ଜିଲ୍ଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ

ପାରଳାଖେମଣ୍ଡି, (ତାରିଣୀ ପ୍ରସାଦ ପଣ୍ଡା):ଗଜପତି ଜିଲ୍ଲା ଗୁମ୍ମା ବ୍ଲକ ଅନ୍ତର୍ଗତ ବୃଷଭ ଗ୍ରାମ ପଞ୍ଚାୟତ ସମ୍ମିଳନୀ କକ୍ଷଠାରେ ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ହୋଇଯାଇଛି । ଏହି ଅଭିଯୋଗ ଶୁଣାଣିରେ ଗଜପତି ଜିଲ୍ଲାପାଳ ବିଜୟ କୁମାର ଦାଶ, ଆରକ୍ଷୀ ଅଧିକ୍ଷକ ଜତିନ୍ଦ୍ର କୁମାର ପଣ୍ଡା , ଡ଼.ଗୁଣନିଧି ନାୟକ, ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ଜିଲ୍ଲାପରିଷଦ ଗଜପତି ଏହି ମିଳିତ ଜନ ଅଭିଯୋଗ ଶୁଣାଣୀରେ ଯୋଗଦାନ କରି ବୃଷଭ ଗ୍ରାମ ପଞ୍ଚାୟତ ସମେତ ବାଇଝଲ ,ଗାଇବା ଓ ପରିଡ଼ା ପଞ୍ଚାୟତର ସମୁଦାୟ ମୋଟ-୮୧ ଗୋଟି ଅଭିଯୋଗ ପତ୍ର ଗ୍ରହଣ କରାଯାଇଥିଲା। ସେଥି ମଧ୍ୟରୁ ବ୍ୟକ୍ତିଗତ ଅଭିଯୋଗ ସମସ୍ୟା- ୨୭ ଗୋଟି,ଗ୍ରାମ ଭିତ୍ତିକ ସମସ୍ୟା- ୪୫ ଓ ୯ ଗୋଟି ଅଭିଯୋଗକୁ ତୁରନ୍ତ ସମାଧାନ କରାଯାଇଛି । ଅନ୍ୟ ସବୁ ସମସ୍ତ ଅଭିଯୋଗ ଗୁଡିକ ତୁରନ୍ତ ସମାଧାନ କରିବା ନିମନ୍ତେ ବିଭାଗୀୟ ଅଧିକାରୀଙ୍କୁ ଜିଲ୍ଲାପାଳ ନିର୍ଦ୍ଧେଶ ଦେଇଥିଲେ। ଆଜିର ଏହି ଅଭିଯୋଗ ଶୁଣାଣି ଶିବିରରେ ପ୍ରଧାନମନ୍ତ୍ରୀ ଆବାସୀ ଯୋଜନା,ସାମାଜିକ ସୁରକ୍ଷା,ଜମି ପଟ୍ଟା,ମନରେଗା,ଗୃହ ନିର୍ମାଣ, ରାସନ୍ କାର୍ଡ, ଶିକ୍ଷା,ଜଳ ସେଚନ, ସ୍ଵାସ୍ଥ୍ୟ ଓ ରାସ୍ତା ସମସ୍ୟା ବୋଲି ବିଭିନ୍ନ ସମସ୍ୟା ନେଇ ଅଭିଯୋଗ ଆସିଥିଲା । ଆଜିର ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ସମୟରେ ଗୁମ୍ମା ପଞ୍ଚାୟତ ସମିତି ଅଧ୍ୟକ୍ଷା ସୁନେମୀ ମଣ୍ଡଳ, ପ୍ରକଳ୍ପ ପ୍ରଶାସକ ସମନ୍ୱିତ ଆଦିବାସୀ ଉନ୍ନୟନ ସଂସ୍ଥା ପାରଳାଖେମୁଣ୍ଡି ଶ୍ରୀ ଅଂଶୁମାନ ମହାପାତ୍ର , ସ୍ଥାନୀୟ ଗୋଷ୍ଠୀ ଉନ୍ନୟନ ଅଧିକାରୀ, ତହସିଲଦାର, ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନସ୍ବାସ୍ଥ୍ୟ ଅଧିକାରୀ ଡାକ୍ତର ମହମ୍ମଦ ଅଲ୍ଲୀ, ଜିଲ୍ଲା ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ଅଧିକାରୀ ସନ୍ତୋଷ ନାୟକ ସ୍ଥାନୀୟ ସରପଞ୍ଚ ସମେତ ସମସ୍ତ ଜିଲ୍ଲା ସ୍ତରୀୟ ଅଧିକାରୀଗଣ ଅଭିଯୋଗ ଶୁଣାଣୀରେ ଉପସ୍ଥିତ ଥିଲେ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ