ଅକ୍ଟୋବର ୭ ଓ ୧୪ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ
ଭୁବନେଶ୍ୱର, ଭୁବନେଶ୍ୱର, (ଯୁଗାବ୍ଦ ନ୍ୟୁଜ) :ଆଗାମୀ ଅକ୍ଟୋବର ୭ ତାରିଖ ଏବଂ ଅକ୍ଟୋବର ୧୪ ତାରିଖ (ଉଭୟ ସୋମବାର)ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ l ଅକ୍ଟୋବର ୭ ତାରିଖରେ ମୁଖ୍ୟମନ୍ତ୍ରୀଙ୍କ ଅନ୍ୟ ଗୁରୁତ୍ୱପୂର୍ଣ୍ଣ ସରକାରୀ କାର୍ଯ୍ୟଥିବାରୁ ଏବଂ ୧୪ ତାରିଖ ଦିନ ଦୁର୍ଗାପୂଜା ଭସାଣି ହେତୁ, ୟୁନିଟ-୫, ଭୁବନେଶ୍ୱର ସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ ଠାରେ ଜନ ଶୁଣାଣି କାର୍ଯ୍ୟକ୍ରମ ବନ୍ଦ ରହିବ । ଏ ସଂପର୍କରେ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରଯାଇଛି l ପରବର୍ତ୍ତୀ ଅଭିଯୋଗ ଶୁଣାଣିର ତାରିଖ ଜନସାଧାରଣଙ୍କୁ ସମ୍ବାଦପତ୍ର ଓ ଅନ୍ୟ ଗଣମାଧ୍ୟମ ଜରିଆରେ ଜଣାଇ ଦିଆଯିବ ବୋଲି ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି l