୧୭୮୯ ଜଣ ପ୍ରବାସୀ ଓଡିଆଙ୍କୁ ରାଶନ କାର୍ଡ ବଣ୍ଟନ
ବୁଗୁଡା, (ଅନିଲ କୁମାର ମହାରଣା):ଗଞ୍ଜାମ ଜିଲ୍ଲାର ବୁଗୁଡା ବ୍ଲକର ୧୭୮୯ ଜଣ ପ୍ରବାସୀ ଓଡ଼ିଆଙ୍କୁ ନୂତନ ରାଶନ କାର୍ଡ ଡିସେମ୍ବର ୯ ତାରିଖ ଦିନ ବଣ୍ଟନ କରାଯାଇଛି। ବୁଗୁଡା ବିଡ଼ିଓ ଭାବେ ଅତିରିକ୍ତ ଦାୟିତ୍ୱ ବହନ କରିଥିବା ବୁଗୁଡା ତହସିଲଦାର ତାପସ ରାଉତଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ବୁଗୁଡା ପିପୁଲସ ହାଇ ସ୍କୁଲ ପଡ଼ିଆରେ ଏହି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ମତ୍ସ୍ୟ ଓ ପ୍ରାଣୀଧନ ବିକାଶ ଏବଂ ଅଣୁ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ ରାଷ୍ଟ୍ରମନ୍ତ୍ରୀ(ସ୍ୱାଧୀନ) ଗୋକୁଳାନନ୍ଦ ମଲ୍ଲିକ ଏବଂ ସମ୍ମାନିତ ଅତିଥି ଭାବେ ବୁଗୁଡା ବ୍ଲକ ଅଧ୍ୟକ୍ଷା କେ.ପ୍ରିୟଦର୍ଶିନୀ ଆଚାରୀ, ଉପାଧ୍ୟକ୍ଷ ମାନସ ରଞ୍ଜନ ପ୍ରଧାନ ଓ ଜିଲ୍ଲା ପରିଷଦ ସଦସ୍ୟ ଗଙ୍ଗାପାଣି ଜେନା ଯୋଗଦେଇ ୧୭୮୯ ଜଣ ପ୍ରବାସୀ ଓଡ଼ିଆଙ୍କୁ ନୂତନ ରାଶନ କାର୍ଡ ବଣ୍ଟନ କରିଥିଲେ। ଏଥିସହ ବିଭିନ୍ନ ପଞ୍ଚାୟତର ସରପଞ୍ଚ ଓ ସମିତି ମେମ୍ବର ବୃନ୍ଦଙ୍କ ସହ ହିତାଧିକାରୀ ଓ ଜନସାଧାରଣ ଉପସ୍ଥିତ ଥିଲେ।