ଗିରି ଗୋବର୍ଦ୍ଧନ ପୂଜା ଅବସରରେ ରକ୍ତ ଦାନ ଶିବିର ୩୨ୟୁନିଟ ରକ୍ତ ସଂଗୃହୀତ

ବରଗଡ଼, (ଯୁଗାବ୍ଦ ନ୍ୟୁଜ):ବରଗଡ଼ ଜିଲ୍ଲା ଅତାବିରା ଅନ୍ତର୍ଗତ ଲସ୍ତଲା ଗ୍ରାମ ରେ ଗିରି ଗୋବର୍ଦ୍ଧନ ପୂଜା ଅବସରରେ ଏକ ସ୍ଵେଚ୍ଛାକୃତ ରକ୍ତ ଦାନ ଶିବିର ଆୟୋଜନ କରାଯାଇ ଥିଲା। ଏହି ଶିବିର ରେ ମୁଖ୍ୟ ଅତିଥି ଭାବରେ ଅତାବିରା ବିଧାୟକ ଶ୍ରୀ ନିହାର ରଞ୍ଜନ ମହାନନ୍ଦ, ଭାରତୀୟ ଜନତା ପାର୍ଟି ର ଜିଲ୍ଲା ସଭାପତି ଶ୍ରୀ ଅରୂପା ସାହୁ ଯୋଗ ଦେଇ ଫିତା କାଟି ଶିବିର ର ଶୁଭାରମ୍ଭ କରିଥିଲେ। ଏହି ଶିବିର ରୁ ତିନି ଜଣ ମହିଳା ଓ ୨୯ଜଣ ପୁରୁଷ ରକ୍ତ ଦାତା ଙ୍କ ସମେତ ସର୍ବମୋଟ ୩୨ୟୁନିଟ ରକ୍ତ ବରଗଡ଼ ରକ୍ତ ଭଣ୍ଡାର ଦ୍ଵାରା ସଂଗୃହୀତ ହୋଇଥିଲା ।ପାରିଶେଶ ରେ ରକ୍ତ ଦାନ ଶିବିର ଆୟୋଜନ ପାଇଁ ଲସ୍ତଲା ଗ୍ରାମ୍ୟ ଉନ୍ନୟନ କମିଟି ର ସଭାପତି ଖିରେଶ୍ୱର ପଧାନ ଓ ଗ୍ରାମବାସୀ ଙ୍କୁ ନିଷ୍ଠା ପରିବାର ତରଫ ରୁ ଏକ ସ୍ମୃତି ଫଳକ ଦେଇ ସମ୍ବର୍ଦ୍ଧିତ କରାଯାଇଥିଲା। ଏହି ଶିବିର କୁ ସୁମନ୍ତ ନାୟକ, ରାଜେନ୍ଦ୍ର ମହାକୁଡ, ଦୀପକ ପଧାନ, ଲସ୍ତଲା ଗ୍ରାମବାସୀ ଓ ନିଷ୍ଠା ପରିବାର ର ଉପଦେଷ୍ଟା ଅଶ୍ୱିନୀ ତ୍ରିପାଠୀ,କୋଷାଧ୍ୟକ୍ଷ ଶ୍ୟାମ ସୁନ୍ଦର ସାହୁ, ଚିତ୍ର ପ୍ରଧାନ, ସଙ୍କେତ ଆଠଘରା, ଖଗେଶ୍ବର ସାହୁ, ହେମାଞ୍ଚଲ ସାହୁ ନିଷ୍ଠା ପରିବାର ର ସଦସ୍ୟ ପ୍ରମୁଖ ପରିଚାଳନା କରିଥଲେ। ସମସ୍ତ ରକ୍ତ ଦାତା, ସହଯୋଗୀ ଓ ଶୁଭେଛୁ ମାନଙ୍କୁ ନିଷ୍ଠା ପରିବାର ତରଫ ରୁ ଧନ୍ୟବାଦ୍ ଅର୍ପଣ କରାଯାଇଥିଲା।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ