ଗଜପତିରୁ ପୋଷ୍ୟ ସନ୍ତାନ ଗ୍ରହଣ କଲେ ତାମିଲନାଡୁ ଦମ୍ପତି

ପାରଳାଖେମୁଣ୍ଡି, (ତାରିଣୀ ପ୍ରସାଦ ପଣ୍ଡା):ଗଜପତି ଜିଲ୍ଲାରୁ ୬୨ତମ ଶିଶୁଙ୍କୁ ଜିଲ୍ଲାପାଳ ବିଜୟ କୁମାର ଦାଶ ପୋଷ୍ୟ ସନ୍ତାନ ଭାବେ ତାମିଲନାଡୁ ରାଜ୍ୟର ଏକ ଦମ୍ପତିଙ୍କୁ ହସ୍ତାନ୍ତର କରିଛନ୍ତି। ସୂଚନା ପ୍ରକାରେ ପିତୃମାତୃହୀନ ଏହି ଶିଶୁକନ୍ୟାଟିକୁ, ଶିଶୁ ମଙ୍ଗଳ ସମିତିଙ୍କ ନିର୍ଦ୍ଦେଶ କ୍ରମେ ଯତ୍ନ ଓ ସୁରକ୍ଷା ନିମନ୍ତେ ଉତ୍କଳ ବାଳାଶ୍ରମ ବାଳିକା ଶିଶୁ ଯତ୍ନ ଅନୁଷ୍ଠାନଠାରେ ରଖି ଯତ୍ନ ଓ ସୁରକ୍ଷା ପ୍ରଦାନ କରାଯାଉଥିଲା। ପରବର୍ତ୍ତି ମୁହୁର୍ତ୍ତରେ ଶିଶୁ ମଙ୍ଗଳ ସମିତି, ଗଜପତି ଶିଶୁଟିକୁ ଆଇନତଃ ମୁକ୍ତ ଭାବେ ଘୋଷଣା କରିଥିଲେ ଏବଂ ଏହାପରେ ଶିଶୁଟିର ତଥ୍ୟ କେନ୍ଦ୍ରୀୟ ପୋଷ୍ୟ ସନ୍ତାନ ଗ୍ରହଣ ପୋର୍ଟାଲ୍ ରେ ଅପଲୋଡ଼୍ କରାଯାଇଥିଲା, ଯାହାଦ୍ବାରା ଶିଶୁଟି ପୋଷ୍ୟ ସନ୍ତାନ ଭାବେ ଯେକୌଣସି ଦମ୍ପତ୍ତିଙ୍କ ପାଖକୁ ଯାଇପାରିବ, ତାହା ସମସ୍ତଙ୍କୁ ପୋର୍ଟାଲ୍ ମାଧ୍ୟମରେ ଜଣାଇ ଦିଆଯାଇଥିଲା।ପୋଷ୍ୟ ସନ୍ତାନ ଗ୍ରହଣ ନିମନ୍ତେ ପ୍ରାୟ ଏକ ବର୍ଷ ଧରି ଅନଲାଇନ୍ ମାଧ୍ୟମରେ ଦରଖାସ୍ତ ଦେଇ ଅପେକ୍ଷା କରି ରହିଥିବା ଉକ୍ତ ଦମ୍ପତିଙ୍କୁ କେନ୍ଦ୍ରୀୟ ପୋଷ୍ୟ ସନ୍ତାନ ସମ୍ବଳ କେନ୍ଦ୍ର ଅନୁମୋଦନ କରିଥିଲେ। ଉପରୋକ୍ତ ଦମ୍ପତ୍ତି ଶାରିରୀକ ସ୍ତରରେ ଶିଶୁଟିକୁ ପସନ୍ଦ କରି ନେବାପାଇଁ ସ୍ଥିର କରିଥିଲେ। ତାପରେ ଆବଶ୍ୟକ ହେଉଥିବା ଦସ୍ତାବିଜ ସ୍ବତନ୍ତ୍ର ପୋଷ୍ୟ ସନ୍ତାନ ଗ୍ରହଣ କେନ୍ଦ୍ର ଏବଂ ଜିଲ୍ଲା ଶିଶୁ ସୁରକ୍ଷା କାର୍ଯ୍ୟାଳୟ, ଗଜପତି ପ୍ରସ୍ତୁତ କରିଥିଲେ । ସମସ୍ତ ଦସ୍ତାବିଜ କୁ ଜିଲ୍ଲାପାଳ ଯାଞ୍ଚ କରିବା ପରେ ଆଜି ଶିଶୁଟିକୁ ଉକ୍ତ ଦମ୍ପତିଙ୍କୁ ହସ୍ତାନ୍ତର କରିଥିଲେ। ଶିଶୁଟିର ବୟସ ୧୩ ବର୍ଷ ବୟସ ଏବଂ କନ୍ୟା ଶିଶୁ ହୋଇଥିବାବେଳେ, ଶିଶୁଟିକୁ ପାଇ ଉକ୍ତ ଦମ୍ପତି ବେଶ ଖୁସି ଥିବା ଲକ୍ଷ୍ୟ କରାଯାଇଥିଲା।ହସ୍ତାନ୍ତର ସମୟରେ ଅତିରିକ୍ତ ଜିଲ୍ଲାପାଳ ରାଜେନ୍ଦ୍ର ମିଞ୍ଜ, ଜିଲ୍ଲା ଶିଶୁ ସୁରକ୍ଷା ଅଧିକାରୀ ଅରୁଣ କୁମାର ତ୍ରୀପାଠୀ, ଜିଲ୍ଲା ସଂସ୍କୃତି ଅଧିକାରୀଣୀ ଶୁଶ୍ରୀ ଅର୍ଚ୍ଚନା କୁମାରୀ ମଙ୍ଗରାଜ, ଅରବିଏସକେ ଡକ୍ଟର ମିଲନ ଅଧିକାରୀ, ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ୍, ଉତ୍କଳ ବାଳାଶ୍ରମ ଶିଶୁ ଯତ୍ନ ଅନୁଷ୍ଠାନ ଓ ସ୍ବତନ୍ତ୍ର ପୋଷ୍ୟ ସନ୍ତାନ ଗ୍ରହଣ କେନ୍ଦ୍ରର ସମସ୍ତ କର୍ମକର୍ତ୍ତା ଉପସ୍ଥିତ ରହି କାର୍ଯ୍ୟକ୍ରମରେ ସହଯୋଗ କରିଥିଲେ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ