ଜିଲ୍ଲାସ୍ତରୀୟ ଜାତୀୟ ପ୍ରେସ୍ ଦିବସ ପାଳିତ

ବରଗଡ, (ଯୁଗାବ୍ଦ ନ୍ୟୁଜ):ସ୍ଥାନୀୟ ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷଠାରେ ଜିଲ୍ଲାସ୍ତରୀୟ ଜାତୀୟ ପ୍ରେସ୍ ଦିବସ ମହା ଆଡମ୍ବର ସହକାରେ ପାଳିତ ହୋଇଛି । ସମାରୋହରେ ଜିଲ୍ଲାପାଳ ଶ୍ରୀ ଆଦିତ୍ଯ ଗୋୟଲ ମୁଖ୍ୟ ଅତିଥିଭାବେ ଯୋଗଦେଇ ଉପସ୍ଥିତ ସମସ୍ତ ଗଣମାଧ୍ୟମ ପ୍ରତିନିଧିଙ୍କୁ ସମ୍ବର୍ଦ୍ଧିତ କରିବା ସହ କହିଥିଲେ ଗଣମାଧ୍ୟମ ହେଉଛି ସମାଜର ଦର୍ପଣ, ସମାଜରେ ଘଟୁଥିବା ପ୍ରତ୍ୟେକ ନୀତି-ଅନୀତି, ଉନ୍ନତି-ଅବନତି ଏବଂ ବିଭିନ୍ନ ବିଷୟ ଉପରେ ଦେଖାଯାଉଥିବା ମତ ଓ ଭିନ୍ନମତକୁ ଲୋକଲୋଚନକୁ ଆଣିବା ହେଉଛି ଗଣମାଧ୍ୟମର ଦାୟିତ୍ୱ । ଏହି ଦାୟିତ୍ୱକୁ ଯେଉଁ ଗଣମାଧ୍ୟମ ସଠିକ୍‌ ଭାବେ ତୁଲାଇ ଜନସମାଜର ବିକାଶ ସହିତ ଏକ ସକାରାତ୍ମକ ପରିବେଶ ସୃଷ୍ଟି କରିବାରେ ସହାୟକ ହୁଅନ୍ତି, ସେମାନେ ହେଉଛନ୍ତି ବାସ୍ତବରେ ଗଣତନ୍ତ୍ରର ଜାଗ୍ରତ ପ୍ରହରୀ । ଉକ୍ତ ବର୍ଷର ବିଷୟବସ୍ତୁ “ଗଣମାଧ୍ୟମର ପରିବର୍ତ୍ତିତ ସ୍ୱରୁପ” ସାମ୍ପ୍ରତିକ ନୂତନ ଡିଜିଟାଲ୍/ଆର୍ଟିଫିସିଆଲ ଇଣ୍ଟେଲିଜେନ୍ସ ଯୁଗରେ ବିଭିନ୍ନ ଡିଜିଟାଲ ଉପକରଣର ବ୍ୟବହାର କରି ସୂଚନାକୁ ଯଥାଶୀଘ୍ର ଲୋକଙ୍କୁ ପରିବେଷଣ କରିବା ସହ ସାମ୍ବାଦିକତାର ବିକାଶ ଉପରେ ଆଲୋକପାତ କରେ | ବିଭିନ୍ନ ପରିବର୍ତ୍ତନଗୁଡିକ ସତ୍ତ୍ୱେ ଗଣତନ୍ତ୍ରର ଜାଗ୍ରତ ପ୍ରହରୀ ହୋଇ ସଠିକ ତଥ୍ୟ ଲୋକଲୋଚନକୁ ଆଣିବା ସହ ଜନସାଧାରଣଙ୍କ ଆଗରେ ସତ୍ୟତା ପ୍ରତିପାଦନ କରିବା ହେଉଛି ସାମ୍ବାଦିକତାର ମୂଳମନ୍ତ୍ର । ତେଣୁ ପାଇଁ ସମସ୍ତ ଗଣମାଧ୍ୟମ ପ୍ରତିନିଧି ସାମ୍ବାଦିକତାର ମୂଳମନ୍ତ୍ରକୁ ପାଥେୟ କରି କର୍ଜ୍ୟକରିବା ସହ ଜିଲ୍ଲାର ସର୍ବାଙ୍ଗୀନ ଉନ୍ନତି ପାଇଁ ପ୍ରଶାସନ ସହିତ ସମନ୍ଵୟ ରଖି କାର୍ଯ୍ୟ କରିବା ଉଭୟଙ୍କ ପାଇଁ ନିହାତି ଜରୁରୀ । କାର୍ଯ୍ୟକ୍ରମରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ମହେନ୍ଦ୍ର ମହାପାତ୍ର ସମ୍ମାନିତ ଅତିଥି ଭାବେ ଯୋଗ ଦେଇ କହିଥିଲେ ସମ୍ବାଦିକତା ମାଧ୍ୟମରେ ଏକ ସୁସ୍ଥ ଗଣତନ୍ତ୍ର ପାଇଁ ସମ୍ପ୍ରଦାୟକୁ ସଂଯୋଗ କରିବା ସହ ସମାଜକୁ ଅବଗତ କରାଇବାରେ ଗଣମାଧ୍ୟମ ପରତିନିଧିଙ୍କ ଭୂମିକା ଗୁରୁତ୍ବପୂର୍ଣ୍ଣ ,ତେଣୁ ସମୟର ତାଳ ସହ ତାଳ ମିଶାଇ ନିଜକୁ ଶିକ୍ଷିତ କରିବା ଆବଶ୍ୟକ।ଜିଲ୍ଲା ସୂଚନା ଓ ଲୋକ ସଂପର୍କ ବିଭାଗ ଆନୁକୁଲ୍ଯରେ ଆୟୋଜିତ ଉକ୍ତ କାର୍ଯ୍ୟକ୍ରମରେ ଜିଲ୍ଲାର ବରିଷ୍ଠ ସାମ୍ବାଦିକ ଭାବେ ସମାଜ ଖବର କାଗଜର ଜିଲ୍ଲା ପ୍ରତିନିଧି ଶ୍ରୀ ବାଲାଜୀ ବିଭୁରଞ୍ଜନ ତରାସିଆ ଏବଂ ନ୍ଯୁଜ-୧୮ ଓଡିଆ ଜିଲ୍ଲା ପ୍ରତିନିଧି ଶ୍ରୀ ରଞ୍ଜନ କୁମାର ଦେବତା ଜାତୀୟ ପ୍ରେସ ଦିବସ ପାଳନର ମୁଖ୍ୟ ଉଦେଶ୍ୟ ବିଷୟରେ ବୁଝାଇ କହିବା ସହିତ ଜିଲ୍ଲାର ସମସ୍ତ ଗଣମାଧ୍ୟମ ପ୍ରତିନିଧି ସମ୍ବାଦିକତାର ଗାରିମାକୁ ବଜାୟରଖିବା ଏବଂ ଏକତ୍ରିତ ହୋଇ ପ୍ରସାଶନ ସହ ସମନ୍ଵୟ ରଖି କାର୍ଯ୍ୟ କରିବା ପାଇଁ କହିଥିଲେ । ସୂଚନା ଓ ଲୋକ ସଂପର୍କ ଅଧିକାରୀ ଶ୍ରୀ ପ୍ରହଲ୍ଲାଦ ଖୋସ୍ଲା ଉକ୍ତ କାର୍ଯ୍ୟକ୍ରମକୁ ପରିଚାଳନା କରିଥିବା ବେଳେ ଜିଲ୍ଲାର ସମସ୍ତ ଗଣମାଧ୍ୟମ ପ୍ରତିନିଧି, ଜିଲ୍ଲାପାଳ କାର୍ଯ୍ୟାଳୟର ସମସ୍ତ ଅଧିକାରୀଙ୍କ ସମେତ ସମସ୍ତ କର୍ମଚାରୀ ଉପସ୍ଥିତ ଥିଲେ ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ