ଜନସଂଖ୍ୟା ସ୍ଥିରତା ପକ୍ଷରେ ହିଞ୍ଜିଳି ବ୍ଲକ ଦ୍ଵିତୀୟ ସ୍ଥାନ

ହିଞ୍ଜିଳିକାଟୁ,(ଶେଷଦେବ ସାହୁ): ଜନସଂଖ୍ୟା ସ୍ଥିରତା ପକ୍ଷ -୨୦୨୪ ଅବସରରେ ଗଞ୍ଜାମ ଜିଲ୍ଲା ହିଞ୍ଜିଳିକାଟୁ ବ୍ଲକର ହିଞ୍ଜିଳିକାଟୁ ଉପଖଣ୍ଡ ଚିକିତ୍ସାଳୟ ଓ ବେଲଗାଁ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ମିଳିତ ଭାବେ ୨ଟି ବର୍ଗରେ ଜିଲ୍ଲା ସ୍ତରରେ ଦ୍ୱିତୀୟ ସ୍ଥାନ ବଜାୟ ରଖି ସଫଳତା ହାସଲ କରିଛି। ହିଞ୍ଜିଳିକାଟୁ ଉପଖଣ୍ଡ ଚିକିତ୍ସାଳୟ ଏବଂ ବେଲଗାଁ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ପକ୍ଷରୁ ମହିଳା ଓ ପୁରୁଷ ବନ୍ଧ୍ୟାକରଣ ଅସ୍ତ୍ରୋପଚାର କ୍ଷେତ୍ରରେ ଉଲ୍ଲେଖନୀୟ ସଫଳତା ହାସଲ କରି ଦ୍ୱିତୀୟ ସ୍ଥାନ ବଜାୟ ରଖିଛି। ଅନୁରୂପ ଭାବେ ପ୍ରସବ ପରବର୍ତ୍ତୀ ପରେ ଅନ୍ତଗର୍ଭାଶୟ ଗର୍ଭ ନିରୋଧକ ଉପକରଣ ପ୍ରୟୋଗ ବ୍ୟବସ୍ଥା କ୍ଷେତ୍ରରେ ଆଶାନୁରୂପ ସଫଳତା ହାସଲ କରି ଦ୍ୱିତୀୟ ସ୍ଥାନ ବଜାୟ ରଖିଛି। ଏହି ପରିପ୍ରେକ୍ଷୀରେ ଜିଲ୍ଲା ମୂଖ୍ୟ ଚିକିତ୍ସାଧିକାରୀ ଡାକ୍ତର ବିଜୟ କୁମାର ପଣ୍ଡା ଓ କନ୍ଧମାଳ ଜିଲ୍ଲା ପ୍ରାକ୍ତନ ଜିଲ୍ଲା ମୂଖ୍ୟ ଚିକିତ୍ସାଧିକାରୀ ଡାକ୍ତର ସନ୍ତୋଷ କୁମାର ପାଢ଼ୀଙ୍କ ଉପସ୍ଥିତିରେ ହିଞ୍ଜିଳିକାଟୁ ଉପଖଣ୍ଡ ଚିକିତ୍ସାଳୟ ଅଧୀକ୍ଷକ ଡାକ୍ତର ଶ୍ରୀକାନ୍ତ ସାହୁ ଏଵଂ ବେଲଗାଁ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଅଧୀକ୍ଷକ ଡାକ୍ତର ସୁବ୍ରତ ବେହେରାଙ୍କୁ ପ୍ରଶଂସାପତ୍ର ପ୍ରଦାନ କରି ସମ୍ବର୍ଦ୍ଧିତ କରିଥିଲେ। ପୁରୁଷ ଓ ମହିଳା ବନ୍ଧ୍ୟାକରଣ ଅସ୍ତ୍ରୋପଚାର ସମୟରେ ହିଞ୍ଜିଳିକାଟୁ ଉପଖଣ୍ଡ ଚିକିତ୍ସାଳୟରେ କାର୍ଯ୍ୟରତ ପ୍ରସୂତି ଓ ସ୍ତ୍ରୀ ରୋଗ ବିଶେଷଜ୍ଞ ଡାକ୍ତର ଶ୍ରୀକାନ୍ତ ସାହୁ, ଡାକ୍ତର ପ୍ରତିଭା କୁମାରୀ ପାତ୍ର ଓ ଡାକ୍ତର ତପନ ମଲ୍ଲ ପ୍ରମୁଖ ସହଯୋଗ କରିଥିଲେ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ