲେଇ, ବ୍ଲକ ଅଧ୍ୟକ୍ଷା ସରସ୍ଵତୀ ସେଠୀ, ପୌର ଉପାଧ୍ୟକ୍ଷା ସୁଚିତ୍ରା କୁମାରୀ ପଣ୍ଡା, ଗୋଷ୍ଠୀ ଉନ୍ନୟନ ଅଧିକାରୀ ଦିବ୍ୟଜ୍ୟୋତି ସ୍ମୁତି ରଞ୍ଜନ ଦେଓ ଓ ବ୍ଲକ ଉପାଧ୍ୟକ୍ଷ ସୁନୀଲ କୁମାର ଗନ୍ତାୟତଙ୍କ ସମେତ ପାରିଷଦ ବୃନ୍ଦ ଯୋଗ ଦେଇଥିଲେ। ଏହି ଅବସରରେ ସ୍ବଚ୍ଛତା କାର୍ଯ୍ୟକ୍ରମକୁ ଅଧିକ ଆକର୍ଷଣୀୟ କରିବା ପାଇଁ ପୌରାଞ୍ଚଳ ସ୍ଥିତ ବିଭିନ୍ନ ବିଦ୍ୟାଳୟର ଶିକ୍ଷାର୍ଥୀ ଦ୍ଵାରା ସାମୂହିକ ସ୍ବଚ୍ଛତା, ପାରମ୍ପରିକ ନୃତ୍ୟ, ବର୍ଜ୍ୟବସ୍ତୁ ଉପରେ ଆଧାରିତ ଚିତ୍ରାଙ୍କନ, ଡ୍ରାମା, କ୍ରୀଡା , ବ୍ୟାଡ ମିଣ୍ଟନ, ଯୋଗ, ଭାର ଉତ୍ତୋଳନ ଆଦି ବିବିଧ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ବିଭିନ୍ନ କାର୍ଯ୍ୟକ୍ରମରେ କୃତିତ୍ୱ ହାସଲ କରିଥିବା ପ୍ରତିଯୋଗୀଙ୍କୁ ଅତିଥି ମାନେ ସିଲ ଓ ପ୍ରଶଂସା ପତ୍ର ପ୍ରଦାନ କରି ସମ୍ବର୍ଦ୍ଧିତ କରି ଉତ୍ସାହିତ କରିଥିଲେ। କାର୍ଯ୍ୟକ୍ରମରେ ପ୍ରଦୀପ କୁମାର ପଣ୍ଡା ,ପୌର ଯନ୍ତ୍ରୀ ମୁକେଶ ପ୍ରଧାନ, ସହକାରୀ ଯନ୍ତ୍ରୀ ମାନସ ରଞ୍ଜନ ଦାଶ, ସହକାରୀ ଯନ୍ତ୍ରୀ ଦିଲ୍ଲୀପ କୁମାର ମିଶ୍ର, କନିଷ୍ଠ ପରିମଳ ଅଧିକାରୀ ସମୀର ମହାନ୍ତି, ସୌମ୍ୟ ରଞ୍ଜନ ଗ୍ରହାଚାର୍ୟ୍ଯ, ସ୍ନେହଲତା ମିଶ୍ର ଓ କିଶନ ପାତ୍ର, ମାନସ ଦିଗାଳଙ୍କ ସମେତ ସ୍ୱଚ୍ଛ ସାଥୀ, ସ୍ୱଚ୍ଛ ସୁପର ଭାଇଜର,ପୌର କର୍ମଚାରୀ ପ୍ରମୁଖଙ୍କ ସମେତ ବହୁ ମାନ୍ୟଗଣ୍ୟ ବ୍ୟକ୍ତି, ଛାତ୍ର ଛାତ୍ରୀ ଓ ଅଭିଭାବକ ପ୍ରମୁଖ ଉପସ୍ଥିତ ଥିଲେ ।


